• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୩ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ; ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୩ ଜଣଙ୍କୁ ରାଜଧାନୀ ଗୌରବ ସମ୍ମାନ

Proprietor Abhimanyu Maharana by Proprietor Abhimanyu Maharana
April 13, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
୭୩ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ; ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୩ ଜଣଙ୍କୁ ରାଜଧାନୀ ଗୌରବ ସମ୍ମାନ
Share on FacebookShare on TwitterWhatsapp

ଭୁବନେଶ୍ୱର ସହରକୁ ସୁନ୍ଦର ଓ ନିର୍ମଳ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ଓ କର୍ତବ୍ୟ – ବାଚସ୍ପତି ଡଃ.ପାତ୍ର

ଓଡ଼ିଶା ତାଜା ନ୍ୟୁଜ୍ (୧୩ ଏପ୍ରିଲ ମଙ୍ଗଳବାର ) ଭୁବନେଶ୍ୱର :- ୭୩ ତମ ରାଜଧାନୀ ପ୍ରତିଷ୍ଠା ଦିବସ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିିଟି , ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍ କଟକଣା ଅନୁପାଳନ ପୂର୍ବକ ଏହି ଉତ୍ସବକୁ ସରକାରୀ ସ୍ତରରେ ପାଳନ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମତି ପ୍ରଦାନ ପରେ ଏହି କାର୍ଯ୍ୟକ୍ରମ ଉଭୟ ମଂଚ ଓ ଭର୍ଚୁଆଲ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଓଡିଶା ବିଧାନ ସଭାର ମାନ୍ୟବର ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ବାଚସ୍ପତି , ପ୍ରାଚୀନ ଓଡିଶାର ଗୌରବମୟ ଇତିହାସ ଓ ଭୁବନେଶ୍ୱରକୁ ରାଜଧାନୀ କରିବାର ପୃଷ୍ଟଭୂମି ସଂପର୍କରେ ଆଲୋକପାତ କରି କହିଲେ ଯେ, ସହରର ବିକାଶରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଫଳରେ ଏହାର ରୂପରେଖରେ ପରିବର୍ତନ ହୋଇଛି ଓ ବୃହତର ସହରର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି ।

ଶିକ୍ଷା, ସ୍ୱାସ୍ଥ୍ୟ, କ୍ରୀଡା, ଶିଳ୍ପ ଆଦି ବିଭିନ୍ନ କ୍ଷେତ୍ରରେ ବିକାଶ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମସ୍ତଙ୍କର ପ୍ରିୟ ହୋଇପାରିଛି ବୋଲି ସେ ମତବ୍ୟକ୍ତ କରିଥିଲେ । ଆମ ରାଜଧାନୀକୁ ଆମେ ସର୍ବଦା ସୁନ୍ଦର ଓ ନିର୍ମଳ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ଓ କର୍ତବ୍ୟ ବୋଲି ଡଃ.ପାତ୍ର ପ୍ରକାଶ କରିଥିଲେ । ରାଜ୍ୟ ଜଳ ସଂପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ମନ୍ଦିରମାଳିନୀ ସହରରୁ ବିକଶିତ ହୋଇ ସ୍ମାର୍ଟ ସିଟିର ମାନ୍ୟତା ପାଇ ଦେଶରେ ଅଗ୍ରଣୀ ସହରର ସମତୁଲ୍ୟ ହେବା ଆମ ସମସ୍ତଙ୍କ ପାଇଁ ଗୌରବର କଥା ବୋଲି କହିିଥିଲେ । ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରି ୨୦୧୧ ମସିହାଠାରୁ ଏହି ଉତ୍ସବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି ଫଳରେ ସରକାରୀ ସ୍ତରରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିିଟିର ମିଳିତ ଆନୁକୂଲ୍ୟରେ ପାଳନ କରାଯାଉଥିବା କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଓଡିଶା ରିଭ୍ୟୁ ତଥା ଉତ୍କଳ ପ୍ରସଙ୍ଗର ସଂପାଦକ ଡଃ. ଲେନିନ୍ ମହାନ୍ତି, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସନତ କୁମାର ମହାନ୍ତି, ରାଜଧାନୀ ପ୍ରତିଷ୍ଠା ଦିବସର ସଭାପତି ତଥା ବରିଷ୍ଠ ସ୍ତମ୍ଭକାର ଶ୍ରୀ ପ୍ରଦୋଷ ପଟ୍ଟନାୟକ, କମିଟିର ସାଧାରଣ ସଂପାଦକ ଶ୍ରୀ ସନତ ମିଶ୍ର, ଉପ ସଭାପତି ଶ୍ରୀ ପ୍ରଦ୍ୟୁମ୍ନ ମହାନ୍ତି ପ୍ରମୁଖ ଯୋଗଦେଇ ରାଜଧାନୀ ଭୁବନେଶ୍ୱରର ଉନ୍ନତି, ସହରକୁ ଅଧିକ ସୁନ୍ଦର ଓ ଆକର୍ଷଣୀୟ କରିବା ତଥା ସହରବାସୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଜନସାଧାରଣଙ୍କ ସମ୍ମିଳିତ ସହଯୋଗ କରାଯିବା ଆଦି ସଂପର୍କରେ ମତବ୍ୟକ୍ତ କରିଥିଲେ ।

ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ଡାକ୍ତର ପ୍ରସନ୍ନ କୁମାର ଦାସ, ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ଗଭର୍ଣ୍ଣର ଡଃ. ଶକ୍ତିକାନ୍ତ ଦାସ, ଆଇନଜ୍ଞ ପ୍ରସନ୍ନ କୁମାର ପଟ୍ଟନାୟକ, ବିଶିଷ୍ଟ ସମାଜସେବୀ ରାଜକିଶୋର ଶିଲା, ଅଭିନେତା ସମ୍ବିତ୍‌ ଆଚାର୍ଯ୍ୟ, ଅଭିନେତ୍ରୀ ଭୂମିକା ଦାସ, ନର୍ସ ନିଶାମଣି ଦେବୀ, ମେଧାବୀ ଛାତ୍ରୀ ଗୁଗୁଲ ଗାର୍ଲ ମେଘାଳି ମାଳବିକା ସ୍ୱାଇଁ , ପୋଷ୍ଟ ମ୍ୟାନ ମିଟୁ ମହାରଣା, ଟ୍ରାଫିକ୍ କନଷ୍ଟେବଲ ଶୁଭ୍ରାଂଶୁ ଶେଖର ସାହୁ, କ୍ରୀଡା କ୍ଷେତ୍ରରେ ପ୍ରତ୍ୟୁଷ ରାୟ, ପରିମଳ କର୍ମଚାରୀ ରୋହିତ ନାୟକ,ସଂଗୀତ ନିର୍ଦ୍ଦେଶକ ମଳୟ ମିଶ୍ର ପ୍ରମୁଖ ୧୩ ଜଣଙ୍କୁ ରାଜଧାନୀ ଗୌରବ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

ସୂଚନା ଓ ଲୋକ ସଂପର୍କ ବିଭାଗ ସହକାରୀ ନିର୍ଦ୍ଦେଶିକା (କ୍ଷେତ୍ର ) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ରାଜଧାନୀ ପ୍ରତିଷ୍ଠା ଦିବସର ଉପ ସଭାପତି ଶ୍ରୀ ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । କମିଟି ତରଫରୁ ସାଂସ୍କୃତିକ ସଂପାଦକ ଶ୍ରୀ ଲକ୍ଷୀ୍ମ ନାରାୟଣ ଅଗ୍ରୱାଲ, ପ୍ରଭାସ ରଂଜନ ଦାସ, ହିମାଂଶୁ ଶେଖର ମହାନ୍ତି , ବିଶ୍ୱରଂଜନ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସକାଳେ ସ୍ଥାନୀୟ ପି.ଏମ୍‌.ଜି ଛକଠାରେ ମାନ୍ୟବର ବାଚସ୍ପତି, ମାନ୍ୟବର ମନ୍ତ୍ରୀ ଶ୍ରୀ ଦାସ, ନିର୍ଦ୍ଦେଶକ ଶ୍ରୀ ମିଶ୍ର, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମେତ ରାଜଧାନୀ ପ୍ରତିଷ୍ଠା ଦିବସର କର୍ମକର୍ତା ଓ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହି ରାଜଧାନୀ ପ୍ରତିଷ୍ଠା ଶିଳାନ୍ୟାସ ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

May 7, 2026
ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

May 7, 2026
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

ଖୋରଧା ଜ଼ିଲା ଯାଦବ ସମିତି ର ସାଙ୍ଗଠନିକ ସମ୍ମିଳନୀ

May 7, 2026
ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ : ଜଣେ ଗିରଫ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version