• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ 200 କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ 

Proprietor Abhimanyu Maharana by Proprietor Abhimanyu Maharana
February 17, 2021
in ଓଡ଼ିଶା, ଦେଶ, ମହାନଗର, ସମ୍ବଲପୁର, ହୋମ୍
0
ମା ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ 200 କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଫେବୃଆରୀ ,ବୁଧବାର ) ଭୁବନେଶ୍ୱର :- କୋଟି କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ବାସର କେନ୍ଦ୍ର ମା ସମଲେଇ । ମା ଙ୍କ ପବିତ୍ର ପୀଠ ସମ୍ବଲପୁରର ମା ସମଲେଶ୍ବରୀ ମନ୍ଦିର।ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ବପୂର୍ଣ୍ଣ ପର୍ବପାର୍ବାଣୀ ମାନଙ୍କରେ ମାଙ୍କ ପୀଠରେ ଭକ୍ତ ସମାଗମ ବୃଦ୍ଧି ହୋଇଥାଏ ।

ପୁରୀର ଶ୍ରୀଜଗନ୍ନାଥ ଓ ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରେ ୫-ଟି ଉପକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବୀ ପୀଠ ସମ୍ବଲପୁରର ମା ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଏ ସଂପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା ।

ଷୋଡଶ ଶତାଦ୍ଦୀରେ ନିର୍ମିତ ମା ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର Samaleswari Temple Area Management & Local Economy Initiatives (SAMALEI) ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ। ଏହି ଯୋଜନାରେ ମାଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତ ମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ।

୧. ମା ଙ୍କ ମନ୍ଦିରର ସୁରକ୍ଷା ଓ ବିକାଶ

ମାଙ୍କ ମନ୍ଦିର ଅଞ୍ଚଳ ୧୨ ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମାଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜୀରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ ।

ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ କରାଯିବ । ଭକ୍ତମାନେ ପୂର୍ବ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ବାର ଦେଇ ବାହାରକୁ ବାହାରିବେ ।

ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ବାର ପାଖରେ ମନ୍ଦିର କାର୍ଯ୍ୟାଳୟ, Interpretation Centre ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ।

ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀ ମଠର ସଂରକ୍ଷଣ କରାଯିବ ଏବଂ ଏହାର ବିକାଶ କୁ ମୂଳ ଯୋଜନା ସହ ସମନ୍ବିତ କରାଯିବ ।

୨. ଐତିହ୍ୟ କରିଡ଼ର

ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ ।

ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।

୩. ଯାତ୍ରୀ ସୁବିଧା 

ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ବତନ୍ତ୍ର Vending zone, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ ।

ତାସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍‌ଧ ହେବ ।

୪. ସେବାୟତ ପରିବାର ପାଇଁ ବାସଗୃହ

ମନ୍ଦିର ନିକଟରେ ରହୁଥିବା ସେବାୟତ ମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧା ର ବିକାଶ କରାଯିବ ।

୫. ମନ୍ଦିର ଓ ମହାନଦୀ ସଂଯୋଗ ରାସ୍ତା

ମାଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି ମନ୍ଦିରରୁ ମହାନଦୀ ଘାଟକୁ ସୁବିଧାରେ ଯାଇପାରିବେ, ସେଥିପାଇଁ ୩୦ ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ।

୬. ମହାନଦୀ ଆଳତୀ

ଉପରୋକ୍ତ ପାଦଚଲା ରାସ୍ତାର ମଧ୍ୟ ଭାଗରେ ଏକ ୩୦ ମିଟର ବିଶିଷ୍ଟ Deck ନିର୍ମାଣ କରାଯିବ, ଯେଉଁଠାରୁ କି ଉଭୟ ମହାନଦୀ ଓ ମାଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ।

ସେଠାରେ ପ୍ରତିଦିନ ମହାନଦୀ ଆଳତୀ ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ଦେବ ।

୭. ରିଙ୍ଗ ରୋଡ ବିକାଶ

ବର୍ତ୍ତମାନର ରିଙ୍ଗ ରୋଡକୁ ଚଉଡା କରାଯିବ ଏବଂ ସେଥିରେ ସ୍ବତନ୍ତ୍ର ଭାବରେ ନଦୀ କୂଳେ କୂଳେ ଚଲାପଥ ଓ ଅବସର ସୁବିଧା ରହିବ ।

