ଓଡ଼ିଶା ତାଜା ନ୍ୟୁଜ୍ (୦୫ ମାର୍ଚ୍ଚ, ଶୁକ୍ରବାର ) ଭୁବନେଶ୍ୱର :- ଆଜି ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ । ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରୁଛି । ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ OdishaOne Portal ଲୋକାର୍ପିତ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି ।
ଇଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର । ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ଲକ୍ଷ୍ୟ ନେଇ ଆମର “5T Initiative ଓ ମୋ ସରକାର” କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ।
Technologyର ଉପଯୋଗ ସମ୍ପର୍କରେବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ ଚାହୁଁଥିଲେ Technology ର ସୁବିଧା ଗାଁ ଗାଁ ରେ ପହଞ୍ଚୁ । ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ । ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ । ଏହି କେନ୍ଦ୍ର ଦ୍ବାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ । ଏଥିପାଇଁ ସେମାନଙ୍କୁ ଆଉବାରମ୍ବାର ଅଫିସ ଯିବାର ଆବଶ୍ୟକତା ରହିବ ନାହିଁ ।