ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଓଡ଼ିଶା ବିଧାନସଭା (ଓଡିଶା ତାଜା ନ୍ୟୁଜ୍ ) ବିଧାନସଭା 5.3.2020 :- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭାଅନୁଷ୍ଠିତ ହୋଇଥିଲା । ବାଚସ୍ପତି ଡ.ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ବାଚସ୍ପତି ଡ. ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀ କାନ୍ତ ସିଂହ, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଜଳସଂପଦ, ସୂଚନା ଓ ଲୋକସଂ ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ମନ୍ତ୍ରୀ କ୍ୟା ପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ମାନ୍ୟବର ବିଧାୟକ ଓ ପୂର୍ବତନ ବିଧାୟକ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତ ପଥୀ, ସୂଚନା ଓ ଲୋକସଂ ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ଯୁଗ୍ ର୍ଦ୍ଦେଶକ ଶ୍ରୀ ବିପିନ ବିହାରୀ ବାରିକୀ, ଉତ୍କଳ ସମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବର ପୁତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ମହାନ ରାଷ୍ଟ୍ରନୀତିଜ୍ଞ ବିଜୁ ପଟ୍ଟନାୟକଙ୍କ ସ୍ମୃତିରେ ଏକ ସଂଗୀତ ପରିବେଷଣ କରିଥିଲେ । ବିଧାନସଭାର ଯୁଗ୍ମ ର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସେଂଯୋଜନା କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।