No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୦୫ ମାର୍ଚ୍ଚ, ଶୁକ୍ରବାର ) ଭୁବନେଶ୍ୱର :- ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ । ଏହି ଅବସରରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ଦଳୀୟ ନେତା ଓ କର୍ମୀମାନଙ୍କୁ ଉଦବୋଧନ ଦେଇ କହିଛନ୍ତି, ଓଡିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ବିଜୁ ବାବୁଙ୍କ ଲକ୍ଷ୍ୟ ଥିଲା । ସେବା ଓ ସ୍ୱାଭିମାନ ବିଜୁ ବାବୁଙ୍କ ଆଦର୍ଶ ଥିଲା । ବିଜୁ ବାବୁଙ୍କ ଆଦର୍ଶକୁ ପାଥେୟ କରି ବିଜେଡି କାମ କରି ଚାଲିଛି । ଓଡିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ବିଜୁ ବାବୁଙ୍କ ସ୍ୱପ୍ନ ଥିଲା ।
ଓଡିଶାର ସ୍ୱାଭିମାନ ପାଇଁ ଲଢେଇ ଜାରି ରଖିବାକୁ ନବୀନ ପଟ୍ଟନାୟକ ଆହ୍ନାନ ଦେଇଛନ୍ତି । ମିଶନ ଶକ୍ତି ମା ଯେବେ ଋଣ ଆଣି ବେପାର କରି ନିଜ ପରିବାର ସମୃଦ୍ଧି ଆଣିଛି, ସେଠାରେ ବିକାଶର ଚିତ୍ର ଉଜ୍ଜ୍ୱଳ ଦିଶୁଛି । ସରକାରୀ ସ୍କୁଲ ପିଲାଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂରେ ସୁଯୋଗ ସୃଷ୍ଟି ହୋଇଛି । ଯୁବ ସମାଜର ସ୍ୱପ୍ନ ସାକାର ହେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜଧାନୀସ୍ଥିତ ଫରେଷ୍ଟ ପାର୍କରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।
No Result
View All Result