• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁବକମାନଙ୍କ ଆଶାଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କୁ ବିଶ୍ୱସ୍ତରରେ ନିଯୁକ୍ତିଯୋଗ୍ୟ କରି ଗଢ଼ିତୋଳିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
March 6, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଯୁବକମାନଙ୍କ ଆଶାଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କୁ ବିଶ୍ୱସ୍ତରରେ ନିଯୁକ୍ତିଯୋଗ୍ୟ କରି ଗଢ଼ିତୋଳିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୬ ମାର୍ଚ୍ଚ ଶନିବାର ) ଭୁବନେଶ୍ୱର :-  ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରେ ପ୍ରଥମ ଅଗ୍ରଗାମୀ ଦକ୍ଷତା ତାଲିମ ପ୍ରତିଷ୍ଠାନ ‘ବିଶ୍ୱ ଦକ୍ଷତା କେନ୍ଦ୍ର’ ଉଦ୍‌ଘାଟନ କରିଛନ୍ତି ଏବଂ ବିଗତ ୫ ବର୍ଷ ମଧ୍ୟରେ ଓଡ଼ିଶା ଦକ୍ଷତା ବିକାଶ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ହାସଲ କରିଛି ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ଆମର ଯୁବକମାନଙ୍କ ପାଇଁ ଯେକୌଣସି ସ୍ଥାନରେ ଥିବା ସେମାନଙ୍କ ପ୍ରତିପକ୍ଷଙ୍କ ସହିତ ପ୍ରତିଦ୍ୱନ୍ଦିତା ନିମନ୍ତେ ନୂତନ ସୁଯୋଗମାନ ସୃଷ୍ଟି କରିଛୁ । ଯୁବକମାନଙ୍କ ଆଶାଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କୁ ବିଶ୍ୱସ୍ତରରେ ନିଯୁକ୍ତିଯୋଗ୍ୟ କରି ଗଢ଼ିତୋଳିବା ଆମର ଲକ୍ଷ୍ୟ ।

ଯୁବକମାନଙ୍କୁ ଭବିଷ୍ୟତ ନିମନ୍ତେ ପ୍ରସ୍ତୁତ କରିବା ପାଇଁ ସେମାନଙ୍କ ସକାଶେ ଭିତ୍ତିଭୂମି ଓ ବିଭିନ୍ନ ପ୍ରକରଣ ସୃଷ୍ଟି ଉପରେ ସରକାର ଆଗ୍ରହର ସହିତ ପୁଞ୍ଜି ବିନିଯୋଗ କରୁଛନ୍ତି । ଆମର ଯୁବକମାନଙ୍କୁ ଉନ୍ନତ ଦକ୍ଷତା ତାଲିମ ଯୋଗାଇଦେବା ସହିତ ବିଶ୍ୱସ୍ତରରେ ସେମାନଙ୍କୁ ପ୍ରତିଦ୍ୱନ୍ଦିତା ପାଇଁ ପ୍ରସ୍ତୁତ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭାବରେ ଆଗେଇ ନେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି ।

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ବିଗତ ୫ ବର୍ଷରେ ‘ସ୍କିଲଡ୍‌ ଇନ୍‌ ଓଡ଼ିଶା’ର ସଫଳତା ଉପରେ ଆଲୋକପାତ କରିବା ସହିତ ଦକ୍ଷତା ବିକାଶ ଉଦ୍ୟମକୁ ପରବର୍ତ୍ତୀ ପର୍ଯ୍ୟାୟ, ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସଂପ୍ରସାରିତ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଛନ୍ତି। ଆମର ଯୁବକମାନଙ୍କୁ ବିଶ୍ବବ୍ୟାପୀ ନିଯୁକ୍ତି ଦେବାକୁ ସେମାନଙ୍କ ଦକ୍ଷତା ବିକାଶ ପାଇଁ ଏହା ଉତ୍ତମ ସୁଯୋଗ ଯୋଗାଇବ ଏବଂ ସାମଗ୍ରିକ ବିକାଶର ଆବଶ୍ୟକତା ପାଇଁ ରାଜ୍ୟ ସ୍କିଲ ଭିଜନ ୨୦୩୦ ସୃଷ୍ଟି କରିବ ବୋଲି ସେ ପ୍ରକାଶ କରିଛନ୍ତି।

