ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ବୈଠକ ଭୁବନେଶ୍ୱର

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ବିଧାନସଭା ୨୦୨୦ରିଖ :- ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୩ରେ ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ବୈଠକ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ପୂର୍ତ୍ତ ବିଭାଗ, ପର୍ଯ୍ୟଟନ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗର ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍‌ ଆକଳନ ସଂପର୍କିତ ଅନୁଦାନ ପାଇଁ ଦାବିର ତର୍ଜମା କରାଯାଇଥିଲା । ଏହି ବୈଠକରେ କମିଟିର ସଦସ୍ୟ, ସଂପୃକ୍ତ ବିଭାଗର ଉଚ୍ଚ ପଦାଧିକାରୀଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।