• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଟଣୀ ଜଗନ୍ନାଥ ଜମି ପ୍ରସଙ୍ଗ : ଅସଲ ଜମି ମାଲିକଙ୍କ ନାମକୁ ଜମି ମାଲିକାନା ସତ୍ୱ ପରିବର୍ତନ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଲେ : ସୁରେଶ କୁମାର ରାଉତରାୟ

Proprietor Abhimanyu Maharana by Proprietor Abhimanyu Maharana
February 4, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଜଟଣୀ ଜଗନ୍ନାଥ ଜମି ପ୍ରସଙ୍ଗ : ଅସଲ ଜମି ମାଲିକଙ୍କ ନାମକୁ ଜମି ମାଲିକାନା ସତ୍ୱ ପରିବର୍ତନ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଲେ : ସୁରେଶ କୁମାର ରାଉତରାୟ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ (୩ ଫେବୃଆରୀ ବୁଧବାର ) ଭୁବନେଶ୍ୱର :- ମସିହା ଠାରୁ ଦୀର୍ଘ ୯ବର୍ଷ ଧରି ନିଜ ଭିଟାମାଟି, ଘରଡିହ ଓ ଜମିବାଡ଼ି ନିଜ ନାମକୁ ଫେରାଇ ଆଣିବା ପାଇଁ ଆମେ ସଂଘର୍ଷ କରୁଛୁ ବୋଲି ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ୨୦୧୨ ମସିହାରେ ଜଣେ ସେଟେଲମେଂଟ ଅଫିସର ଆମମାନଙ୍କର ପୈତୃକ ସ୍ଥିତିବାନ ଭୂସପଂତିକୁ ଭୁଲ ବଶତଃ ଶ୍ରୀଜଗନ୍ନାଥଙ୍କ ନାମରେ ନାମିତ କରିଦେବା ପରେ ଆମର ଅବସ୍ଥା ଶୋଚନୀୟ ହୋଇପଡ଼ିଛି ଏବଂ ବଡ଼ କଥା ହେଉଛି ଆମ ଅଂଚଳରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣ ଯୋଜନାର ବିନିଯୋଗ ମଧ୍ୟ ହୋଇପାରୁ ନାହିଁ । ଶ୍ରୀ ରାଉତରାୟଙ୍କ ନେତୃତ୍ୱରେ କ୍ଷତିଗ୍ରସ୍ତ ବାସିନ୍ଦାଙ୍କର ଏକ କମିଟି ଗତ ଫେବୃଆରୀ ୧ ତାରିଖରେ ମୁଖ୍ୟ ଶାସନ ସଚ୍ଚିବ, ଡେଭଲପମେଣ୍ଟ କମିଶନର, ରାଜସ୍ୱ ସଚ୍ଚିବ, ଅତିରିକ୍ତ ରାଜସ୍ୱ ସଚ୍ଚିବ, ଆଇନ ସଚ୍ଚିବଙ୍କ ସହିତ ଏ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି ।

