• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ – ଉପରାଷ୍ଟ୍ରପତି ଏମ୍‍.ଭେଙ୍କିଆ ନାଇଡୁ

Proprietor Abhimanyu Maharana by Proprietor Abhimanyu Maharana
April 3, 2021
in ଓଡ଼ିଶା, ଦେଶ, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ – ଉପରାଷ୍ଟ୍ରପତି ଏମ୍‍.ଭେଙ୍କିଆ ନାଇଡୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍  (୩ ଏପ୍ରିଲ ଶନିବାର ,ଶୁକ୍ରବାର ) ଭୁବନେଶ୍ୱର  :-  ଶିକ୍ଷାର ଲକ୍ଷ୍ୟ କେବଳ ବୌଦ୍ଧିକ ବିକାଶରେ ସୀମିତ ନୁହେଁ, ଏହା ମଧ୍ୟ ଚରିତ୍ର ନିର୍ମାଣ ଏବଂ ଏକବିଂଶ ଶତାଦ୍ଦୀର ଦକ୍ଷତାର ଭୂଷିତ ତଥା ଏକ ସାମଗ୍ରିକ ସ୍ୱୟଂ ସମ୍ପୂର୍ଣ୍ଣ ବ୍ୟକ୍ତି ଗଢ଼ିବା ପାଇଁ ଉଦ୍ଦିଷ୍ଟ । ଆତ୍ମବିଶ୍ୱାସର ସହ ବିଶ୍ୱର ସମ୍ମୁଖୀନ ହୁଅ-ଏହି ବିଚାର ଓ ସାମର୍ଥ୍ୟ ଆମର ବିଦ୍ୟାର୍ଥୀଙ୍କ ମଧ୍ୟରେ ପ୍ରବେଶ କରାଇବା ନୂଆ ଶିକ୍ଷାନୀତିର ମୂଳ ଉଦେଶ୍ୟ । ଛାତ୍ରଛାତ୍ରୀମାନେ ହେଉଛନ୍ତି ପରବର୍ତ୍ତୀ ପିଢ଼ିର ଶିକ୍ଷକ, ଗବେଷକ, ପରିଚାଳକ, ବିଦ୍ୱାନ, ପ୍ରଶାସକ, ଓକିଲ ଓ ନେତା । ସେମାନଙ୍କ ଭାଗ୍ୟ ରାଷ୍ଟ୍ରର ଭାଗ୍ୟ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଶୃଙ୍ଖଳା, ସାଧୁତା, ସଚ୍ଚୋଟତା ଓ କଠିନ ପରିଶ୍ରମ ସେମାନଙ୍କୁ ସାଧାରଣ ଜୀବନ ଯାପନ ସହିତ ଯେକୌଣସି କ୍ଷେତ୍ର ପାଇଁ ସଫଳତାର ଶୀର୍ଷରେ ପହଞ୍ଚିବାରେ ସହାୟକ ହୋଇପାରିବ ବୋଲି ଉପରାଷ୍ଟ୍ରପତି ଏମ୍‍.ଭେଙ୍କିଆ ନାଇଡୁ ପ୍ରକାଶ କରିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବ ତଥା ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳନ ଅବସରରେ ଦୀକ୍ଷାନ୍ତ ଭାଷଣ ଦେଇ ଉପରାଷ୍ଟ୍ରପତି ଏମ୍‍.ଭେଙ୍କିଆ ନାଇଡୁ କହିଥିଲେ ଯେ ସମାବର୍ତ୍ତନ ଉତ୍ସବ ଛାତ୍ରଛାତ୍ରୀମାନଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଦିବସ। ଉତ୍ସାହ, ଅଧ୍ୟବସାୟ, ତପସ୍ୟା ଏବଂ ଶିଖିବା ପାଇଁ ମୁକ୍ତମନ ଭଳି ବ୍ୟକ୍ତିଗତ ଯୋଗ୍ୟତା ଯାହା ଅର୍ଜନ କରିଛନ୍ତି ସେ ସସବୁ ସାରା ଜୀବନ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ। ଏବେ ଅନେକ ଛାତ୍ରଛାତ୍ରୀ ବିଶ୍ୱବିଦ୍ୟାଳୟର ସୀମିତ ପରିସରରୁ ବାହାରି ନୂଆ ଦୁନିଆରେ ପ୍ରବେଶ କରିବେ; ଯେଉଁଠି ଅନେକ ସମସ୍ୟା ଓ ଆହ୍ୱାନ ରହିଛି। ଏହି ପରିବର୍ତ୍ତନ ସହଜ ନୁହେଁ। ବିଶ୍ୱବିଦ୍ୟାଳୟରୁ ଯେଉଁ ମୂଲ୍ୟବୋଧ ଓ ତାଲିମ ପାଇଛନ୍ତି ତାହା ଦ୍ୱାରା ଆତ୍ମବିଶ୍ୱାସର ସହିତ ଦୁନିଆର ମୁକାବିଲା କରିପାରିବେ ।

ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ କହିଥିଲେ ଯେ ଆନ୍ତର୍ଜାତିକ ଶିକ୍ଷା କ୍ଷେତ୍ରରେ ଭାରତର ଗୌରବମୟ ପରମ୍ପରାକୁ ଆମେ ଭୁଲିଯିବା ଅନୁଚିତ। ତକ୍ଷଶୀଳା, ନାଳନ୍ଦା, ବଲ୍ଲଭି ଓ ବିକ୍ରମଶୀଳା ଭଳି ପ୍ରାଚୀନ ଭାରତୀୟ ବିଶ୍ୱବିଦ୍ୟାଳୟରେ ଏକଦା ଦେଶ ଓ ବିଦେଶର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ବିଦ୍ୟାର୍ଥୀ ବହୁବିଷୟକ ଓ ଜୀବନ୍ତ ପରିବେଶରେ ଅଧ୍ୟୟନ କରୁଥିଲେ । ପରିପୂର୍ଣ୍ଣ ଓ ସୃଜନଶୀଳ ବ୍ୟକ୍ତିବିଶେଷ ସୃଷ୍ଟି କରିବାକୁ ଆମକୁ ସେହି ମହାନ ଭାରତୀୟ ପରମ୍ପରାକୁ ପୁନଃସ୍ଥାପିତ କରିବାକୁ ପଡ଼ିବ। ଦେଶକୁ ଉଭୟ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ପରିବର୍ତ୍ତନ କରିବାର ବିଶେଷ ଦକ୍ଷତା ସେହିଭଳି ବ୍ୟକ୍ତି ବିଶେଷଙ୍କର ରହିବ। ଓଡ଼ିଶାର ଇତିହାସ ସମୃଦ୍ଧ ଓ ପ୍ରେରଣାଦାୟୀ । ଏହି ମହାନ କଳିଙ୍ଗଭୂମି ସମ୍ରାଟ ଅଶୋକଙ୍କୁ ଶାନ୍ତିର ଶିକ୍ଷା ଦେଇଥିଲା, ଯାହା ଫଳରେ ସେ ଧର୍ମର ବିଜୟ ନୀତି ଅନୁସରଣ କରିଥିଲେ ।  କଳିଙ୍ଗର ଦୁଃସାହସୀ ସାଧବମାନେ ଶ୍ରୀଲଙ୍କା, ଜାଭା, ବୋର୍ଣ୍ଣିଓ, ବାଲି ଓ ବର୍ମା ସହିତ ବାଣିଜ୍ୟ ସମ୍ପର୍କ ସ୍ଥାପନ କରିଥିଲେ । ବିଭିନ୍ନ ସ୍ଥାନରେ ହୋଇଥିବା ଉତ୍‍ଖନନରୁ ମିଳିଥିବା ବହୁ ସଂଖ୍ୟକ ମୁଦ୍ର, କଳାକୃତି ଓ ରୋମାନ ସାମଗ୍ରୀ ଆଦିରୁ ପ୍ରାଚୀନ ଓଡ଼ିଶାର ସମୃଦ୍ଧ ବାଣିଜ୍ୟିକ ସମାମଜର ପରିଜୟ ମିଳେ । ସେହି ସାଧବମାନଙ୍କ ଦକ୍ଷତା, ଉଦ୍ୟମିତା ଓ ସାହସିକତା ଦ୍ୱାରା କଳିଙ୍ଗ ଏକଦା ଏକ ସମୃଦ୍ଧ ସାମ୍ରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଛାତ୍ରଛାତ୍ରୀମାନେ ସେମାନଙ୍କ କାହାଣୀରୁ ପ୍ରେରଣା ନେଇ ଉଦ୍ୟମିତା ଓ ନବସୃଜନର ଆଗ୍ରହ ନିଜ ଭିତରେ ସୃଷ୍ଟି କରନ୍ତୁ । ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସମୁହର ଏ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନେ ବିଦ୍ୟାର୍ଥୀଙ୍କୁ ଆବଶ୍ୟକ କୌଶଳ ଓ ଦକ୍ଷତା ଯୋଗାଇ ସମର୍ଥ କରିବା ଆବଶ୍ୟକ । ଏହାଦ୍ୱାରା ସେମାନେ କେବଳ ନିଯୁକ୍ତି ଆଶାୟୀ ନ ହୋଇ ନିଯୁକ୍ତି ସୃଷ୍ଟିକାରୀ ହୋଇପାରିବେ ବୋଲି ପ୍ରକାଶ କରିଥିଲେ ।

