No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୬ ମାର୍ଚ୍ଚ ଶୁକ୍ରବାର ) ଭୁବନେଶ୍ୱର :- ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆହୂତ ଭାରତ ବନ୍ଦକୁ ସମର୍ଥନ କରି ଆଜି ଆମ ଅଧିକାର ପକ୍ଷରୁ ନବୀନ ନିବାସ, ରାଜମହଲ ଛକ ଓ ଏଜି ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କଳା କୃଷି ନୀତି ବାତିଲ ଦାବିରେ ‘ଆମ ଅଧିକାର’ର କର୍ମକର୍ତ୍ତାମାନେ ଫରେଷ୍ଟ ପାର୍କସ୍ଥିତ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ନବୀନ ନିବାସ ଅଭିମୁଖେ ଯାତ୍ରା କରିଥିଲେ । ଅଧାବାଟରେ ପୋଲିସ୍ ବାଧା ଦେବାରୁ ପୋଲିସ୍ ସହ ସେଠାରେ ଧସ୍ତାଧସ୍ତି ହୋଇଥିଲା ।
ପରେ ଶୋଭଯାତ୍ରା ରାଜମହଲ ଛକରେ ପହଞ୍ôଚ ସେଠାରେ ରାସ୍ତାରୋକ କରାଯାଇଥିଲା । ଆମ ଅଧିକାରର ଆନ୍ଦୋଳନକୁ ସମର୍ଥନ ଜଣାଇ ଶ୍ରମିକ ସଂଗଠନ ‘ବିଟୁ’ ମଧ୍ୟ ଏହି ଆନ୍ଦୋଳନରେ ସାମିଲ ହୋଇ ଏଜିଛକ ଅଭିମୁଖେ ଯାତ୍ରା କରିଥିଲା । ସେଠାରୁ ସଚିବାଳୟମାର୍ଗ ଦେଇ ଶୋଭଯାତ୍ରା ଯାଉଥିବା ସମୟରେ ପୋଲିସ୍ ରାସ୍ତା ଅବରୋଧ କରିବାରୁ କର୍ମୀମାନେ ରାସ୍ତାରେ ଶୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।
ବିକ୍ଷୋଭସ୍ଥଳରେ ଅନୁଷ୍ଠିତ ପ୍ରତିବାଦ ସଭାରେ ରାଜ୍ୟ ଆବାହକ ଅମିୟ ପାଣ୍ଡବ, ମହାସଚିବ ଗଣେଶ ଦାଶ, ସମ୍ପାଦକ ପାର୍ଥସାରଥୀ ଜେନା, ମାନସ ସାହୁ ଏବଂ ବିଟୁ ପକ୍ଷରୁ ବିକ୍ରମ ନାୟକ ଓ ଦିଲ୍ଲୀପ ମହାନ୍ତି ପ୍ରମୁଖ ଉଦ୍ବୋଧନ ଦେଇ ଆନ୍ଦୋଳନରତ କୃଷକମାନଙ୍କୁ ସମର୍ଥନ ଜ୍ଞାପନ କରିଥିଲେ । କୃଷକ ବିରୋଧୀ କୃଷିନୀତି ସମ୍ପୂର୍ଣ୍ଣ ବାତିଲ ନହେବା ଯାଏ ଆନ୍ଦୋଳନ ବଳବତ୍ତର ରହିବ ବୋଲି ଘୋଷଣା କରିଥିଲେ ।
ସଞ୍ଜୟ ପରିଡ଼ା, ଜଗନ ସାହୁ, ସୁବାଷ କୁମାର ତାରଣିଆଁ, କ୍ରିଷ୍ଣା ଶତପଥୀ, ରାହୁଲ ମହାପାତ୍ର ଓ ବିଶ୍ୱଭୂଷଣ ମହାପାତ୍ର ପ୍ରମୁଖ ଏହି ବିକ୍ଷୋଭର ନେତୃତ୍ୱ ନେଇଥିଲେ । ପୋଲିସ୍ ପକ୍ଷରୁ ଆନ୍ଦୋଳନକାରୀଙ୍କୁ ଘଟଣାସ୍ଥଳରେ ଗିରଫ କରାଯାଇଥିଲା ।
No Result
View All Result