• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
May 18, 2021
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶା ମୋ ପରିବାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

କୋଭିଡ ମୁକାବିଲା :- ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ପ୍ରଦାନ ଏବଂ ଟିକାକରଣ କେନ୍ଦ୍ରରେ ସାମାଜିକ ଦୂରତା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

  ଓଡ଼ିଶା ତାଜା ନ୍ୟୁଜ (୧୮ ମେ ମଙ୍ଗଳବାର )ଭୂବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ବ ଆରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ positive ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂକ୍ରମଣ ହାରକୁ ସଂପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି। ଲୋକଙ୍କ ସହଯୋଗ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା ।

ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବା କୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ସଂକ୍ରମଣ ରୋକିବାକୁ ମଇ ୨୪ ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସଂପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ Helf Desk ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ଟିକାକରଣ କୋଭିଡ ନିୟନ୍ତ୍ରଣ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ମାନଙ୍କରେ ସାମାଜିକ ଦୂରତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ବ ଦେଇଥିଲେ । ଲୋକମାନେ ଯେପରି ସୁବିଧାରେ ଟିକାକରଣ କେନ୍ଦ୍ରରେ ପହଞ୍ଚି ଟିକା ନେଇପାରିବେ, ସେଥିପାଇଁ ସେମାନଙ୍କୁ ଟିକାକରଣ କେନ୍ଦ୍ରର ସ୍ଥାନ ଓ ସମୟ ସଂପର୍କରେ ପୂର୍ବରୁ ସୂଚନା ଦେବା ପାଇଁ ପରାମର୍ଶ ଦେଇଥିଲେ ।

କୋଭିଡ ସଂକ୍ରମଣ ରୋକିବାରେ ଠିକ୍‌ ଭାବରେ ମାସ୍କ ପିନ୍ଧିବାର ବିଶେଷ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହା ଉପରେ ପ୍ରାଥମିକତା ଦେବାକୁ ପରାମଶ ଦେଇ ଥିଲେ ।ଗରିବ ଲୋକମାନେ ଯେପରି ସୁବିଧାରେ ମାସ୍କ ପାଇପାରିବେ, ସେଥିପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିଧାୟକମାନେ ଖର୍ଚ୍ଚ କରି ମିଶନ ