No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୬ ମଇ ରବିବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ରେ୨୩୮ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୫୯ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୩୯ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୨ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା
ସେଥିମଧ୍ୟରୁ ସମସ୍ତ ଙ୍କ ରିପୋର୍ଟ ନେଗେଟିଭ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୩୫ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ୩୧ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୨୯ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି କଳାପଥର ଉପସ୍ୱସ୍ଥ୍ୟକେନ୍ଦ୍ରରେ ୩୩ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବରପୁଟ ଉପସ୍ୱାସ୍ଥ୍ୟକେନ୍ଦ୍ରରେ ୧୭ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରା ଯାଇଥିଲା । ସେଥି ମଧ୍ୟରୁ କୌଣସି ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇ ନାହାଁନ୍ତି ।ଗତ ୧୩ତାରିଖରେ ଆର୍ଟିପିସିଆର ସ୍ୱାବ୍ ପରୀକ୍ଷା ରିପୋର୍ଟ ଆଜି ପ୍ରକାଶ ପାଇଥିଲା ରିପୋର୍ଟ ଅନୁଯାୟୀ ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୫ଜଣ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।(ରିପୋର୍ଟ – ଗୌତମ ମିଶ୍ର )
No Result
View All Result