ଏହି ତ୍ରୁଟି ସମ୍ପର୍କରେ ସମସ୍ତେ ଅବଗତ ହୋଇସାରିଲେଣି । ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚ୍ଚିବଙ୍କ ନିର୍ଦ୍ଦେଶକ୍ରମେ ଏହାର ଅନୁଧ୍ୟାନ କରି କାର୍ଯ୍ୟସଂପନ୍ନ ପାଇଁ ନିର୍ଦ୍ଦିଷ୍ଟ ଭାବେ କିଛି ଉଚ୍ଚପଦସ୍ଥ ଅଫିସରଙ୍କୁ ସଂପୂର୍ଣ୍ଣଭାବେ ଦାୟିତ୍ୱ ଦିଆଯାଇଛି ବୋଲି କୁହାଯାଇଛି । ଖୁବଶୀଘ୍ର ଅସଲ ଜମିମାଲିକଙ୍କ ନାମକୁ ଜମିର ମାଲିକାନା ସତ୍ୱ ପରିବର୍ତନ କରାଯିବ ବୋଲି ସଚ୍ଚିବମାନେ ଏହି କମିଟିକୁ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ । ସରକାର ଘଟଣାକୁ ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତି ଏବଂ ସରକାରୀ ସ୍ତରରେ ଏହି କାର୍ଯ୍ୟକୁ ସଂମ୍ପନ୍ନ କରିବା ପାଇଁ ବିଧିବଦ୍ଧ ଭାବେ କାର୍ଯ୍ୟାରମ୍ଭ ହୋଇଛି ବୋଲି ସଚ୍ଚିବମାନେ ଶ୍ରୀ ରାଉତରାୟ ଏବଂ କମିଟିକୁ କହିଛନ୍ତି । ଯେହେତୁ ସରକାର ଜଟଣୀବାସୀଙ୍କ ଏହି ସମସ୍ୟାକୁ ଦୂର କରିବାପାଇଁ ନିଷ୍ପତି ନେଲେ ତେଣୁ ମାର୍ଚ୍ଚ ୧ ତାରିଖରେ ହେବାକୁ ଥିବା ଆମ୍ଭର ସଚ୍ଚିବାଳୟ ଘେରାଉ କାର୍ଯ୍ୟକ୍ରମକୁ ବାତିଲ କରିବାକୁ କୁହାଯାଇଛି । ଆମେ ସରକାରଙ୍କ ଅନୁରୋଧକୁ ରକ୍ଷାକରୁଅଛୁ ଏବଂ ଦାବି ଜଣାଉଛୁକି ୨୦ ଫେବୃଆରୀ ସୁଦ୍ଧା ମାଲିକାନା ସତ୍ୱ ସଂପୂର୍ଣ୍ଣ ପରିବର୍ତନ କରାଯାଉ । ଯଦି ଫେବୃଆରୀ ୨୦ ଭିତରେ ସରକାର ସଂପୂର୍ଣ୍ଣ ଜମି ଫେରସ୍ତ ନକରନ୍ତି ତେବେ ମାର୍ଚ୍ଚ ୧ ତାରିଖରେ ହେବାକୁ ଥିବା ସଚ୍ଚିବାଳୟ ଘେରାଉ କାର୍ଯ୍ୟ ବଳବତର ରହିବ ବୋଲି ଶ୍ରୀ ରାଉତରାୟ କହିଛନ୍ତି ।

ଜଟଣୀ ମ୍ୟୁନିସିପାଲିଟି ଓ ତାର ପାଶ୍ୱର୍ବର୍ତୀ ୧୩ଟି ଗ୍ରାମ ଯଥା ବେରୁଆଁ, ଭଁସର, ବାଇରଙ୍ଗ, ହରିରାଜପୁର, ବୁଢ଼ାପଡ଼ା, ନିରଞ୍ଜନପୁର, କନ୍ତିଆ, ରଥିପୁର, କୁଶମାଟି, ଛଣଘର, କୁଦିଆରି, ରାମଚନ୍ଦ୍ରପୁରର ୧ ଲକ୍ଷ ୭୨ ହଜାର ଲୋକଙ୍କର ଜମିର ମାଲିକାନା ସତ୍ୱ ଜଗନ୍ନାଥଙ୍କ ନାମକୁ ପରିବର୍ତନ ହେବା ଫଳରେ ସେମାନେ ଦୀର୍ଘଦିନ ଧରି ଯେଉଁ ସଂଗ୍ରାମ କରୁଥିଲେ ତାହା ନିଶ୍ଚୟ ସଫଳ ହେବ ବୋଲି ଶ୍ରୀ ରାଉତରାୟ କହିଛନ୍ତି । ଶ୍ରୀଜଗନ୍ନାଥଙ୍କ ନାମରେ ଆମ ପୈତୃକ ଭୂସଂପତି ଭୁଲ୍ ବଶତଃ ପରିବର୍ତିତ ହୋଇଯିବା ଫଳରେ ଭାରତ ସରକାର ଓ ଓଡ଼ିଶା ସରକାରଙ୍କର କୌଣସି ଉନ୍ନତିମୂଳକ ଯୋଜନାର ଅର୍ଥ ଆମ ସ୍କୁଲଘର, ଖେଳପଡିଆ, ଡାକ୍ତରଖାନା, ରାସ୍ତାଘାଟ, ପାଠାଗାର, କମ୍ୟୁନିଟି ସେଂଟର, ଭାଗବତ ଟୁଙ୍ଗି, ମଶାଣୀ ପ୍ରଭୃତି କୌଣସି କାର୍ଯ୍ୟରେ ବିନିଯୋଗ ହୋଇ ପାରୁନାହିଁ । ଉଚ୍ଚଶିକ୍ଷା କ୍ଷେତ୍ରରେ ଏବଂ ବିଭାଘର, ବ୍ରତ ଘର, ଶୁଦ୍ଧିକ୍ରିୟା ଇତ୍ୟାଦି ସାମାଜିକ କାର୍ଯ୍ୟକ୍ରମ ସଂପନ୍ନ କରିବା ପାଇଁ ଆବଶ୍ୟକ ସ୍ଥଳେ ଏଠିକାର ଲୋକ ନିଜ ଜମିକୁ ବିକ୍ରୟ କରିପାରୁ ନାହାନ୍ତି । ୨୦୧୨ ମସିହା ପୂର୍ବରୁ ଏଠିକାର ଜମିଜମା, ଘରଡିହ ଯେଉଁ ସ୍ଥିତିରେ ଥିଲା ସେହିଭଳି ସ୍ଥିତିକୁ ଆଣିବା ପାଇଁ ସରକାରଙ୍କ ପ୍ରତିଶ୍ରୁତି ଆମକୁ ଆଶ୍ୱସ୍ତ କରିଛି ବୋଲି ଶ୍ରୀ ରାଉତରାୟ କହିଛନ୍ତି ।

ଆମର ଦାବି ଥିଲା ଯେ ଯେଉଁ ଗୋଟିଏ ଅର୍ଡରରେ ଆମ ସମସ୍ତଙ୍କର ଭୂସଂପତି ଜଗନ୍ନାଥଙ୍କ ନାମରେ ପରିବର୍ତିତ ହୋଇଗଲା ସେହିପରି ଗୋଟିଏ ଅର୍ଡର କରାଯାଇ ଉକ୍ତ ଭୂସଂପତିକୁ ଆମ ନାମରେ ପରିବର୍ତନ କରାଯାଉ । ଅନ୍ୟ ପକ୍ଷରେ ଭୁବନେଶ୍ୱର / ଖୋର୍ଦ୍ଧା ଗ୍ରାମବାସୀମାନଙ୍କ ଉପରେ ପୋଲିସ ବଳ ଲଗାଇ ଭୟଭୀତ କରାଯାଇ ସେମାନଙ୍କ ଗାଁ ମୁଣ୍ଡରେ ଥିବା ମଶାଣି, ମେଳଣ ପଡିଆ, ଖେଳ ପଡିଆ ପ୍ରଭୃତିକୁ ରାଜ୍ୟ ସରକାରଙ୍କ ଦ୍ୱାରା ଚାଲିଥିବା ଦଖଲକାରୀକୁ ବନ୍ଦ କରିବା ପାଇଁ ମାର୍ଚ୍ଚ ୧ ତାରିଖର ଅନ୍ଦୋଳନରେ ଦାବି ରହିଥିଲା । ସରକାର ଏହାକୁ ବିଚାରକୁ ନେବା ପାଇଁ ମଧ୍ୟ ଫେବୃଆରୀ ୧ରେ ହୋଇଥିବା ଆଲୋଚନାରେ କହିଥିଲେ ବୋଲି ଶ୍ରୀ ରାଉତରାୟ ପ୍ରକାଶ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ରାଉତରାୟ, ପ୍ରକାଶ ଜେନା, ତପନ କୁମାର ଚକ୍ରବର୍ତୀ, ମନୋରଞ୍ଜନ ଦାସ, ଚିନ୍ମୟ ସୁନ୍ଦର ଦାସ, ପଦ୍ମଚରଣ ସୁବୁଦ୍ଧି, ବିବେକାନନ୍ଦ ବଡଜେନା, ସୁନିଲ ରାଉତରାୟ, ଅନନ୍ତ ବେହେରା, ଅଶୋକ ମଙ୍ଗରାଜ, ଦେବରାଜ ବେହେରା, ଧନେଶ୍ୱର ରାଉତରାୟ, ନୃସିଂହ ସାହୁ, ନୌସରୀ ଅଲ୍ଲୀ, ମିହିର ଆଚାର୍ଯ୍ୟ, ଲୋଚନ ରାୟ, ମେଘୁ ପରିଜା, ଜଟଧାରୀ ପ୍ରଧାନ, କଳିଙ୍ଗ ସାହୁ, ବିଷ୍ଣୁ ସାହୁ, ଆଲୋକ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version