ଚାଷୀ ଙ୍କ ଖାତାକୁ ଗଲା 920 କୋଟି ଟଙ୍କା ଚାଷୀର ତ୍ୟାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ ।
ଓଡ଼ିଶା ତାଜା ନ୍ୟୁଜ (୧୪ ମେ ଶୁକ୍ରବାର ) ଭୂବନେଶ୍ୱର :- ଆସନ୍ତା କାଲି ଅଷୟତୃତୀୟା ।ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦ ର ଦିନ । ଚାଷ କାମ ର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର 42 ଲଷ ଚାଷୀ ପରିବାର ର ବ୍ୟାଙ୍କ ଖାତାରେ ଖରିଫ 2021 ପାଇଁ କାଳିଆ ଯୋଜନାରେ 920 କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଥିଲେ । ରାଜ୍ୟର ଛୋଟ ଚାଷୀ ,ନାମ ମାତ୍ର ଚାଷୀ ,ଓ ଭୂମି ହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନା ର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତି ରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା । ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି । ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀ ଙ୍କ ତ୍ୟାଗ ର ଉଚ୍ଚ ପ୍ରଶସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ ଚାଷୀର ତ୍ଯାଗ ର ତୁଳନା ନାହିଁ । ଗତବର୍ଷ କୋଭିଡ଼ ସମୟରେ ଚାଷୀ ହି ଅର୍ଥନୀତି କୁ ସଜୀବନୀ ପରି ଶକ୍ତି ଦେଇଥିଲା । ତେଣୁ ଚାଷୀର ତ୍ଯାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ମତ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ମୋ ରାଜ୍ୟର ଚାଷୀ ,ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ ସମୃଦ୍ଧି ଆସୁ । ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି ।” କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ଆମେ କୋଭିଡ଼ ସକ୍ରମଣର ଦ୍ଵିତୀୟ ଲହର ର ସାମନା କରୁଛେ ।ସକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ ଡାଉନ ଚାଲିଛି ।କିନ୍ତୁ କୃଷି ଷେତ୍ର ପାଇଁ କୌଣସି ଲକ୍ ଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା ସହିତ ସରକାର ଙ୍କ ବିଭିନ୍ନ କୃଷି ବିକାଶ ଯୋଜନା ର ସୁଯୋଗ ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ । ଶେଷ ରେ ,ଚଳିତ ବର୍ଷ ପାଇଁ ଭଲ ପାଗ ,। ଭଲ ଫସଲ ଓ ଚାଷୀ ପରିବାରର ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ମୁଖ୍ୟମନ୍ତ୍ରୀ ସରକାର ଙ୍କ କୋଭିଡ଼ ନିୟମ କୁ କଡା କଡି ଭାବରେ ପାଳନ କରିବା ପାଇଁ ସମସ୍ତ ଙ୍କୁ ପୁଣି ଥରେ ନିବେଦନ କରିଥିଲେ ।