No Result
View All Result
ଓଡିଶା ତାଜା ନ୍ୟୁଜ ( ୨୪ ଏପ୍ରିଲ ଶନିବାର ) ହିଞ୍ଜିଳିକାଟୁ :- ଗତ କିଛି ଦିନ ହେଲା କରୋନାର ଦ୍ୱିତୀୟ ଲହରୀ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ବିଦେଶରୁ ଆସି ପୂର୍ବ ଭାଇରସ ଠାରୁ ଅଧିକ ଶକ୍ତିଶାଳୀ ଏବଂ ମାରାତ୍ମକ ଭାଇରସ ଆମ ଦେଶରେ ପ୍ରବେଶ କରିସାରିଛି । ମହାରାଷ୍ଟ୍ର, ପଞ୍ଜାବ, କେରଳରେ ଏହି ଭାଇରସ ତାହାର ପ୍ରଭାବ ଦେଖାଇବା ପରେ ଦେଶର ପ୍ରାୟ ସମସ୍ତ ରାଜ୍ୟ ନିଜ ନିଜ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ଼ ଗାଇଡ଼ ଲାଇନ ପ୍ରସ୍ତୁତ କରି ଏହାକୁ କଡ଼ାକଡ଼ି ଭାବେ ପାଳନ କରୁଥିବାର ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାର ବହୁ ପ୍ରବାସୀ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବାରୁ କରୋନାର ଦ୍ୱିତୀୟ ଲହରୀ ଗଞ୍ଜାମ ଜିଲ୍ଲା ସକାଶେ ବାଧକ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି କରାଯିବା ସହ କଡ଼ାକଡ଼ି ଭାବେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଉଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁୂ ଡ଼ାକବାଜି ଯନ୍ତ୍ର ସହାୟତାରେ ସଚେତନ କାର୍ଯ୍ୟକ୍ରମ ଜାରି ରହିଛି । ତଥାପି କିଛି ଅମାନିଆଙ୍କ ଯୋଗୁଁ ସ୍ଥାନୀୟ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।
ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସଂକ୍ରମିତଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ପ୍ରଦାନ ସକାଶେ ହିଞ୍ଜିଳିକାଟୁ ପୌରାଂଚଳର ୨ଟି ସ୍ଥାନରେ ଏବଂ ବ୍ଳକା ଏକ ଗ୍ରାମରେ କୋଭିଡ଼ କେୟାର ସେଂଟର କାର୍ଯ୍ୟକ୍ଷମ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପଂହଚିଛି । ସ୍ଥାନୀୟ ପୌରାଂଚଳ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରବାସରେ ୫୦ ଶର୍ଯ୍ୟା ବିଶିଷ୍ଟ, ହିଞ୍ଜିଳି ନେତାଜୀ କଲ୍ୟାଣ ମଣ୍ଡପ ପରିସରରେ ୧୦୦ ଶର୍ଯ୍ୟା ବିଶିଷ୍ଟ ଏବଂ ସ୍ଥାନୀୟ ବ୍ଳକ ଶାସନଆମ୍ବଗାଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୧୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ଼ କେୟାର ସେଂଟର ତୁରନ୍ତ କାର୍ଯ୍ୟକ୍ଷମ କରାଯିବ ବୋଲି ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁଙ୍କ ସୁତ୍ରରୁ ପ୍ରକାଶ । ସଂପୃକ୍ତ କୋଭିଡ଼ କେୟାର ସେଂଟର ଗୁଡ଼ିକୁ ପ୍ରଶାସନ ପକ୍ଷରୁ ବୁଲି ଦେଖିବା ସହ ଆବଶ୍ୟକ ଭିତିଭୂମୀର ସମୀକ୍ଷା କରି ଫେରିଥିବା ଜଣାପଡ଼ିଛି । ପ୍ରକାଶ ଥାଉକି, ପୂର୍ବରୁ ସ୍ଥାନୀୟ ପୌରାଂଚଳ ଉପଖଣ୍ଡ ଚିକିତ୍ସାଳୟ ପୁରୁଣା କୋଠାରେ ୭୫ ଶର୍ଯ୍ୟା ବିଶିଷ୍ଟ ଡ଼େଡ଼ିକେଟେଡ଼ କୋଭିଡ଼ ହେଲଥ ସେଂଟର କାର୍ଯ୍ୟକ୍ଷମ ରହିଛି । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )
No Result
View All Result