No Result
View All Result
ଓଡ଼ିଶା ତାଜା ନ୍ୟୁଜ ( ୨୨ ମାର୍ଚ୍ଚ ସୋମବାର ) ଭୁବନେଶ୍ଵର :- ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଆଜି ୪ ଜଣ ଅଧିକାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।
ଦୁଇ ଜଣଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଥିବା ବେଳେ, ଆଉ ଦୁଇ ଜଣଙ୍କର ପେନସନ ସଂକ୍ରାନ୍ତୀୟ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି । ବର୍ତ୍ତମାନ ମୟୁରଭଂଜ ଜିଲ୍ଲାର ଖୁଣ୍ଟା ଜିଲ୍ଲାରେ କାର୍ଯ୍ୟରତ ତଥା ବଲାଙ୍ଗୀରର ଟିଟିଲାଗଡ ବ୍ଲକ୍ର ପୂର୍ବତନ SEO ବଳରାମ ସୁନା ଏବଂ ମହିଳା ଓ ଶିଶୁବିକାଶ ବିଭାଗର ଅନୁଗୋଳ ଜିଲ୍ଲା ଆଠମଲ୍ଲିକରେ କାର୍ଯ୍ୟରତ ଷ୍ଟାଟିଷ୍ଟିକ୍ସ ଆସିସଷ୍ଟାଣ୍ଟ ବସନ୍ତ କୁମାର ସାହୁଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରୀରୁ ବରଖାସ୍ତ କରାଯାଇଛି ।
ସେହିପରି ଭୁବନେଶ୍ବର BEDର ex-DGM Electrical ଦାମୋଦର ଦାସ ଏବଂ ଅବସରପ୍ରାପ୍ତ ପୋଲିସ ଏ.ଏସ୍.ଆଇ ଶ୍ରୀ ଏମ୍. ଜଗନ୍ନାଥ ରାଓଙ୍କର ପେନ୍ସନ ଏବଂ ପେନ୍ସନଜନିତ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି । ଦୁର୍ନୀତି ଅଭିଯୋଗରେ ଏହି ଦୁଇ ଅଧିକାରୀ ଅଦାଲତ ଦ୍ବାରା ଅଭିଯୁକ୍ତ ହୋଇଥିଲେ ।
ଏହି ଚାରି ଜଣ ଅଭିଯୁକ୍ତଙ୍କୁ ମିଶାଇ ଗତ ଏକ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ୧୧୭ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇସାରିଛି ।
No Result
View All Result