ମନ୍ତ୍ରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରେମାନନ୍ଦ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଏସିଆନ୍‌ ଡେଭଲପ୍‌ମେଣ୍ଟ ବ୍ୟାଙ୍କର ମହାନିର୍ଦ୍ଦେଶକ କେନିଚି ୟୋକୋୟାମା, ଆଇଟିଇଇଏସ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ବ୍ରୁସ୍‌ ପୋହ୍‌ ଏବଂ ବିଭିନ୍ନ ଶିଳ୍ପ ସଂସ୍ଥାର ନେତୃବୃନ୍ଦ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ସଂଜୟ କୁମାର ସିଂ ସ୍ୱାଗତ ଜଣାଇବା ସହିତ ଭାରତରେ ଦକ୍ଷତା ବିକାଶ ପରିମଣ୍ଡଳରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଭୂମିକା ଉପରେ ଆଲୋକପାତ କରିଛନ୍ତି । ସେ କହିଛନ୍ତି ଯେ ଶିଳ୍ପାନୁଷ୍ଠାନ ସହଯୋଗ କେନ୍ଦ୍ର ଏବଂ ସେଗୁଡ଼ିକର ନିୟୋଜନ ଆବଶ୍ୟକତା ନିମନ୍ତେ ବିଶ୍ୱ ଦକ୍ଷତା କେନ୍ଦ୍ର ଏକ ପ୍ରମୁଖ ଲକ୍ଷ୍ୟସ୍ଥଳ ଭାବରେ କାର୍ଯ୍ୟ କରିବ।

ଇନଷ୍ଟିଚ୍ୟୁଟ ଅଫ ଟେକ୍ନିକାଲ ଏଜୁକେସନ ସିଙ୍ଗାପୁର, ୱାର୍ଲ୍ଡ ସ୍କିଲ ରୁଷିଆ, ଗ୍ଲୋବଲ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର ସ୍କିଲ୍ସ, ଦକ୍ଷିଣ କୋରିଆ ମଡେଲ ଅନୁଯାୟୀ ଓଡ଼ିଶଶ ଦକ୍ଷତା ବିକାଶ ପ୍ରକଳ୍ପ ଅଧୀନରେ ଏସୀୟ ବିକାଶ ବ୍ୟାଙ୍କ ସହାୟତାରେ ଏହା ପ୍ରତିଷ୍ଠା ହୋଇଛି। ରାଜ୍ୟର ଯୁବଗୋଷ୍ଠୀମାନଙ୍କ ମଧ୍ୟରେ ଦକ୍ଷତା ବିକାଶ ପାଇଁ ୧ ହଜାର ୩୪୨ କୋଟି ଟଙ୍କା ଅନୁଦାନରେ ବିଶ୍ବ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଆଇଟିଇ ଏଜୁକେସନ ସର୍ଭିସେସ ସିଙ୍ଗାପୁର ଏହାର ନଲେଜ ପାର୍ଟନର ରହିଥିବାବେଳେ ବିଶ୍ବ ଦକ୍ଷତା ପ୍ରତିଯୋଗିତା ପାଇଁ ଏହା ନୋଡାଲ ଏଜେନ୍ସି ଏବଂଓଡ଼ିଶାରେ ଶିଳ୍ପ ସଂସ୍ଥା ଗୁଡିକ ପାଇଁ ଏହି କେନ୍ଦ୍ର ସେଣ୍ଟର ଫର ଇଣ୍ଡଷ୍ଟ୍ରି ପାର୍ଟନରସିପ ଭାବେ କାର୍ଯ୍ୟ କରିବ। ସେହିପରି ଏହି କେନ୍ଦ୍ର ଆଇଟିଆଇ ପଲିଟେକ୍ନିକ ଛାତ୍ରଛାତ୍ରୀଙ୍କ ପାଇଁ ମଡୁଲାର ପାଠ୍ୟକ୍ରମ ପ୍ରଦାନ କରାଯିବ । ବିଶ୍ବ ଦକ୍ଷତା କେନ୍ଦ୍ରରେ ରେଫ୍ରିଜରେସନ ଆଣ୍ଡ ଏୟାରକଣ୍ଡିସନର, ମେକାନିକାଲ ଏବଂ ଇଲେକ୍ଟ୍ରିକାଲ ସର୍ଭିସେସ, ଭର୍ଟିକାଲ ଟ୍ରାନ୍ସପୋର୍ଟ, ପ୍ରେସିସନ ଇଞ୍ଜିନିୟରିଂ, ମେକାଟ୍ରୋନିକ୍ସ୍ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ସହିତ ଫେସନ ଏବଂ ଡିଜାଇନ, ସୌନ୍ଦର୍ଯ୍ୟ ଓ ସୁସ୍ଥତା ଭଳି ଆତ୍ମ ନିର୍ଭରଶୀଳ ଓ ବୃତ୍ତିଭିତ୍ତିକ ପାଠ୍ୟକ୍ରମ ଏଠାରେ ପ୍ରଚଳନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version