No Result
View All Result
ଓଡିଶା ତାଜା ନ୍ୟୁଜ (୨୬ ଏପ୍ରିଲ , ସୋମବାର ) ଭୁବନେଶ୍ୱର :- ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ବିନ୍ଧାଣୀ ପୁଣ୍ୟାତ୍ମା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୨୮ ତମ ଜୟନ୍ତୀ ଉତ୍ସବ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ସଂ ପୂର୍ଣ୍ଣ କୋଭିଡ୍ କଟକଣା ଭିତରେ ପାଳିତ ହୋଇଥିବା ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେଇ ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟା ର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ସମ୍ମାନିତ ଅତିଥି ରୂପେ ଉପବାଚସ୍ପତି ରଜନୀକାନ୍ତ ସିଂ, ସଂସଦୀୟ ବ୍ୟା ପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସଂ ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟିକ ଲତିକା ପ୍ରଧାନ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଧାନସଭା ସଚିବ ଦାଶରଥୀ ଶତପଥୀ ସମସ୍ତ କାର୍ଯ୍ୟକ୍ରମ
ପରିଚାଳନା କରିଥିବା ସ୍ଥଳେ ଯୁଗ୍ମ ନିର୍ଦ୍ଦେଶକ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ‘ଶାଶ୍ୱତୀ’ର ସଂଗୀତ ଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ଗାନ କରିଥିଲେ ।
No Result
View All Result