No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୦୫ ମାର୍ଚ୍ଚ, ଶୁକ୍ରବାର ) ବରଗଡ଼ :- ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପଞ୍ଚାୟତ ରାଜ ଓ ଲୋକ ସେବା ଦିବସ ପାଳିତ ହୋଇଯାଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ଆୟୋଜିତ ଉତ୍ସବରେ ଡିଆରଡିଏ ର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ ଙ୍କ ଅଧ୍ୟକ୍ଷତାରେ କରିଥିଲେ । ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ଯୋଗ ଦେଇଥିଲେ ।
ସମ୍ମାନୀତ ଅତିଥି ଭାବେ ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ ଯୋଗଦେଇ ଓଡ଼ିଶାର ପ୍ରଗତି ରେ ବିଜୁ ବାବୁ ଙ୍କ ଅବଦାନ ଅତୁଳନୀୟ ଅଟେ ବୋଲି କହିଥିଲେ । ପ୍ରାରମ୍ଭରେ ଅତିଥି ମାନେ ବିଜୁବାବୁଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବଟିକୁ ଉଦଘାଟନ କରିଥିଲେ । (ସତ୍ୟ ନାରାୟଣ ପ୍ରଧାନ ବରଗଡ଼)
No Result
View All Result