No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୧ ମଇ ମଙ୍ଗଳବାର ) ପୁରୀ :- ଆସନ୍ତା ୧୫ ତାରିଖରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଓ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ ଅନୁକୂଳ ହେବ । ଏନେଇ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି ।
ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେ. ବିଶାଲ ସିଂ ଓ ଦେବୋତ୍ତର କମିଶନର ପ୍ରମୁଖ ଯୋଗ ଦେଇଥିଲେ । କୋଭିଡ କଟକଣା ଓ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ବାହାର ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ ଅନୁକୂଳ କରାଯିବ । ଆଜି ଛତିଶା ନିଯୋଗ ବୈଠକରେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)
No Result
View All Result