• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ୟବସାୟିକ କେନ୍ଦ୍ରରେ ବ୍ୟବହାର ହେଉଛି ଘରୋଇ ଗ୍ୟାସ

Proprietor Abhimanyu Maharana by Proprietor Abhimanyu Maharana
February 3, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବ୍ୟବସାୟିକ କେନ୍ଦ୍ରରେ ବ୍ୟବହାର ହେଉଛି ଘରୋଇ ଗ୍ୟାସ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ (୩ ଫେବୃଆରୀ ବୁଧବାର ) ହିଞ୍ଜିଳିକାଟୁ :- ଗ୍ୟାସ ଭଳି ଅତ୍ୟାବଶ୍ୟକ ସାମଗ୍ରୀକୁ ନିରନ୍ତର ଅପବ୍ୟବହାର କରାଯାଉଥିବା ଦେଖିବାକୁ ମିଳୁଛି । ହିଞ୍ଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ବହୁ ବ୍ୟବସାୟିକ କେନ୍ଦ୍ରରେ ଖୋଲାଖୋଲି ଭାବେ ଘରୋଇ ଗ୍ୟାସକୁ ବ୍ୟବହାର କରାଯାଉଛି । ମାତ୍ର ଏଥି ସକାଶେ ବିଭାଗ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉନଥିବା ଯୋଗୁଁ ଏବେ ବ୍ୟବସାୟରେ ଘରୋଇ ଗ୍ୟାସର ଉପଯୋଗ ବୃଦ୍ଧି ପାଇବାରେ ଲାଗିଛି । ନିଜେ ମୁନାଫାରେ ରହିବା ପାଇଁ ନିର୍ଦ୍ଧିଷ୍ଟ କିଛି ବ୍ୟବସାୟୀ ଘରୋଇ ଗ୍ୟାସକୁ ବ୍ୟବହାର କରୁଥିବା ନଜିର ରହିଛି । ହିଞ୍ଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ବହୁ ଫାଷ୍ଟପୁଡ଼ ଦୋକାନ, ହୋଟେଲ, ଚା’ ଦୋକାନ, ଚାଟ ଭଳି ବହୁ ତେଲଭାଜି ଦୋକାନ ଗୁଡ଼ିକରେ ଖୁଲମ୍‌ଖୁଲା ଘରୋଇ ଗ୍ୟାସ ବ୍ୟବହାର କରୁଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ କିପରି ନଜର ପଡ଼ିପାରୁନାହିଁ, ଏହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଅନ୍ୟପକ୍ଷରେ କିଛି ଗ୍ୟାସ କମ୍ପାନୀର କର୍ମଚାରୀଙ୍କୁ ହାତବାରିସି କରି ବ୍ୟବସାୟୀ ମାନେ ସୁବିଧାରେ ନିଜ ବ୍ୟବସାୟରେ ଘରୋଇ ଗ୍ୟାସ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି । ଯଦି କେବେ ବିଭାଗର କୌଣସି ଅଧିକାରୀ କିମ୍ବା କର୍ମଚାରୀ ଏ ନେ଼ଇ ତାଗିଦ କରେ , ତେବେ ବ୍ୟବସାୟୀ ମାନେ ବିଭିନ୍ନ ଉପାୟରେ ସଂପୃକ୍ତ ଅଧିକାରୀ କିମ୍ବା କର୍ମଚାରୀଙ୍କୁ ଭିତିରିଆ ଦିଆନିଆ କରି ସବୁକିଛି ସମ୍ଭବ କରିଦିଆଯାଉଛି । ପୁନଶ୍ଚ ବ୍ୟବସାୟୀ ମାନେ ନିଜ କାରବାରକୁ ସୁରୁଖୁରୁରେ ଚଲାଇ ଆସୁଥିବା ଦେଖିବାକୁ ମିଳୁଛି । ସେହିପରି କେତେକ ଛୋଟ ୱେଲଡ଼ିଂ ଦୋକାନରେ ମଧ୍ୟ ଘରୋଇ ଗ୍ୟାସର ବ୍ୟବହାର କରାଯାଉଥିବା ଦେଖିବାକୁ ମିଳୁଛି । ଗୋଟିଏ ପଟେ ନିୟମ ଭଙ୍ଗ କରି ବ୍ୟବସାୟରେ ଘରୋଇ ଗ୍ୟାସ ବ୍ୟବହାର କରାଯାଉଥିବା ବେଳେ, ଅନ୍ୟପଟେ ଏହି ଗ୍ୟାସ ସିଲିଣ୍ଡର ଗୁଡ଼ିକମଧ୍ୟ ସୁରକ୍ଷିତ ଅବସ୍ଥାରେ ସେଠାରେ ରହୁନଥିବା ଦେଖିବାକୁ ମିଳୁଛି ।

ଯଦ୍ୱାରା କୌଣସି ଆକସ୍ମିକ ଦୂର୍ଘଟଣା ଘଟି ଧନଜୀବନ ହାନି ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆ ଯାଇନପାରେ । ବ୍ୟବସାୟ ସ୍ଥଳରେ ଜମା ହେଉଥିବା ଜନସାଧାରଣଙ୍କ ପାଇଁ ଏହା ଆଗୁଆ ବିପଦର ସର୍ତକ ଘଂଟି କହିଲେ ଅତ୍ୟୁକ୍ତି ହେବ ନାହିଁ । ପୂର୍ବରୁ ସ୍ଥାନୀୟ ସହରରେ ଥରେ ଦୁଇଥର ବିଭାଗୀୟ ଅଧିକାରୀ ମାନଙ୍କ ଦ୍ୱାରା ଯାଂଚ କରାଯାଇ ବିଭିନ୍ନ ବ୍ୟବସାୟ କେନ୍ଦ୍ରରେ ଘରୋଇ ଗ୍ୟାସ ବ୍ୟବହାର ଉପରେ ଲଗାମ ଲଗାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ନଜିର ରହିଛି । ଗତ କିଛି ବର୍ଷ ଧରି ସଂପୃକ୍ତ ବିଭାଗ ପକ୍ଷରୁ କୌଣସି ପ୍ରକାର ଆଖିଦୃଷ୍ଟିଆ ପଦକ୍ଷେପ ଗ୍ରହଣ କରାଯାଉନଥିବାରୁ ଯଥା ପୂବଂ, ତଥା ପରଂ ନୀତିରେ ପୁଣି ଘରୋଇ ଗ୍ୟାସ ଗୁଡ଼ିକ ବ୍ୟବସାୟରେ ଉପଯୋଗ ହେବାରେ ଲାଗିଛି । ଏହା ଉପରେ ବିଭାଗୀୟ ଉଚ୍ଚ କର୍ତୁପକ୍ଷ ଦୃଷ୍ଟି ଦେଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version