ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଓଡ଼ିଶା ବିଧାନସଭା 28.2.2020 :- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ଓଡ଼ିଶାର ବର ପୁତ୍ର, ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଓ ମହାନ ବି ପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ଏହି ଉ ପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ.ସୂର୍ଯ୍ୟନାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏଡି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅ ର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବାଚସ୍ପତି ଡ. ପାତ୍ର, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟା ପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଜଳସଂ ପଦ, ସୂଚନା ଓ ଲୋକସଂ ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ସରକାରୀ ଦଳ ଉ ପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀଙ୍କ ସମେତ ବିଧାନସଭାର ମାନ୍ୟବର ସଦସ୍ୟ, ପୂର୍ବତନ ସଦସ୍ୟ, ଉତ୍କଳ ସମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବର ପୁତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ବୀର ସୁରେନ୍ଦ୍ର ସାଏଙ୍କ ଏକ ସଂଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତ ପଥୀ ଓ ବିଧାନସଭାର କର୍ମଚାରୀମାନେ ଉ ପସ୍ଥିତ ଥିଲେ । ଯୁଗ୍ ନିର୍ଦ୍ଦେଶକ(ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସେଂଯୋଜନା କରିଥିଲେ ।