• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଦ୍‌ଘାଟିତ ହେଲା ନବମ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା ଏଥର ମିଶନଶକ୍ତି ଓ ମହିଳା ଉଦ୍ୟୋଗୀଙ୍କୁ ବିଶେଷ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
March 5, 2021
in ଓଡ଼ିଶା, ମହାନଗର, ହୋମ୍
0
ଉଦ୍‌ଘାଟିତ ହେଲା ନବମ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା ଏଥର ମିଶନଶକ୍ତି ଓ ମହିଳା ଉଦ୍ୟୋଗୀଙ୍କୁ ବିଶେଷ ଗୁରୁତ୍ୱ

minister-dibyasankar mishre

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ମାର୍ଚ୍ଚ ଶୁକ୍ରବାର ) ଭୁବନେଶ୍ୱର :- ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ନବମ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବାଣିଜ୍ୟ ମେଳାକୁ ଭର୍ଚୁଆଲ୍‌ ଭାବେ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ମିଶନ ଶକ୍ତି ଓ ମହିଳା ଉଦ୍ୟୋଗୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବାରୁ ସନ୍ତୋଷ ବ୍ୟକ୍ତ କରି ମେଳାରେ ଅଂଶଗ୍ରହଣ କରିଥିବା ୩୨୦ଟିି ଏମ୍‌ଏସ୍‌ଏମ୍‌ଇ ଓ ୬୦ଟି ଷ୍ଟାର୍ଟ ଅପ୍‌କୁ ସ୍ୱାଗତ ଜଣାଇଥିଲେ । ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଏମ୍‌ଏସ୍‌ଏମ୍‌ଇରେ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ଥିବା ହେତୁ ଏହି ଦିଗରେ ଅଧିକରୁ ଅଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି କହିଥିଲେ । ଏହି ମେଳାରେ ଉଦ୍ୟୋଗ ନିମନ୍ତେ ଆଲୋଚନା ଚକ୍ର, ସଂପାନ, ସମସ୍ୟା ସମାଧାନ ଶିବିର, ନୂତନ ସୁଯୋଗ ସୃଷ୍ଟି ତଥା ଉଦ୍ୟୋଗୀ ଓ ଅଧିକାରୀମାନଙ୍କ ମଧ୍ୟରେ ମତବିନିମୟର ସୁଯୋଗ ସୃଷ୍ଟି କରାଯିବା ପାଇଁ ବ୍ୟବସ୍ଥା କରାଯାଇଥିବା ସେ ଦର୍ଶାଇଥିଲେ ।

ବିଶେଷ ଭାବେ ଓଡ଼ିଶାରେ ରହିଥିବା ସମ୍ବଳର ଯଥାଯଥ ଉପଯୋଗ କରି ତାକୁ କିପରି ବିଶ୍ୱବଜାରରେ ପହଞ୍ଚାଯାଇ ପରିବ ସେଥିନେଇ ଉଦ୍ୟମ ଜାରି ରଖିଥିବା ସେ ସୂଚନା ଦେଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସରକାର ଏହି କ୍ଷେତ୍ରକୁ ଅଧିକ ପ୍ରାଧାନ୍ୟ ଦେଉଥିବା ଦର୍ଶାଇ ଆମେ କୋଭିଡ୍‌ ମହାମାରୀ ସତ୍ତେ୍ୱ ୩୦ ପ୍ରତିଶତ ଅଭିବୃଦ୍ଧି ହାସଲ କରିପାରିଛୁ ବୋଲି କହିଥିଲେ ା ସେ ରାଜ୍ୟ ସରକାର ଲ୍ୟାଣ୍ଡ ବ୍ୟାଙ୍କରେ ଏଥିପାଇଁ ପର୍ଯ୍ୟାପ୍ତ ଜମି ଗଚ୍ଛିତ ରଖିଥିବା, ସିଙ୍ଗଲ ୱିଣ୍ଡୋ କାର୍ଯ୍ୟକାରୀ କରିବା ଓ ଜିଲ୍ଲାସ୍ତରରେ ଜିଲ୍ଲାପାଳମାନେ ଏଥିପ୍ରତି ଯନିବାନ ହେବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଥିବା ଦର୍ଶାଇଥିଲେ । ପ୍ରାରମ୍ଭରେ ମେଳା ସଂପର୍କରେ ସୂଚନା ଦେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଅଳ୍ପ ସମୟ ମଧ୍ୟରେ ଆମେ ଏହାକୁ ଆୟୋଜନ କରିଥିବାରୁ ଏଥର ବାହାର ଦେଶରୁ ଉଦ୍ୟୋଗୀଙ୍କୁ ଏହି ମେଳାରେ ସାମିଲ କରାଯାଇ ପାରି ନଥିବା କହିଥିଲେ । ତେବେ ମେଳାରେ ପ୍ରତିଟି ଦିଗ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି ।

