• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା – ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
February 23, 2021
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା – ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା
Share on FacebookShare on TwitterWhatsapp

ବେରବୋଇରେ ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ କରାଯିବ, ମଡେଲ ସ୍କୁଲ ସ୍ଥାପନ ହେବ, ଗରିବ ଲୋକଙ୍କ ମୁହଁରେ ହସ ମୋତେ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ – ମୁଖ୍ୟମନ୍ତ୍ରୀ

 

ଓଡ଼ିଶା ତାଜା ନ୍ୟୁଜ (୨୩ ଫେବୃଆରୀ,ମଙ୍ଗଳବାର ) ପିପିଲି-ଡେଲାଙ୍ଗ :- ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହିଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ କରି ବର୍ତ୍ତମାନ ସମୟରେ ଆମ ପାଇଁ ଖୁବ ଜରୁରୀ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଅରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହ ଆଲୋଚନା କରିବା ଅବସରରେ ଏହା କହିଛନ୍ତି । ଏହି ଅବସରରେ ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ପିପିଲି- ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଏଥିରେ ରାସ୍ତାଘାଟ ଠାରୁ ଆରମ୍ଭ କରି ଜଳସେଚନ, ଷ୍ଟାଡିୟମ, ସେତୁ, ବସ୍ଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ସବୁବେଳେ ଗାଁ ର ବିକାଶ ଉପରେ ଫୋକସ୍ କରିଆସିଛନ୍ତି ।

ମହିଳା ଓ ଚାଷୀ ଭାଇଙ୍କ କଲ୍ୟାଣ ଉପରେ ଫୋକସ୍ କରିଆସିଛନ୍ତି । ଗରିବ ଲୋକଙ୍କ ମୁହଁରେ ହସ ହିଁ ତାଙ୍କୁ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ ବୋଲି ସେ କହିଥିଲେ । କରୋନା ଲକ୍ଡାଉନ ସମୟରେ ମିଶନ ଶକ୍ତି ଓ ଚାଷୀଭାଇଙ୍କ କାର୍ଯ୍ୟକ୍ରମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ସମୟରେ ଆମର ମିଶନ ଶକ୍ତିର ମା’ ମାନେ ବହୁତ ଭଲ କାମ କରିଛନ୍ତି। ଆମର ଚାଷୀ ଭାଇମାନେ ମଧ୍ୟ ଲକ୍ ଡାଉନ ସମୟରେ କରୋନାକୁ ଭୟ ନ କରି ଚାଷ କାମ ଜାରି ରଖିଥିଲେ । ଚାଷୀ ଭାଇର ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ଆଜି ବଞ୍ଚି ରହିଛି ବୋଲି ସେ ପ୍ରକାଶ କରିଥିଲେ । ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁଃଖର କଥା, ଆପଣଙ୍କର ପ୍ରିୟ ବିଧାୟକ ପ୍ରଦୀପ ବାବୁ ଆଜି ଆମ ଭିତରେ ନାହାନ୍ତି । ଗତ ୩୦ ବର୍ଷରୁ ଅଧିକ ସମୟ ଧରି ପିପିଲି-ଡେଲାଙ୍ଗର ବିକାଶ ସହ ସେ ଯୋଡି ହୋଇ ରହିଥିଲେ । ଆପଣମାନଙ୍କ ଭଲମନ୍ଦ, ସୁଖଦୁଃଖ ସବୁଥିରେ ସେ ଆପଣମାନଙ୍କ ସାଥିରେ ରହିଥିଲେ । ପିପିଲି-ଡେଲାଙ୍ଗର ବିକାଶ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି। ଏହି ଅବସରରେ ପ୍ରଦୀପ ମହାରଥୀଙ୍କ ସ୍ମୃତି ପ୍ରତି ସେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଉପରେ ସମସ୍ତଙ୍କର ଅଧିକାର ରହିଛି । ବିଶେଷକରି ଗରିବ ଲୋକମାନଙ୍କର ବିକାଶ ଉପରେ ପ୍ରଥମ ଅଧିକାର ରହିଛି । ବିକାଶର ସୁଫଳ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସାଧାରଣ ଲୋକକୁ ତାର ହକ୍‌ ଦେବା ପାଇଁ ସେ କାମ କରୁଛନ୍ତି ଓ କରିଚାଲିବେ ବୋଲି କହିଥିଲେ । ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ସମଗ୍ର ପୁରୀ ଜିଲ୍ଲାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ । ଏହି ଅବସରରେ ପିପିଲି ଓ ଡେଲାଙ୍ଗ ଦୁଇଟି ସ୍ଥାନରେ ସଭାର ଆୟୋଜନ କରାଯାଇଥିଲା । ପିପିଲିଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ପିପିଲି ସମେତ ସମଗ୍ର ପୁରୀ ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଡେଲାଙ୍ଗଠାରେ ଆୟୋଜିତ ସମାବେଶରେ ଯୋଗଦେଇ କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ପୁରୀ ଜିଲ୍ଲାର ବିକାଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି କହିଥିଲେ ।

ଶ୍ରୀମନ୍ଦିରର ବିକାଶ ପୁରୀ ଜିଲ୍ଲା ପାଇଁ ଆହୁରି ଅଧିକ ପର୍ଯ୍ୟଟକ ଆକୃଷ୍ଟ କରିବ ବୋଲି ସେ କହିଥିଲେ । ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାସନ କାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ଭିନ୍ନକ୍ଷମ ମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ଡେଲାଙ୍ଗଠାରେ ୩୨୦ ଜଣଙ୍କୁ ରାସନ କାର୍ଡ, ୧୨୩୦ ଜଣଙ୍କୁ ଭତ୍ତା ଏବଂ ୨୦ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା । ପିପିଲି ବଡକଣ୍ଟି ଗ୍ରାମର ହିତାଧିକାରୀ ପ୍ରମୋଦିନୀ ମାଝୀ ଏବଂ ଡେଲାଙ୍ଗର ପ୍ରମୋଦ ଭୋଇ ହିତାଧିକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ପୁରୀ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର, ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଶ୍ରୀ ପ୍ରତାପ କେଶରୀ ଦେବ, ଶ୍ରୀ ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ସମ୍ପର୍କୀତ ଏକ ଭିଡିଓ ମଧ୍ୟ ପ୍ରଦର୍ଶିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026

Recent News

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version