• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ; ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ – ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 19, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ; ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ – ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ମିଳିମିଶି କାମ କରିବାକୁ କେନ୍ଦ୍ର ମନ୍ତ୍ରୀଙ୍କ ଆହ୍ବାନ .

ଓଡ଼ିଶା ତାଜା ନ୍ୟୁଜ (୧୯ ଫେବୃଆରୀ ଶୁକ୍ରବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି । ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ 1 3 MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି ।

ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି । ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି । ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି ଏବଂ ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ଏହି ଦୁଇଟି ଖଣିକୁ OMCକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସେହିପରି OMC ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ବରିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ OMCକୁ ସାଧୁବାଦ ଜଣାଇଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ଓଡିଣା ଖଣିଜ ସଂପଦରେ ସମୃଦ୍ଧ । ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ । ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ ୪ ରୁ ୫ ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶ୍ରୀ ଯୋଶୀ କରିଥିଲେ ।

ଏହାସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି ଶ୍ରୀ ଯୋଶୀ କହିଥିଲେ । ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ସହଯୋଗ ଦେଶର ଅର୍ଥନୀତିରେ ସମୃଦ୍ଧିର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ । ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଖଣି ନିଗମର ଅଧ୍ୟକ୍ଷ ଶ୍ରୀ ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବଲୱନ୍ତ ସିଂ ଧନ୍ୟବାଦ ଜଣାଇଥିଲେ । ସୂଚନାଯୋଗ୍ୟ ଯେ କେନ୍ଦୁଝର ଜିଲ୍ଲାର ଏହି ଖଣି ଦୁଇଟିରୁ ବାର୍ଷିକ ୧୨ ବିଲିଅନ ଟନ୍‌ ଲୁହାପଥର ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି । ଜିଲ୍‌ଙ୍ଗ ଲାଙ୍ଗଲୋଟା ୭୯.୧୨ MT ଲୁହାପଥର ଥିବାବେଳେ ଏଥିରୁ ବାର୍ଷିକ ୬.୨୮ ମିଲିଅନ ଟନ୍‌ ଉତ୍ପାଦନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ସେହିପରି ୧୯୪.୯୪ MT ଲୁହାପଥର ଥିବା ଗୁଆଳି ଖଣିରୁ ବାର୍ଷିକ ୫.୭ ମିଲିଅନ ଟନ୍‌ ଲୁହାପଥର ଉତ୍ତୋଳନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ଓଡିଶା ଖଣି ନିଗମ ଦ୍ରୁତ ଅଭିବୃଦ୍ଧି କରୁଥିବା ଦେଶର ଏକ ଖଣି କମ୍ପାନୀ ଅଟେ । ଏହି ଦୁଇଟି ନୂଆ ଖଣି ପାଇବା ପରେ OMCର ବାର୍ଷିକ ଉତ୍ପାଦନ ୨୦ ବିଲିଅନ ଟନ୍‌ରେ ପହଞ୍ଚିବ ବୋଲି ଆଶା କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version