No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୦ ମେ ,ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୮୯ଜଣଙ୍କୁ ମିଶାଇ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୬୩୬୯ରେ ପହଂଚିଛି । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ପଜିଟିଭ୍ଙ୍କ ସଂଖ୍ୟା ଆଜିବି ସର୍ବାଧିକ ୪୧ ହୋଇଛି । ଗୋଷାଣୀ ବ୍ଲକରୁ୧୧, ଗୁମ୍ମା ବ୍ଲକରୁ ୩,କାଶୀନଗର ବ୍ଲକରୁ୧୪,ମୋହନା ବ୍ଲକରୁ୧୬, ନୂଆଗଡବ୍ଲକ ରୁ ୨, ରାୟଗଡ଼ ବ୍ଲକରୁ ୨, ଚିହ୍ନଟ ହୋଇଥିବା ନେଇ ଗଜପତି ଜିଲ୍ଲାପାଳ ଅନୁପମ ସାହା ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଚନ୍ତି ।
ଏହି ସମସ୍ତ ସଂକ୍ରମିତ ନିଜ ନିଜର ଘରେ ସଂଘରୋଧ ଭାବେ ରହି ଚିକିତ୍ସିତ ହେଉଛନ୍ତି । କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ପ୍ରତ୍ୟେକ ବ୍ୟକ୍ତି ସେପରି ଜରୁରୀ ଆବଶ୍ୟକତା ନଥିଲେ ଘରୁ ବାହାରନ୍ତୁ ନାହିଁ ବୋଲି ଗଜପତି ଜିଲ୍ଲାପାଳ ଅନୁପମ ସାହା ଜିଲ୍ଲାବାସୀଙ୍କୁ ନିବେଦନ କରିବା ସହ ମାସ୍କ ପରିଧାନ ବାଧ୍ୟତାମୂଳକ, ସାମାଜିକ ଦୂରତା ରକ୍ଷା କରିବା ଜରୁରୀ ଏବଂ ବାରମ୍ବାର ହାତଧୋଇବା ଆଦି ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି । (ରିପୋର୍ଟ ଗରୁଡ଼ ଧ୍ଵଜ ଚୌଧୁରୀ )
No Result
View All Result