ଓଡ଼ିଶାର ଭୌମକର ବଂଶର ବିଶେଷତ୍ତ୍ୱ ସମ୍ପର୍କରେ ସ୍ମରଣ କରି ରାଷ୍ଟ୍ରପତି କହିଥିଲେ ଯେ ଏହି ରାଜବଂଶର ଅନେକ ମହିଳା ଶାସକ କ୍ରମାଗତ ଭାବେ ନବମରୁ ଦଶମ ଶତାବ୍ଦୀ ଯାଏ ଶାସନ କରିଥିଲେ । ଭୌମକର ରାଣୀମାନେ ପୁରୁଷ ପ୍ରଧାନ ଶାସନ ବ୍ୟବସ୍ଥାକୁ ଭାଙ୍ଗି ପ୍ରାୟ ୨୦୦ବର୍ଷ ଯାଏ ରାଜ୍ୟ ଶାସନ କରିବାରେ ସଫଳ ହୋଇଥିଲେ । ଏହି ଉଜ୍ଜ୍ୱଳ ଉଦାହରଣ ପାଇଁ ପ୍ରତ୍ୟେକ ଭାରତୀୟ ଗର୍ବିତ ହେବା ଆବଶ୍ୟକ । ଏହି କାହାଣୀ ସବୁ ପଢନ୍ତୁ ଏବଂ ଲିଙ୍ଗଗତ ପାତର ଅନ୍ତର ବିରୋଧରେ ଲଢ଼ିବାକୁ ଶପଥ ନିଅନ୍ତୁ । ବାସ୍ତବରେ ଜାତିବାଦ, ସାମ୍ପ୍ରଦାୟିକତା, ଦୁର୍ନୀତି ଓ ହିଂସା ବିରୋଧରେ ଲଢ଼େଇ କରିବା ପାଇଁ ଆମ ଯୁବ ସମାଜ ସର୍ବଦା ଆଗରେ ରହିବା ଆବଶ୍ୟକ। ଆଦିବାସୀମାନଙ୍କ ପ୍ରତି ଆମର ଦୃଷ୍ଟିକୋଣରେ ସମ୍ମାନବୋଧ ଏବଂ ସମ୍ବେଦନଶୀଳତା ରହିବା ଆବଶ୍ୟକ । ଏ କ୍ଷେତ୍ରରେ ପୈତୃକ ଦୃଷ୍ଟିକୋଣ ଠିକ୍‍ ନୁହେଁ। ସତକଥା ହେଲା ଆଦିବାସୀ ସମ୍ପ୍ରଦାୟଙ୍କଠାରୁ ଆମର ଅନେକ କିଛି ଶିଖିବାର ଅଛି। ସେମାନେ ପ୍ରକୃତି ସହ ସଦ୍ଭାବ ଓ ସମନ୍ୱୟ ରଖି ଅତି ସରଳ ଜୀବନଯାପନ କରନ୍ତି ।

ତଫସିଲଭୁକ୍ତ ଜାତି ଓ ଉପଜାତି ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ (ଏସ୍‍ସିଏସ୍‍ଟିଆର୍‍ଟିଆଇ)ର ଏକ ଅଧ୍ୟୟନ ଅନୁସାରେ ଓଡ଼ିଶାର ଆଦିବାସୀ ଜନସଂଖ୍ୟା ଉପରେ କୋଭିଡ୍‍ ମହାମାରୀର ପ୍ରାୟ କୌଣସି ପ୍ରଭାବ ପଡ଼ିନାହିଁ । ସେମାନେ ନିଜର ଅନୁପମ ରୀତିନୀତି ଓ ପରମ୍ପରା ପାଳନ କରି ସଂକ୍ରମଣକୁ ଦୂରୋଇ ରଖିବାରେ ସଫଳ ହୋଇଛନ୍ତି । ଏହି ଅଧ୍ୟୟନ ଅନୁସାରେ ଆଦିବାସୀମାନେ ଅଭ୍ୟାସତଃ ସଂଘବନ୍ଧ ବା ଗୋଷ୍ଠୀରେ ନ ଯାଇ ଧାଡ଼ିରେ ଯାଆନ୍ତି। ଚାଲିବାବେଳେ ସେମାନେ ପରସ୍ପରଠାରୁ ଉପଯୁକ୍ତ ଦୂରତ୍ୱ ରକ୍ଷା କରନ୍ତି । ଏଭଳି ନିରାପଦ ଦୂରତ୍ୱ ରକ୍ଷା ଓ ସ୍ୱାସ୍ଥ୍ୟଗତ ନୀତି ପାଳନ କରିବା ଆଦିବାସୀ ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ । ଏହାଛଡ଼ା ସେମାନେ ପ୍ରାକୃତିକ ଖାଦ୍ୟ ଖାଇଥାନ୍ତି । ଏହାଫଳରେ କରୋନା ମହାମାରୀ ସମୟରେ ମୋନେ ନିରାପଦ ରହିଛନ୍ତି । ବିଶ୍ୱବିଦ୍ୟାଳୟଗୁଡ଼ିକ ଆଦିବାସୀ ସମୁଦାୟଙ୍କ ଏଭଳି ସକାରାତ୍ମକ ଦିଗ ସମ୍ପର୍କରେ ଧ୍ୟାନ କେନ୍ଦ୍ରିତ କରିବା ଦରକାର । ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବା ଆବଶ୍ୟକ । ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଦିବାସୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାବଳୀ ଉପରେ ଗବେଷଣା କରି ଏହି  ସମୁଦାୟର ବିକାଶ ପାଇଁ ନୀତି ନିର୍ଦ୍ଧାରଣରେ ସହଯୋଗ କରିବା ଉଚିତ ବୋଲି ଉପରାଷ୍ଟ୍ରପତି ପ୍ରକାଶ କରିଥିଲେ ।

କୁଳପତି ପ୍ରଫେସର ସବିଚା ଆଚାର୍ଯ୍ୟ ଉତ୍କଳ ବିଶ୍ୱିଦ୍ୟାଳୟର ସମୃଦ୍ଧ ଅତୀତ ଓ ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତି କରଣ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । କୁଳସଚିବ ଡ. ଅଭୟ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର ୫ଜଣ ବ୍ୟକ୍ତିତ୍ୱ ଯଥ ରିଜର୍ଭ ବ୍ୟାଙ୍କ ଅଫ୍‍ ଇଣ୍ଡିଆ (ଆର୍‍ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ୍‍ ଅଫ୍‍ ଇଣ୍ଡିଆ (ସିଏଜି) ଗିରୀଶଚନ୍ଦ୍ର ମୁର୍ମୁ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍‍ ସଞ୍ଜୁ ପଣ୍ଡ, ଭାଭା ଆଟୋମିକ୍‍ ରିସର୍ଚ୍ଚ ସେଣ୍ଟର(ବାର୍କ)ର ନିର୍ଦେଶକ ଅଜିତ୍‍ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ.ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଥିଲା । ସେହିପରି ସମାବର୍ତ୍ତନ ଉତ୍ସବରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ମୋଟ ୪୦ଜଣଙ୍କୁ ପିଏଚ୍‍ଡି ଡିଗ୍ରୀ ଏବଂ ୯୦ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବବିଶ୍ୱବିଦ୍ୟାଳୟ ନୂଆ ସମାବର୍ତ୍ତନ ପ୍ରେକ୍ଷାଳୟ ‘ଦୀକ୍ଷାନ୍ତ ଭବନ’ରେ ଅନୁଷ୍ଠିତ ହୋଇଥିଲା । ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‍ ନିୟମାବଳୀ ଏହି ସମାରୋହରେ କଡ଼ାକଡ଼ି ଭାବେ ପାଳନ ହୋଇଥିଲା । ସମାବର୍ତ୍ତନ ଉତ୍ସବ ପାଳନ ପୂର୍ବରୁ ଅଂଶଗ୍ରହଣକାରୀଙ୍କ ଆର୍‍ଟିପିସିଆର୍‍ ଏବଂ ଆଣ୍ଟିଜେନ୍‍ ଟେଷ୍ଟ କରାଯାଇଥିଲା, ଯେଉଁମାନଙ୍କ କୋଭିଡ୍‍ ନେଗେଟିଭ୍‍ ରିପୋର୍ଟ ଆସିଥିଲା, କେବଳ ସେମାନଙ୍କୁ ହିଁ ଉତ୍ସବରେ ଅଂଶଗ୍ରହଣ ପାଇଁ ଅନୁମତି ଦିଆଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

March 13, 2026
ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version