• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ପାଳନ

Proprietor Abhimanyu Maharana by Proprietor Abhimanyu Maharana
March 16, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ପାଳନ
Share on FacebookShare on TwitterWhatsapp

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପ୍ରତି ବର୍ଷ ବିଜୁ ବାବୁଙ୍କ ଜୟନ୍ତୀକୁ ‘କିମ୍ବଦନ୍ତୀ ଭାରତୀୟ ପାଇଲଟ ଦିବସ’ (Legendary Indian Pilots Day) ଭାବେ ପାଳନ କରିବ,  ଦେଶର ଜଣେ ଦକ୍ଷ ପାଇଲଟ୍‌କୁ ସମ୍ମାନିତ କରିବ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ୍‌ରେ ବିଜୁ ବାବୁଙ୍କ ଟ୍ରେନିଂ ଦେଶର ବିମାନ ଚାଳନା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଥିଲା – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ (୧୬ ମାର୍ଚ୍ଚ ମଙ୍ଗଳବାର ) ଭୁବନେଶ୍ଵର :- ବିଜୁ ବାବୁଙ୍କର ବ୍ୟକ୍ତିତ୍ବର ସବୁଠାରୁ ବଳିଷ୍ଠ ଦିଗ ହେଉଛି ତାଙ୍କ ସାହସିକତା । ସେ ରାଜନୀତି ହେଉ, ବା ବିମାନ ଚାଳନା – ସବୁ କ୍ଷେତ୍ରରେ ତାଙ୍କର ଅସୀମ ସାହସ ସବୁବେଳେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ହୋଇଥାଏ । ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ । ଇଣ୍ଡୋନେସିଆର ସ୍ବାଧିନତା ସଂଗ୍ରାମ ହେଉ, ବା ଜାମ୍ମୁ କାଶ୍ମୀରରେ ପାକିସ୍ତାନୀ ସୈନ୍ୟଙ୍କ ଆକ୍ରମଣ – ସବୁ କ୍ଷେତ୍ରରେ ସେ ତାଙ୍କର ଅସାମାନ୍ୟ ଦକ୍ଷତା ଓ ଅସୀମ ସାହସର ପରିଚୟ ଦେଇଯାଇଛନ୍ତି ।

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ କରାଯାଇଛି । ଦେଶର ବିମାନ ଚାଳନା କ୍ଷେତ୍ରରେ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣୀୟ କରିବା ପାଇଁ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପ୍ରତି ବର୍ଷ ତାଙ୍କ ଜନ୍ମ ଦିନକୁ କିମ୍ବଦନ୍ତୀ ଭାରତୀୟ ପାଇଲଟ ଦିବସ (Legendary Indian Pilots Day) ଭାବରେ ପାଳନ କରିବ ଏବଂ ଦେଶର ଜଣେ ଦକ୍ଷ ପାଇଲଟଙ୍କୁ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନେଇଛି । କ୍ଲବର ସଭାପତି ଡଃ ବି.ବି.ଏଲ୍‌ ମଧୁକର ବିଜୁ ଜୟନ୍ତୀ ସମାରୋହ ଅବସରରେ ଏହା କରିଛନ୍ତି ।

ଏହି ଅବସରରେ ଆୟୋଜିତ ଏକ ସମାରୋହ ପାଇଁ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଦିଲ୍ଲୀ ଫ୍ଲାଇଙ୍କ କ୍ଲବରେ ବିଜୁ ବାବୁଙ୍କ ପ୍ରଶିକ୍ଷଣ ଦେଶର ବିମାନ ଚାଳନା କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି କରିଥିଲା । ତାଙ୍କର ବିମାନ ଉଡାଣର କାହାଣୀ ଆଜି କିମ୍ବଦନ୍ତୀ ହୋଇ ଘରେ ଘରେ ତାଙ୍କ ସାହାସିକତା ଓ ଦେଶଭକ୍ତିର କଥା ବର୍ଣ୍ଣନା କରୁଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିମାନ ଚାଳନା ପାଇଁ ପ୍ରବଳ ଆଗ୍ରହ ଯୋଗୁ ବିଜୁ ବାବୁ ୧୯୩୦ ଦଶକର ପ୍ରାରମ୍ଭରେ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବରେ ବିମାନ ଚାଳନା ପାଇଁ ପ୍ରଶିକ୍ଷଣ ଆରମ୍ଭ କରିଥିଲେ ଏବଂ ଏହି ଠାରୁ ହିଁ ଆରମ୍ଭ ହୋଇଥିଲା ତାଙ୍କର ଗୌରବମୟ ଯାତ୍ରା । ଇଗଲ୍‌ ପରି ଉଚ୍ଚ ଆକାଶରେ ଉଡିବା ଏବଂ ଝଡ ସହ ଲଢିବା ତାଙ୍କର ନିଶା। ଆଉ ତାଙ୍କର ସେହି ସ୍ବପ୍ନକୁ ପୂରଣ କରିଥିଲା ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ । ସେ ବୋଧହୁଏ ଏକମାତ୍ର ସଂଗ୍ରାମୀ ଯିଏ କି ତିନୋଟି ଦେଶର ସ୍ବାଧୀନତା ସଂଗ୍ରାମରେ ଭାଗ ନେଇଥିଲେ । କେବଳ ଭାରତ ନୁହେଁ, ଇଣ୍ଡୋନେସିଆ ଓ ରୁଷିଆର ସ୍ବାଧୀନତା ସଂଗ୍ରାମରେ ମଧ୍ୟ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।

