ବିଧାନସଭା ବିଭାଗୀୟରେ ସ୍ଥାୟୀ କମିଟି-୧ଙ୍କର ବୈଠକ

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 29.2.2020 :- ଆଜି ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ବିଭାଗୀୟ ସ୍ଥାୟୀ କମିଟି-୧ଙ୍କର ବୈଠକ ବିଧାୟକ ଶ୍ରୀ କିଶୋର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୃହ ବିଭାଗ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଆଇନ୍‌ ବିଭାଗର ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍‌ ଆକଳନ ସଂପର୍କିତ ଅନୁଦାନ ପାଇଁ ଦାବିର ତର୍ଜମା କରାଯାଇଥିଲା । ଏହି ବୈଠକରେ କମିଟିର ସଦସ୍ୟ, ସଂପୃକ୍ତ ବିଭାଗର ଉଚ୍ଚ ପଦାଧିକାରୀଙ୍କ ସମେତ ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ ଉପସ୍ଥିତ ଥିଲେ ।