No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୦୯ ଏପ୍ରି ୨୦୨୧, ଶୁକ୍ରବାର ) ଭୁବନେଶ୍ୱର :- ଉଦ୍ୟାନ କୃଷି ନିମନ୍ତେ ବିଭିନ୍ନ ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରି ଏହାର ସୁଫଳ ଚାଷୀମାନଙ୍କ ନିକଟରେ ପହଞ୍ଚାଇବାକୁ ପଡ଼ିବ । କୃଷକମାନଙ୍କ ଆୟ ଦ୍ୱିଗୁିତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ହୋଇଥିବାବେଳେ ଉଦ୍ୟାନ କୃଷି ଯୋଜନାରେ ଧାର୍ଯ୍ୟ ଲକ୍ଷ୍ୟ ପୂର ଦିଗରେ କୌସି ଅବହେଳାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କୃଷି ଓ କୃଷକ ସଶକ୍ତିକର, ମତ୍ସ୍ୟ ଓ ପ୍ରାୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁ କୁମାର ସାହୁ କହିଛନ୍ତି । ଆଜି କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଅନ୍ତର୍ଗତ ଜିଲ୍ଲାର ଜିଲ୍ଲାସ୍ତରୀୟ ଉଦ୍ୟାନ କୃଷି ଅଧିକାରୀମାନଙ୍କ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ କହିଲେ ଯେ ରାଜ୍ୟରେ ଉଦ୍ୟାନ କୃଷିର ବିକାଶର ପର୍ଯ୍ୟାପ୍ତ ସୁଯୋଗ ରହିଛି । ଏହାକୁ ପୂର୍ଣ୍ଣ ବିନିଯୋଗ କରି କୃଷକମାନଙ୍କ ଆୟ ବହୁଗୁିତ କରାଯାଇପାରିବ ।
ଏଥି ସହିତ ପ୍ରତି ବ୍ଲକ୍ର ସ୍ଥାନୀୟ ଉତ୍ପାଦକୁ ଦୃଷ୍ଟିରେ ରଖି ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ରେ କୃଷି ଉଦ୍ୟୋଗ ପ୍ରତିଷ୍ଠା ଦିଗରେ ଅଧିକାରୀମାନେ ଅଧିକ ତତ୍ପରତା ପ୍ରକାଶ କରିବାକୁ ମନ୍ତ୍ରୀ କହିଥିଲେ । ଶୀତଳ ଭଣ୍ଡାର, କୃଷକ ଉତ୍ପାଦକ ସଂଗଠନ ଏବଂ ସ୍ଥାନୀୟ କୃଷକମାନଙ୍କ ସହିତ ଉପଯୁକ୍ତ ସମନ୍ୱୟ ରଖି ଆଳୁ, ଗାଜର, ବନ୍ଧାକୋବି ଆଦି ପନିପରିବାର ଉପଯୁକ୍ତ ସଂରକ୍ଷ ସହିତ ଶୀତଳ ଭଣ୍ଡାରର ପୂର୍ଣ୍ଣ କ୍ଷମତା ଉପଯୋଗ କରିବା ପାଇଁ ମନ୍ତ୍ରୀ କହିଥିଲେ । ରାଜ୍ୟରେ ଫଳ ଚାଷ ପାଇଁ କ୍ଲଷ୍ଟର ପଦ୍ଧତି ଆପଣାଇବା ନିମନ୍ତେ ମନ୍ତ୍ରୀ ଡ.ସାହୁ ଗୁରୁତ୍ୱ ଦେଇଥିଲେ ।
ଉପକୂଳ ଜିଲ୍ଲାଗୁଡ଼ିକରେ ନଡ଼ିଆ ଚାଷର ବ୍ୟାପକ ସୁଯୋଗ ରହିଥିବାରୁ ଅଧିକରୁ ଅଧିକ ଚାଷୀ ନଡ଼ିଆ ଚାଷ ନିମନ୍ତେ ମନୋନିବେଶ କରିବା ଏବଂ ଅଧିକ ଉତ୍ପାଦନ ନିମନ୍ତେ ହାଇବି୍ରଡ୍ ପନିପରିବା ଚାଷ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଚଳିତ ବର୍ଷ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାର ଓ ଉନ୍ନତ ମାନର କୃଷି ସାମଗ୍ରୀ ଯୋଗାଇ ଦେବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଖିଲାପ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହ କରାଯିବ ବୋଲି ମନ୍ତ୍ରୀ କହିଥିଲେ । ବୈଠକ ପ୍ରାରମ୍ଭରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ବିଶଦ ଭାବରେ ଆଲୋଚନା କରିଥିଲେ ।
No Result
View All Result