• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳାହାଣ୍ଡି କାରଲାପାଟରେ ହାତୀ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ ପ୍ରକାଶ : ଜାତୀୟ ସ୍ତରର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ – ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
February 15, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
କଳାହାଣ୍ଡି କାରଲାପାଟରେ ହାତୀ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ ପ୍ରକାଶ : ଜାତୀୟ ସ୍ତରର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ – ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଫେବୃଆରୀ ସୋମବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର କାରଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ ହାତୀ ମୃତ୍ୟୁ ରୋକିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହି କ୍ଷେତ୍ରରେ ରାଜ୍ୟ ତଥା ଦେଶର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଥିବା ଗ୍ରାମ ଗୁଡିକରେ ଥିବା ଗୃହପାଳିତ ପଶୁମାନଙ୍କର ଟୀକାକରଣ ସୁନିଶ୍ଚିତ କରିବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟ ଗୁଡିକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୂନା ତୁରନ୍ତ ପରୀକ୍ଷା କରିବା ସହିତ ନିୟମିତ ପରୀକ୍ଷା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରୁ ଜଣାଯାଇଥିଲା ଯେ କଳାହାଣ୍ଡିର କାରଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀଙ୍କର ମୃତ୍ୟୁ ହୋଇଛି । ବିଶେଷଜ୍ଞ ମାନଙ୍କ ମତ ଅନୁଯାୟୀ ଏହି ହାତୀଗୁଡିକ Pasteurella Multocida ନାମକ ଏକ ବ୍ୟାକ୍ଟେରିଆ ଦ୍ବାରା ସଂକ୍ରମିତ ହୋଇ Hemorrhagic Septicemia ରୋଗରୁ ମୃତ୍ୟୁବରଣ କରିଛନ୍ତି । ଏହି ଦଳରେ ସମୁଦାୟ ୮ଟି ହାତୀରୁ ୬ଟିର ମୃତ୍ୟୁ ଘଟିଛି ।

ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି । ସେହି ଦଳଗୁଡିକୁ ଟ୍ରାକ୍‌ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଉଛି । ଏହାସହିତ ଏହି ଅଞ୍ଚଳରେ ଥିବା ୪୩ଟି ଜଳାଶୟରୁ ୨୫ଟି ଜଳାଶୟର ବିଶୋଧନ କରାଯାଇଛି ଏବଂ ବାକି ଗୁଡିକର ବିଶୋଧନ କରାଯାଉଛି ।
ହାତୀମାନଙ୍କର ଚଳପ୍ରଚଳ ଉପରେ ନଜର ରଖିବା ପାଇଁ ରେଞ୍ଜ୍‌ ଅଫିସର, ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଦୁଇଟି ଜୋନ୍‌କୁ ନେଇ ୧୦ଟି ଟିମ୍‌ ଗଠନ କରାଯାଇଛି । ଜଂଗଲ ବିଭାଗ ଓ ପଶୁସଂପଦ ବିଭାଗରୁ ଦୁଇଟି ରାଜ୍ୟସ୍ତରୀୟ ବିଶେଷଜ୍ଞ ଟିମ୍‌ ଗଠନ କରାଯାଇ ପରିସ୍ଥିତିକୁ ଆକଳନ କରାଯିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନିଆଯାଉଛି ।

ଅଭୟାରଣ୍ୟ ଓ ତାର ଆଖପାଖ ଗାଁ ଗୁଡିକରେ ଗୃହପାଳିତ ପଶୁଗୁଡିକର ଟୀକାକରଣ କରାଯାଉଛି ।
Project Elephantର IG ଏବଂ Wildlife Institute of Indiaର ନିର୍ଦ୍ଦେଶକଙ୍କୁ ଓଡିଶାକୁ ଏକ ଟିମ୍‌ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି ।  ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ମୋନା ଶର୍ମା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ଜଙ୍ଗଲ ବିଭାଗର ବରିଷ୍ଠ ଅଫିସର ମାନେ ଉପସ୍ଥିତ ଥିଲେ । କଳାହାଣ୍ଡିରୁ PCCF ଏବଂ ଜିଲ୍ଲାପାଳ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version