No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ ( ୩୦ ମାର୍ଚ୍ଚ,ମଙ୍ଗଳବାର ) ହିଞ୍ଜିଳିକାଟୁ :-ଚୈତ୍ର ମାସ ପ୍ରଥମ ପାଳି ମଙ୍ଗଳବାର ଉପଲକ୍ଷେ ହିଞ୍ଜିଳିକାଟୁ ବ୍ଳକ ନୂଆଁ ବୁରୁପଡ଼ା ନିକଟସ୍ଥ ଶକ୍ତିପୀଠ ମା ଶ୍ୟାମଳାଇ ପୀଠରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ମଙ୍ଗଳବାର ଭୋରରୁ ମା’ଙ୍କ ପୂଜାର୍ଚ୍ଚନା ପରେ ଭକ୍ତ ମାନଙ୍କୁ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ସକାଶେ ମନ୍ଦିର ଦ୍ୱାର ଖୋଲା ଯାଇଥିଲା । ଭକ୍ତ ମାନେ ମା’ ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପାଇଁ ବହୁ ସମୟ ଧରି ଲମ୍ବା ଲାଇନରେ ଅପେକ୍ଷା କରି ରହିଥିଲେ । ମାନସିକ ଧାରୀ ମାନେ ନିଜ ନିଜ ଶିଶୁଙ୍କ ମୁଣ୍ଡନ କରାଇଥିଲେ । ବହୁ ଦୁର ଦୂରାନ୍ତରରୁ ଭକ୍ତ ମାନେ ସୋମବାର ରତିରୁ ଆସି ମନ୍ଦିର ପରିସରରେ ଭିଡ଼ ଜମାଇଥିଲେ ।
ମନ୍ଦିର ଚର୍ତୁପ୍ୱାଶ୍ୱର୍ରେ ଭକ୍ତ ମାନେ ନିଜ ନିଜର ପରିବାର ବନ୍ଧୁବର୍ଗଙ୍କ ସହ ଭୋଜିଭାତର ଆୟୋଜନ କରିଥିଲେ । ମନ୍ଦିର ଚର୍ତୁପ୍ୱାର୍ଶରେ ବିଭିନ୍ନ ରକମର ଖେଳଣା, ବାରମଜା, ଥଣ୍ଡାପାନୀୟ ଦୋକାନର ଅସ୍ଥାୟୀ ଦୋକାନ ବଜାର ମାନ ଗଢି ଉଠିଥିଲା । ଭକ୍ତ ମାନଙ୍କ ଭିଡ଼କୁ ଆଖି ଆଗରେ ରଖି ମନ୍ଦିର ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । (ରିପୋର୍ଟ – ସୁଶାନ୍ତ ପ୍ରଧାନ )
No Result
View All Result