No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୮ ଫେବୃଆରୀ ଗୁରୁବାର ) ପାରଳାଖେମୁଣ୍ଡି :- ବାହାଘର ଭୋଜିରେ ଯୋଗ ଦେବା ପାଇଁ ଏକ ୪୦୭ ଗାଡିରେ କିଛି ଲୋକ ଯାଉଥିବା ବେଳେ ଗାଡିଟି ଆର . ଉଦୟଗିରି ଥାନା ନିକଟସ୍ଥ କଙ୍କଡାଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିବାରୁ ବହୁ ଧନ ଜୀବନ ନଷ୍ଟ ହୋଇଛି ! ସୂଚନା ପ୍ରକାରେ ନୂଆଁଗଡ଼ ବ୍ଲକର ତୁମନ ଗ୍ରାମରେ ଏକ ବାହାଘର ଭୋଜି ନେଇ ଜାମଡିହ ଗ୍ରାମରୁ ତୁମନ ଗ୍ରାମକୁ ୪୦୭ ଗାଡିଟି ଯାଉଥିବା ବେଳେ ଉକ୍ତ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡିଥିଲା !
ଉକ୍ତ ଡାଲା ଗାଡିଟି ଓଲଟି ପଡ଼ିବାରୁ ଗାଡି ପଛପଟେ ବସିଥିବା ଯାତ୍ରୀ ମାନେ ଗାଡିତଳେ ଚାପି ହୋଇ ରହିଥିଲେ ! ଖବର ପାଇ ସ୍ଥାନୀୟ ଲୋକ , ଅଗ୍ନିଶମ ବାହିନୀ ଓ ପୁଲିସ ପ୍ରଶାସନର ଉଦ୍ୟମରେ ଗାଡିରେ ଫସି ରହିଥିବା ଯାତ୍ରୀ ମାନଙ୍କୁ ବାହାର କରିବା ସହ ସେମାନଙ୍କୁ ରା.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ! ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୩ ଜଣ ଗୁରୁତର ଥିବା ଜଣାପଡିଛି । ମୃତକ ମାନେ ହେଲେ ଯାମଡିହ ଗ୍ରାମର ଯନ୍ତ ଦଳବେହେରା ଓ ଗାୟତ୍ରୀ ରଇତ । ଗୁରୁତର ମାନଙ୍କ ମଧ୍ୟରୁ ତିନିରୁ ଚାରି ବର୍ଷର ଏକ ଶିଶୁ ରହିଥିବା ସୂଚନା ମିଳିଛି । ( ଗରୁଡ଼ ଧ୍ଵଜ ଚୌଧୁରୀ )
No Result
View All Result