No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୧ ମଇ ମଙ୍ଗଳବାର) ଜାମ୍ମୁ :- ଜାମ୍ମୁ କାଶ୍ମୀରର ଅନନ୍ତନାଗରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର । ଯେଉଁଥିରେ ତିନି ଜଣ ଲଶ୍କର-ଏ-ତୋଇବା ଆତଙ୍କବାଦୀଙ୍କୁ ମାରି ଗଡାଇଛନ୍ତି ସୁରକ୍ଷା ବାହିନା । ଏହାପୂର୍ବରୁ, ଶୋପିଆନ୍ ଜିଲ୍ଲାରେ ମେ ୬ରେ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଥିଲେ । ଏହି ସମୟ ମଧ୍ୟରେ ଜଣେ ଆତଙ୍କବାଦୀ ମଧ୍ୟ ଆତ୍ମସମର୍ପଣ କରିଥିଲେ ।
ଆଇଜି କାଶ୍ମୀର ବିଜୟ କୁମାର କହିଛନ୍ତି ଯେ ସେ ୩ ଲସ୍କର-ଇ-ତୋଇବାର ଆତଙ୍କବାଦୀଙ୍କୁ ନିହତ କରିବାରେ ସଫଳ ହୋଇଛୁ । ଜିଲ୍ଲାର କୋକର୍ନାଗ ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକଳାପ ଚାଲୁଥିବା ନେଇ ଖଭର ଆସିଥିଲା ।
ଏହାକୁ ଭିତ୍ତି କରି ସୁରକ୍ଷା ବାହିନୀର ଏକ ମିଳିତ ଦଳ ଏହି ଅଞ୍ଚଳକୁ ଅବରୋଧ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । କର୍ଡନ କଡାକଡି ହୋଇ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ । ଏହା ପରେ ସୁରକ୍ଷା ବାହିନୀ ସାମ୍ନାକୁ ଆସି ତିନି ଆତଙ୍କବାଦୀଙ୍କୁ ହତ୍ୟା କରିବାରେ ସଫଳ ହୋଇଥିଲେ । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)
No Result
View All Result