No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର )ଛତ୍ରପୁର :- କରୋନା କଟକଣା ଭିତରେ ଗଞ୍ଜାମ ଜିଲ୍ଲାରେ ଦଣ୍ଡଯାତ୍ରା ପାଳନକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି । ତେବେ କେବଳ ସ୍ଥାନୀୟ କଳାକାରଙ୍କୁ ନେଇ ଦଣ୍ଡନାଚ ଅନୁଷ୍ଠିତ ହେବ । ପୂର୍ବରୁ ନିର୍ଦ୍ଦେଶାନାମାରେ ସାମାନ୍ୟ ପରିବର୍ତ୍ତନ କରି ଦଣ୍ଡଯାତ୍ରା ପାଳନକୁ ଅନୁମତି ପ୍ରଦାନ କରାଯାଇଛି । ଜିଲ୍ଲାପ୍ରଶାସନ ପକ୍ଷରୁ ଜାରି କଟକଣାକୁ ନେଇ ଅସନ୍ତୋଷ ଜାହିର କରିଥିଲେ ଲୋକେ । ୨ ଶହ ଲୋକଙ୍କୁ ନେଇ ଦଣ୍ଡନାଚ କରିବାକୁ ଅନୁମତି ପ୍ରଦାନ କରାଯାଇଥିଲା । ତାଠୁ ଯଦି ଅଧିକ ହେଲେ, ଆୟୋଜକ ଦାୟୀ ରହିବେ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଇଥିଲା ଗଞ୍ଜାମ ଜିଲ୍ଲା ପ୍ରଶାସନ ।ସେହିପରି କୌଣସି ଭୋଜିଭାତ କିମ୍ବା ପ୍ରସାଦ ସେବନ କାର୍ଯ୍ୟକ୍ରମକୁ ବାରଣ କରାଯାଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମ ଆଦୌ ହୋଇପାରିବ ନାହିଁ ବୋଲି କୁହାଯାଇଥିଲା । ( ରିପୋର୍ଟ: ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )
No Result
View All Result