No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୫ ଫେବୃଆରୀ ସୋମବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପେଟ୍ରୋଲ,ଡିଜେଲ୍,ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ନୂଆଗାଁ ବ୍ଲକ୍ କଂଗ୍ରେସ କମିଟି ପକ୍ଷରୁ ନୂଆଗାଁ ବ୍ଲକ୍ ସମ୍ମୁଖ ୫୭ ନଂ ଜାତୀୟ ରାଜପଥ ରେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।
ସକାଳ ୭ ଘଟିକା ଠାରୁ ଦିବା ୧ ଘଟିକା ପର୍ଯ୍ୟନ୍ତ ବ୍ଲକ୍ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା । ଏହି ସମୟରେ ଦୋକାନ,ବଜାର,କାର୍ଯ୍ୟାଳୟ,ବନ୍ଦ ରହିବା ସହ ଗାଡ଼ି ମଟର ଯାତାୟାତ ବନ୍ଦ ରହିଥିଲା ।
No Result
View All Result