୮. ନଦୀ କୂଳର ବିକାଶ

ନଦୀ କୂଳର ଯୋଜନାବଦ୍ଧ ଭାବରେ ବିକାଶ କରାଯିବ ଏବଂ ଲୋକମାନେ ଯେପରି ସୁବିଧାରେ ସେମାନଙ୍କର ପରମ୍ପରା ଓ ରୀତିନୀତି ପାଳନ କରିପାରିବେ, ସେଥିପାଇଁ ପ୍ଲାଟଫର୍ମର ବ୍ୟବସ୍ଥା କରାଯିବ ।

ତାସହିତ ପର୍ଯ୍ୟଟକ ମାନଙ୍କୁ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ Pavilion, Plaza ଓ Deck ଆଦି ନିର୍ମାଣ କରାଯିବ । ପୁରୁଣା ଦିନ ଭଳି ମହାନଦୀରୁ ମନ୍ଦିର ସ୍ପଷ୍ଟ ଦେଖାଯିବ।

୯. ହ୍ରଦ କୂଳର ବିକାଶ

ଏହି ପ୍ରକଳ୍ପ ଅଧୀନରେ ୨୨ ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ wetlandର ବିକାଶ ସହିତ 5 MLD Sewerage Treatment Plant ନିର୍ମାଣ କରାଯିବ । Wetland ଅଞ୍ଚଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରାଯିବ। ଏହାସହିତ ସେଠାରେ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Food Park, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଂଗମଞ୍ଚର ବ୍ୟବସ୍ଥା ରହିବ । ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ (Souvenirs) ସାମଗ୍ରୀ ର ବିକ୍ରି ପାଇଁ vending ବ୍ଯବସ୍ଥା କରାଯିବ।

10. ରେଲୱେ ରାସ୍ତର ପ୍ରଶସ୍ତିକରଣ

ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାର୍ଶ୍ବକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ । ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ।

11. ଶଶ୍ମାନର ପୁନର୍ବିନ୍ୟାସ 

ବର୍ତ୍ତମାନ ଥିବା ଶଶ୍ମାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ । ଏହି ଶଶ୍ମାନଟି 9 ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ୱାରା ମହାନଦୀ ସହ ସଂଯୁକ୍ତ ହେବା ଫଳରେ ଲୋକମାନେ ସୁବିଧାରେ ନଦୀଘାଟକୁ ଯାଇ ପରମ୍ପରା ଓ ରୀତିନୀତି ପାଳନ କରିପାରିବେ ।
ଶଶ୍ମାନ ପାଖରେ ଶେଷକୃତ୍ୟ, ସ୍ଥାନ ଶ୍ରାଦ୍ଧମଣ୍ଡପ ଓ ବିଶ୍ରାମଗୃହ ର ବ୍ୟବସ୍ଥା କରାଯିବ।

ଏହି ନୂଆ ଯୋଜନା ଫଳରେ ପ୍ରଭାବିତ ହେଉଥିବା ଜନସାଧାରଣଙ୍କ ପାଇଁ ମାନବୀୟ ଦୃଷ୍ଟିରୁ ବିଚାର କରିଏକ ଉଦାର ଥଇଥାନ ଓ ପୁରର୍ବାସ ପ୍ୟାକେଜ ପ୍ରସ୍ତୁତ କରାଯାଉଛି ।

ଏଥିରେ ଘରୋଇ ଜମିରେ ଘର ସରକାରୀ ଜମିରେ ଥିବା ବସ୍ତି, ସରକାରୀ ଜମିରେ ଅନ୍ୟ ବାସଗୃହ, ସରକାରୀ ଜମିରେ ଦୋକାନ ଘର, ସରକାରୀ ଜମିରେ vendor ମାନଙ୍କ ପାଇଁ ସୁବିଧା ପାଇଁ ପ୍ୟାକେଜରେ ବିସ୍ତୃତ ବ୍ୟବସ୍ଥା ରଖାଯିବ ।

ସେହିପରି ସରକାରୀ ଜମିରେ ଥିବା କ୍ଲବ, ଧାର୍ମିକ ଅନୁଷ୍ଠାନ, ସରକାରୀ ଅଫିସ ଓ ପ୍ରତିଷ୍ଠାନ ମାନଙ୍କ ପାଇଁ ସହାୟତା ପ୍ରଦାନ କରାଯିବ।

ଏହି ଚିଠା ମାଷ୍ଟର ପ୍ଲାନ ସଂପର୍କରେ ଜନସାଧାରଣ development.samalei@gmail.com ଜରିଆରେ ମାର୍ଚ୍ଚ ୧୫ ସୁଦ୍ଧା ସେମାନଙ୍କର ମୂଲ୍ୟବାନ ମତାମତ ଦେଇପାରିବେ ।

ସମଲାଇ ପ୍ରକଳ୍ପର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନ କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version