• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
March 2, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଅନୁସୂଚିତ ଜନଜାତି ଓ ଜାତି ବିଭାଗରେ 5T କାର୍ଯ୍ୟକ୍ରମ 50 ହଜାର ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ଗଲା ୧୦୧ କୋଟି ଟଙ୍କାର ବୃତ୍ତି ୩ ଟି ଆକାଂକ୍ଷା ହଷ୍ଟେଲ ଓ 68 ଟି ଛତ୍ରାବାସର ଉଦଘାଟନ, ହଷ୍ଟେଲରେ ରହୁଥିବା 5.75 ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ

ଓଡ଼ିଶା ତାଜା ନ୍ୟୁଜ୍ (୨ ମାର୍ଚ୍ଚ ,ମଙ୍ଗଳବାର ) ଭୁବନେଶ୍ୱର :-  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏଥିରେ 3ଟି ଆକାଂକ୍ଷା ହଷ୍ଟେଲ ଓ 68 ଟି ଅନ୍ୟ ଛତ୍ରାବାସ ଉଦଘାଟନ, ହଷ୍ଟେଲରେ ରହୁଥିବା 5.75 ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , 50 ହଜାର ଛାତ୍ରଛାତ୍ରୀଙ୍କୁ ବୃତ୍ତି , ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହିସବୁ କାର୍ଯ୍ୟକ୍ରମ ଗୁଡିକ ବିଭାଗର କାର୍ଯ୍ୟକ୍ରମ ରେ ଅଧିକ ଦକ୍ଷତା ଓ ସ୍ବଚ୍ଛତା ଆଣିବାରେ ସହାୟକ ହେବ । ଏ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଲେ ଯେ ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର । ଜନଜାତି ଭାଇଭଉଣୀ ମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରୁତ୍ଵ ଦେଇ ଆସିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି ।

ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମାତୃଭାଷା ଜରିଆରେ ହିଁ ପିଲାମାନେ ସହଜରେ ଶିକ୍ଷା ଗ୍ରହଣ କରିପାରନ୍ତି । ଆଜି ଆରମ୍ଭ ହେଉଥିବା ସଂହତି କାର୍ଯ୍ୟକ୍ରମ ଦ୍ଵାରା ଦେଢଲକ୍ଷ ପିଲା ସୁବିଧାରେ ପାଠ ପଢି ପାରିବେ । ସେହିପରି ହଷ୍ଟେଲ ରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମୋ ଛାତ୍ରାବାସ କାର୍ଡ, Odisha State Scholarship Portal ରେ Post Matric Scholarship ସିଧା ସଳଖ ବ୍ଯାଙ୍କ ଆକାଉଣ୍ଟରେ ପ୍ରଦାନ କରାଯାଉଛି । ଏହି ଦୁଇଟି ଯୋଜନାରେ ଛଅ ଲକ୍ଷରୁ ଅଧିକ ପିଲା ଉପକାର ପାଇବେ ବୋଲି ସେ କହିଥିଲେ । ସୂଚନାଯୋଗ୍ୟ ଯେ ପ୍ରାଥମିକ ସ୍ତରରେ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ପ୍ରଦାନ ପାଇଁ ସଂହତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏଥିରେ 1.5 ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସେହିପରି ହଷ୍ଟେଲ ମାନଙ୍କରେ ରହୁଥିବା ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ମୋ ଛତ୍ରାବାସ କାର୍ଡ ବ୍ୟବସ୍ଥା ଆରମ୍ଭ କର ଯାଇଛି ।

