No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୮ ଅପ୍ରେଲ ବୁଧବାର ) ଭୁବନେଶ୍ୱର :- ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାର, ସ୍ୱାଭିମାନୀ ପୁରୁଷ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ବାଚସ୍ପତି ଡ଼ଃ. ସୂର୍ୟ୍ୟ ନାରାୟଣ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
କୋଭିଡ୍ କଟକଣା ଭିତରେ ପାଳିତ ହୋଇଥିବା ଏହି ଉତ୍ସବରେ ସମ୍ମାନିତ ଅତିଥି ରୂପେ ଉପବାଚସ୍ପତି ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ପ୍ରଫୁଲ୍ଲ ସାମଲ ପ୍ରମୁଖ ଯୋଗ ଦାନ କରି ମଧୁବାବୁଙ୍କ ସ୍ମୃତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ସମସ୍ତ କାର୍ୟ୍ୟକ୍ରମ ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳିତ ହୋଇଥିବା ସ୍ଥଳେ ଯୁଗ୍ମ ନିର୍ଦ୍ଦେଶକ ଶିବପ୍ରସାଦ ପଟ୍ଟନାୟକ କାର୍ୟ୍ୟକ୍ରମ ସଂଯୋଜନା କରିଥିଲେ । ସାମାଜିକ ସାଂସ୍କୃତିକ ଅନୁଷ୍ଠାନ “ଶାଶ୍ୱତୀ”ର ସଙ୍ଗୀତ ଶିଳ୍ପୀମାନେ ମଧୁବାବୁଙ୍କ ଉପରେ ପର୍ୟ୍ୟବେସିତ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥିଲେ ।
No Result
View All Result