No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୧ ମଇ ମଙ୍ଗଳବାର) ଭୁବନେଶ୍ୱର :- କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଷୋହଳ ଟି ଜିଲ୍ଲା ଯଥା ଭଦ୍ରକ, ବଉଦ ,ଢେ଼ଙ୍କାନାଳ, ଗଜପତି ,ଖୋର୍ଦ୍ଧା, ଜଗତସିଂହପୁର ,ଯାଜପୁର, କେନ୍ଦ୍ରାପଡା ,ନବରଙ୍ଗପୁର, ମାଲକାନଗିରି ,ନୂଆପଡା, ସୋନପୁର ,କନ୍ଧମାଳ, ସୁନ୍ଦରଗଡ, ରାୟଗଡ଼ା ଓ ବରଗଡ ର ସଦର ମହକୁମା ରେ ଗୋଟିଏ ଗୋଟିଏ RTPCR test centre ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଏହି test centre ଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ । ଏଥିନିମନ୍ତେ ପ୍ରତି ଜିଲ୍ଲା ରେ ଜଣେ ଲେଖାଏ microbiologist ଓ ତିନି ଜଣ lab technician ଙ୍କୁ ନିୟୋଜିତ କରାଯିବ । କରୋନା ସକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ ।
No Result
View All Result