ଏହା ଦ୍ଵାରା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଥିବା 6700 ହଷ୍ଟେଲର 5.75 ଲକ୍ଷ ଛାତ୍ରଛାତ୍ରୀ ଉପକାର ପାଇବେ । ସେହିପରି Odisha State Scholarship Portal ଜରିଆରେ 50 ହଜାର ଛାତ୍ରଛାତ୍ରୀଙ୍କୁ 101 କୋଟି ଟଙ୍କା ପରିମାଣର ବୃତ୍ତି ପିଲାମାନଙ୍କ ବ୍ଯାଙ୍କ ଆକାଉଣ୍ଟ କୁ ସିଧାସଳଖ ପ୍ରଦାନ କରାଯାଇଛି । ଅନୁସୂଚିତ ଜନଜାତି , ଜାତି ପିଲା ମାନଙ୍କୁ ସହରର ଭଲ ସ୍କୁଲରେ ଶିକ୍ଷା ଦେବାପାଇଁ ଆକାଂକ୍ଷା ଯୋଜନା ଚାଲୁଅଛି । ଏହି ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ରେ ୩ ଟି ଆକାଂକ୍ଷା ହଷ୍ଟେଲ ଉଦଘାଟନ କରିଥିଲେ । ଏହାସହିତ ରାଜ୍ୟର ବିଭିନ୍ନ ସ୍ଥାନରେ 68ଟି ଛତ୍ରାବାସ ଲୋକାର୍ପିତ କରିଥିଲେ । ଏହି ଛତ୍ରାବାସ ଗୁଡିକ ପାଇଁ 150 କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ।

ପ୍ରୟାସ ଯୋଜନାରେ 7500 ରୁ ଅଧିକ ST, SC ଓ OBC ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଓଡିଶା skill development authority ସହଯୋଗରେ ଏହି କାର୍ଯ୍ୟକ୍ରମ କରାଯାଉଛି । ଆପଦଗ୍ରସ୍ଥ ଜନଜାତିଙ୍କ ପାଇଁ ଆଜି ଆରମ୍ଭ ହୋଇଥିବା ପୁଷ୍ଟି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଗୋଟିଏ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ Ajim Premji Philanthropic Initiativeର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଦ୍ଵାରା ଆମର 3500 PVTG ଚାଷୀ, 23 ହଜାର ଶିଶୁ ଏବଂ 25 ହଜାର ମା ଉପକାର ପାଇବେ । ଏହି କାର୍ଯ୍ୟକ୍ରମ ରାଜ୍ୟର 1138 ଟି PVTG ଗ୍ରାମରେ କାର୍ଯ୍ୟକାରୀ ହେବ । ଏହି କାର୍ଯ୍ୟକ୍ରମ ଗୁଡିକ ଦ୍ଵାରା ଆମର ଜନଜାତି , ଜାତି ପିଲାମାନେ ଆଗକୁ ବଢିବା ସହିତ ସେମାନଙ୍କର ପ୍ରକୃତ ସଶକ୍ତିକରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ସମ୍ବଲପୁରରୁ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଆଜିର କାର୍ଯ୍ୟକ୍ରମ ଦ୍ଵାରା ଜନଜାତି , ଜାତି ଛାତ୍ରଛାତ୍ରୀ ମାନେ ଆଗକୁ ବଢିବା ସହିତ ଓଡିଶା ର ବିକାଶ ରେ ଯୋଗଦାନ ରଖିପାରିବେ ବୋଲି କହିଥିଲେ । ସେହିପରି ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଓ ରାଉରକେଲା ବିଧାୟକ ଶ୍ରୀ ସାରଦା ନାୟକ ମଧ୍ୟ ଭିଡିଓ କନଫରେନସିଙ୍ଗ ଜରିଆରେ ଯୋଗ ଦେଇ ଅଭିଭାଷଣ ରଖିଥିଲେ । ଆପଦଗ୍ରସ୍ଥ ଜନଜାତିଙ୍କ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ନବରଙ୍ଗପୁର ଓ କେଉଁଝର ର ଦୁଇଜଣ ବୃତ୍ତି ପାଇଥିବା ଛାତ୍ରଛାତ୍ରୀ ଭିଡିଓ କନଫରେନସିଙ୍ଗ ଜରିଆରେ ନିଜର ମତାମତ ରଖି ଏହାଦ୍ବାରା ସେମାନଙ୍କର ଉଚ୍ଚଶିକ୍ଷା ରେ ସୁବିଧା ହେବ ବୋଲି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ବିଭାଗୀୟ ପ୍ରମୁଖ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ସ୍ଵାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଉଚ୍ଚ ପଦସ୍ଥ ଅଫଧିକାରୀ ମାନେ ଯୋଗ ଦେଇଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version