ଉଠା ଜଳସେଚନ ଅଧ୍ୟକ୍ଷ ଅମରେଶ ପତ୍ରୀଙ୍କ ସୁନ୍ଦରଗଡ ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ

ସୁନ୍ଦରଗଡ ଡିଭିଜନ ଜରିଆରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଓ ସେଥିରୁ କୃଷକମାନେ କିପରି ଉପକୃତ ହେଉଛନ୍ତି, ସେ ସମ୍ପର୍କରେ ଅବଗତ ହୋଇଥିଲେ । ଉଠା ଜଳସେଚନ ମାଧ୍ୟମରେ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ଧାର୍ଯ୍ୟ ଲକ୍ଷ୍ୟକୁ ୫-ଟି ଆଧାରରେ ଶୀଘ୍ର ଶେଷ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ଓଡ଼ିଶା ତାଜା ନ୍ୟୁଜ (୧୯ ଫେବୃଆରୀ ଶୁକ୍ରବାର )  ଭୁବନେଶ୍ୱର :-  ଓଡିଶା ଉଠା ଜଳସେଚନ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ପରିପ୍ରେକ୍ଷୀରେ ଅଚାନକ ଓ.ଏଲ୍‌.ଆଇ.ସି ସୁନ୍ଦରଗଡ ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ । ସେଠାରେ କାର୍ଯ୍ୟରତ ସମସ୍ତ ଯନ୍ତ୍ରୀ ଓ କର୍ମଚାରୀଙ୍କ ସହ ବିଭାଗୀୟ ବିଭିନ୍ନ କାର୍ଯ୍ୟ ସଂପର୍କରେ ଆଲୋଚନା କରିଥିଲେ ।

ସୁନ୍ଦରଗଡ ଡିଭିଜନ ଜରିଆରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଓ ସେଥିରୁ କୃଷକମାନେ କିପରି ଉପକୃତ ହେଉଛନ୍ତି, ସେ ସମ୍ପର୍କରେ ଅବଗତ ହୋଇଥିଲେ । ଉଠା ଜଳସେଚନ ମାଧ୍ୟମରେ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ଧାର୍ଯ୍ୟ ଲକ୍ଷ୍ୟକୁ ୫-ଟି ଆଧାରରେ ଶୀଘ୍ର ଶେଷ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।

ଚାଷୀମାନେ କିପରି ଡିଭିଜନ ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପରୁ ସୁବିଧାସୁଯୋଗ ପାଇ ଲାଭବାନ ହେବେ, ସେଥିପାଇଁ ଧ୍ୟାନ ଦେବାକୁ କହିଥିଲେ । ଅଧ୍ୟକ୍ଷ ଶ୍ରୀ ପତ୍ରୀଙ୍କର ଏହି ପରିଦର୍ଶନ ସମୟରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଶ୍ରୀ ସାନନ୍ଦ କିଷାନ, ଡିଭିଜନର ଅନ୍ୟ ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ଆକାଉଣ୍ଟାଣ୍ଟ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।