ବିଶେଷ ଭାବେ ଏମ୍‌ଏସ୍‌ଏମଇ କ୍ଷେତ୍ରରେ ଅଭିଜ୍ଞତା ଥିବା ବିଶେଷଜ୍ଞମାନଙ୍କୁ ପ୍ରତିଦିନ ମେଳା ପରିସରରେ ହେବାକୁ ଥିବା ସେମିନାରକୁ ଡକା ଯାଇ ଭାବବିନିମୟ କରାଯିବ ବୋଲି ସେ କହିଥିଲେ । ଅନ୍ୟମାନଙ୍କ ମଧ୍ୟରୁ ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡର ଅଧ୍ୟକ୍ଷ ଶ୍ରୀ ସଂଗ୍ରାମ କେଶରୀ ପାଇକରାୟ ରାଜ୍ୟ ସରକାର ଏହି ବିଭାଗର ବାର୍ଷିକ ବଜେଟକୁ ଇତି ମଧ୍ୟରେ ଦୁଇଗୁଣା କରିଥିବାରୁ ଏହାର ଗୁରୁତ୍ୱ ଯଥେଷ୍ଟ ବୃଦ୍ଧି ପାଇଥିବା କହିଥିଲେ । ଏହି ମେଳାରେ ପ୍ରତି ହ୍ୟାଙ୍ଗରରେ ୬୦ଟି ହିସାବରେ ୫ଟି ହ୍ୟାଙ୍ଗରରେ ପ୍ରାୟ ୩୨୦ଟି ଷ୍ଟଲ ଖୋଲାଯାଇଛି । ଗୋଟିଏ ହ୍ୟାଙ୍ଗର ସ୍ୱତନ୍ତ୍ର ଭାବେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଏବଂ ମିଶନ ଶକ୍ତିର ଉଦ୍ୟୋଗୀଙ୍କ ନିମନ୍ତେ ରଖାଯାଇଛି ।

ବୃହତ୍‌ ଶିଳ୍ପାନୁଷ୍ଠାନ ମଧ୍ୟରେ ନାଲ୍‌କୋ, ମହାନଦୀ କୋଲ୍‌ ଫିଲଡସ୍‌, ପାରାଦ୍ୱୀପ ରିଫେରିନାରୀ ରହିଥିବାବେଳେ ବିଭିନ୍ନ ବ୍ୟାଙ୍କ, ଶିଳ୍ପ ତାଲିମ କେନ୍ଦ୍ର, କଟକ, ଆଇଆଇଟି- ଭୁବନେଶ୍ୱର ଏବଂ ମୋ ସ୍କୁଲ, କୟେର ବୋର୍ଡ, ଓସିସିସିଏଲ୍‌, ଓଆର୍‌ଟିଏସ୍‌ଏସ୍‌ ପ୍ରଭୃତି ସଂସ୍ଥା ଅଂଶଗ୍ରହଣ କରିଛନ୍ତି । ଏହି ମେଳାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ଶିଳ୍ପ ନିର୍ଦ୍ଦେଶକ ଶ୍ରୀ ଜି. ରେଘୁ, ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଶ୍ରୀ ଚିନ୍ମୟ କୁମାର ସାହୁ ପ୍ରମୁଖ ମଂଚାସୀନ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version