ଭୁବନେଶ୍ୱର (ଓଡିଶା ତାଜା ନିଉଜ ) ଭୁବନେଶ୍ୱର ରିପୋର୍ଟ ସୋନାଲି 4.2.2020 :- ଭୁବନେଶ୍ୱର, ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୮୬ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଉ ପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ଓଡ଼ିଶାର ବର ପୁତ୍ର ତଥା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞା ପନ କରିଥିଲେ ।
ବାଚସ୍ପତି ଡ. ପାତ୍ର, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟା ପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତା ପ ଜେନା, ରାଜସ୍ୱ ଓ ବି ପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ସୂଚନା ଓ ଲୋକସଂ ପର୍କ, ଜଳସଂ ପଦ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ସମେତ ବିଧାନସଭାର ମାନ୍ୟବର ସଦସ୍ୟସଦସ୍ୟା, ପୂର୍ବତନ ସଦସ୍ୟ, ଉତ୍କଳ ସମିଳନୀର କର୍ମକର୍ତ୍ତା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବର ପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅ ର୍ପଣ କରିଥିଲେ ।
ଶାଶ୍ୱତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ଉତ୍କଳଗୌରବ ମଧୁସୂଦନଙ୍କ ସଙ୍ଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟ କ୍ରମରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତ ପଥୀ, ସୂଚନା ଓ ଲୋକସଂ ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବରଦା ପ୍ରସନ୍ନ ଦାସ ଓ ବିଧାନସଭାର କର୍ମଚାରୀମାନେ ଉ ପସ୍ଥିତ ଥିଲେ । ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟ କ୍ରମଟିର ସେଂଯଜନା କରିଥିଲେ ।