No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୬ ମଇ ରବିବାର ) ପୁରୀ :- କରୋନାର ଦ୍ଵିତୀୟ ଲହରରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ପଦକ୍ଷେପ ନେଇଛନ୍ତି । ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସେହି ଦିନ ପର୍ଯ୍ୟନ୍ତ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି । ପୂର୍ବରୁ କେବଳ ଶନିବାର ଓ ରବିବାର ଦିନ ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିଲା । ପରେ ମେ ୧୫ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ କଟକଣା ଜାରି ରହିଥିଲା । ତେବେ ଏହି ସମୟରେ ସୀମିତ ସେବାୟତଙ୍କୁ ନେଇ ନୀତିକାନ୍ତି ଜାରି ରହିବ ।
ରବିବାର ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନର ହୋଇଥିବା ବୈଠକରେ କୋଭିଡ୍ ସ୍ଥିତିର ସମୀକ୍ଷା ପରେ ଜୁନ ୧୫ ଯାଏ ଶ୍ରୀମନ୍ଦିର ବନ୍ଦ ରଖାଯିବା ନିଷ୍ପତ୍ତି ନିଆଯାଇଛି । ଶ୍ରଦ୍ଧାଳୁଙ୍କ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ସୀମିତ ସେବାୟତଙ୍କୁ ନେଇ ଶ୍ରୀମନ୍ଦିରର ନୀତିକାନ୍ତି ଜାରି ରହିବ ।
ସୂଚନାଯୋଗ୍ୟ, ରାଜ୍ୟରେ ଏବେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଖାସ୍ କରି କିଛି ସେବାୟତ କରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ପ୍ରଶାସନ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲିଛି । ସେହିପରି ପୁରୀରେ ମଧ୍ୟ ପ୍ରତିଦିନ କୋଭିଡ଼ ସଂକ୍ରମଣର ୩୦୦ ଉପରେ ରହୁଛି । କରୋନା ସ୍ଥିତିକୁ ଦେଖି ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ବୈଠକ ବସିଥିଲା । ତେବେ କୋଭିଡ଼ ନିୟମ ଅନୁଯାୟୀ ରଥ କାର୍ଯ୍ୟ ଜାରି ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।(ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )
No Result
View All Result