ଭାରତରେ ଜୟପ୍ରକାଶ ନାରାୟଣ ଓ ଅରୁଣା ଆସଫ ଅଲ୍ଲୀଙ୍କ ପରି ନେତୃବୃନ୍ଦଙ୍କୁ ବିମାନ ଯୋଗେ ବିଭିନ୍ନ ସ୍ଥାନକୁ ନେଇ ବ୍ରିଟିଶ କର୍ତ୍ତୃପକ୍ଷଙ୍କ ନଜରରୁ ବଞ୍ଚାଇଥିଲେ । ଏଥିପାଇଁ ସେ ବ୍ରିଟିଶ ସରକାରଙ୍କ ଆକ୍ରୋଶର ଶିକାର ହୋଇ ଜେଲ୍‌ ମଧ୍ୟ ଯାଇଥିଲେ । ଇଣ୍ଡୋନେସିଆର ସ୍ବାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ବିଶ୍ବବିଦିତ । ଏହାସହିତ ଦ୍ବିତୀୟ ବିଶ୍ବ ଯୁଦ୍ଧ ସମୟରେ ସେ ରୁଷିଆର ରେଡ୍‌ ଆର୍ମିକୁ ମଧ୍ୟ ସହାୟତା ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଥିଲେ ଯେ ପାଇଲଟ ଭାବରେ ବିଜୁ ବାବୁଙ୍କ ଗୌରବମୟ ଯାତ୍ରା ପାଇଁ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବର ଭୂମିକା ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ସାରା ଓଡିଶା ଓ ଭାରତବାସୀ ଏହି କ୍ଲବର ଭୂମିକାକୁ ସବୁ ସମୟରେ ମନେ ରଖିବେ । ଜଣେ ଦକ୍ଷ ପାଇଲଟ ଭାବରେ ବିଜୁ ବାବୁଙ୍କ ସ୍ମୃତିକୁ ପୁନର୍ଜୀବିତ କରିଥିବାରୁ ମୁଖ୍ୟମନ୍ତ୍ରୀ କ୍ଲବର ସଭାପତି ଡଃ. ବି.ବି.ଏଲ ମଧୁକରଙ୍କୁ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁ ଆମ ପାଇଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଛନ୍ତି ଓ ରହିବେ । ସେ ଆମକୁ ଯେ କୌଣସି  ପରିସ୍ଥିତି ହେଉ ପଛେ, ଗରିବ ଓ ଦୁର୍ବଳ ଲୋକକୁ ସହାୟତା କରିବା ପାଇଁ ଆଗେଇ ଆସିବାକୁ ପ୍ରେରଣା ଦେଉଥିଲେ । ତାଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ଏବଂ କଳିଙ୍ଗର ଗୌରବକୁ ପୁନର୍ଜୀବିତ କରିବା ପାଇଁ ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସଦସ୍ୟ ଡଃ ସସ୍ମିତ ପାତ୍ର ମଧ୍ୟ ଯୋଗ ଦେଇ ବିଜୁ ବାବୁଙ୍କ ସ୍ମୃତି ଚାରଣ କରିଥିଲେ । ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବର ସଭାପତି ଡଃ ବି.ବି.ଏଲ ମଧୁକର ଏବଂ ସଂପାଦକ ଶ୍ରୀ ଅମିତ ଶର୍ମା ବିମାନ ଚାଳନା କ୍ଷେତ୍ରରେ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version