ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 13.2.2020 :- ଷୋଡଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ୍ ଅଧିବେଶନ)ର ଅବ୍ୟବହିତ ପୂର୍ବରୁ ଆଜି ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତିଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଆୟୋଜିତ ଏହି ବୈଠକରେ ଆସନ୍ତା ବିଧାନସଭା ଅଧିବେଶନ ସଂ ପର୍କରେ ଆଲୋଚନା ହୋଇଥିଲା ।
ଗୃହ କାର୍ଯ୍ୟ କିଭଳି ସୁରୁଖୁରୁରେ ଚାଲିବ ସେଥି ପାଇଁ ବାଚସ୍ପତି ଡ. ପାତ୍ର ସବୁଦଳର ସହେଯୋଗ କାମନା କରିଥିଲେ । ଏହି ବୈଠକରେ ବିରୋଧି ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟା ପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ, ଅବକାରୀ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଭାରତୀୟ ଜାତୀୟ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର, ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ଶ୍ରୀ ବିଷ୍ଣୁଚରଣ ସେଠୀ, ଶ୍ରୀ ଲକ୍ଷ୍ମଣ ମୁଣ୍ଡାଙ୍କ ସମେତ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତ ପଥୀ ଉ ପସ୍ଥିତ ଥିଲେ ।