No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର ) ଭୁବନେଶ୍ଵର :- ରାଜଧାନୀ ଭୁବନେଶ୍ଵରରେ ଆଜିଠାରୁ ୫ ଦିନିଆ ରାଜ୍ୟସ୍ତରୀୟ କୃଷି ସମ୍ମିଳନୀ ‘କୃଷି ଓଡ଼ିଶା-୨୦୨୧’ ଆରମ୍ଭ ହୋଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ କହିଛନ୍ତି କୃଷକଙ୍କ ସହିତ ସବୁବେଳେ ରହିଛନ୍ତି ଓ ରହିଥିବେ। ରହିଥିବିସବୁବେଳେ ଚାଷୀଙ୍କ ସହ ରହିଛନ୍ତି ଓ ରହିଥିବେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି ।
ସୋମବାର ଭୁବନେଶ୍ୱର ବରମୁଣ୍ଡା ପଡିଆରେ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ପ୍ରଦର୍ଶନୀରେ ବିଭିନ୍ନ ଜିଲ୍ଲାରୁ ୫ ଶହ ଚାଷୀ ଯୋଗଦେଇଥିବା ବେଳେ ପ୍ରଦର୍ଶନୀରେ ୧୬୦ଟି କୃଷି ମଣ୍ଡପ ସ୍ଥାନ ପାଇଛି । ଚଳିତ ବର୍ଷର ଥିମ ରହିଛି ସମନ୍ୱିତ ଚାଷ : ଚାଷୀର ବିକାଶ ।
କୃଷି ଓ ଆନୁଷଙ୍ଗିକ କୃଷିର ଉନ୍ନତିକରଣ ପାଇଁ ଆବଶ୍ୟକ ଥିବା ବୈଷୟିକ ଜ୍ଞାନକୌଶଳ, କୃଷି ଯାନ୍ତ୍ରିକିକରଣ ସୂଚନା, ବଜାର ସୁଯୋଗ ସୃଷ୍ଟି ତଥା ଆବଶ୍ୟକ ଋଣର ସହଜ ଉପଲବ୍ଧତା ଆଦି ଉପରେ ଏହି ପ୍ରଦର୍ଶନୀରେ ଗୁରୁତ୍ୱ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ୧୦ଟି ବିଷୟବସ୍ତୁକୁ ନେଇ ପାଠଶାଳା ଆୟୋଜନ କରାଯିବ । ଚାଷୀ, କୃଷି ଉଦ୍ୟୋଗୀ ଓ କୃଷି ବିଜ୍ଞାନୀମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ ହେବ । କୃଷି ଓଡ଼ିଶାରେ ଏଥର ୧୬୦ଟି ମଣ୍ଡପରେ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ଜଳଛାୟା ମିଶନ, ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ଆଦି ବିଭାଗ ପକ୍ଷରୁ ପ୍ରଦର୍ଶନୀ କରାଯାଉଛି ।
ଏଥର କୃଷି ଓଡ଼ିଶାରେ ମିଲେଟ୍ ମିଶନ୍ ଓ ମିଶନ ଶକ୍ତି ପକ୍ଷରୁ ସ୍ୱତନ୍ତ୍ର ପ୍ରଦର୍ଶନୀ କରାଯାଉଛି । ବୈଷୟିକ ଜ୍ଞାନକୌଶଳ, ନୂଆ କୃଷି ଯନ୍ତ୍ରପାତି ଓ ବଜାର ସୁବିଧା ସମ୍ପର୍କରେ ସୂଚନା ଦେବା ପାଇଁ ପ୍ରତିବର୍ଷ ‘କୃଷି ଓଡ଼ିଶା’ ଆୟୋଜନ କରାଯାଉଛି । ଏ ବର୍ଷ କୃଷି ଓଡ଼ିଶାର ଥିମ୍-ସମନ୍ୱିତ ଚାଷ : ଚାଷୀଙ୍କ ବିକାଶ ରହିଥିବା ବେଳେ ମାସ୍କଟ୍ ‘ପାଳଛତୁ’ ରହିଛି ।
No Result
View All Result