No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଏପ୍ରିଲ ଶନିବାର ) ବରଗଡ଼ :- ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଏବଂ ଅଜାତଶତ୍ରୁ ଆନନ୍ଦ ଆଚାର୍ଯ୍ୟଙ୍କ ୮୩ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା-ମୋ-ପରିବାର (ଜୀବନ ବିନ୍ଦୁ) ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା, ଏଥିରେ ବୁର୍ଲା ରକ୍ତ ଭଣ୍ଡାର ଦ୍ୱାରା ୧୦୦ ୟୁନିଟ ଓ ବରଗଡ଼ ରକ୍ତ ଭଣ୍ଡାର ଦ୍ୱାରା ୮୮ ୟୁନିଟ ସର୍ବମୋଟ ୧୮୮ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।

ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବରେ ବରଗଡ଼ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀ ଦେବେଶ ଆଚାର୍ଯ୍ୟ,ସମ୍ବଲପୁରୀ ବସ୍ତ୍ରାଳୟ ସଭାପତି ଶ୍ରୀ ସମ୍ବିତ ଆଚାର୍ଯ୍ୟ, ପୂର୍ବତନ ବିଧାୟକ ଶ୍ରୀ ସାଧୁ ନେପାକ,ପୂର୍ବତନ ପୋୖର ଅଧ୍ୟକ୍ଷ ଶ୍ରୀ ପ୍ରଶାନ୍ତ ବେହେରା,ଟାଉନ ବିଜେଡ଼ି ସଭାପତି ଶ୍ରୀ କିଶୋର ମିଶ୍ର,ଜୀବନ ବିନ୍ଦୁ ଜିଲ୍ଲା ସହ ସଂଯୋଜକ ଶ୍ରୀ ଅଶ୍ବିନୀ ତ୍ରିପାଠୀ, ଓଡ଼ିଶା ମୋ ପରିବାର ଜିଲ୍ଲା ସଂଯୋଜକ ଶ୍ରୀ ଗୌରହରି ମିଶ୍ର, ପୁର୍ବତନ ପୌର ଉପାଧ୍ୟକ୍ଷା କଳ୍ପନା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।ସମସ୍ତ ରକ୍ତଦାତା ମାନଙ୍କୁ ଅଶେଷ ଅଶେଷ ଧନ୍ୟବାଦ। (ସତ୍ୟ ନାରାୟଣ ପ୍ରଧାନ ବରଗଡ଼)
No Result
View All Result