No Result
View All Result
ଓଡ଼ିଶା ତାଜା ଖବର (୩୦ ଅପ୍ରେଲ ଶୁକ୍ରବାର ) ଭୁବନେଶ୍ୱର /କୋରାପୁଟ :- ନିଦ ହଜାଇ ଦେଇଛି ମହାମାରୀ । ପ୍ରତିଦିନ କରୋନାକୁ ନେଇ ଛାତି ଥରାଇ ଦେବା ପରି ଘଟଣା ସାମ୍ନାକୁ ଆସୁଛି । ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି କରୋନା । ଦୈନିକ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ଗତକାଲି ୧୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ୧୪ ଜଣଙ୍କର ମୃତ ଘଟିଛି ।
କୋରାପୁଟ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । ସେହିପରି ଖୋର୍ଦ୍ଧା ଓ ରାୟଗଡ଼ା ଜିଲ୍ଲାରୁ ୨ ଲେଖାଏଁ ଓ ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୪୩କୁ ବୃଦ୍ଧି ପାଇଛି ।
ସୂଚନାଥାଉ କି, ଆଜି ରାଜ୍ୟରୁ ଶୁକ୍ରବାର ମଧ୍ୟ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁରୁବାର ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ବେଳେ ଶୁକ୍ରବାର ପୁଣି ଏହା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ବି ତାଲିକାର ଉପରେ ରହିଛି ଖୋର୍ଦ୍ଧା । (ଭଞ୍ଜ ବିହାରୀ ମହାନ୍ତି)
No Result
View All Result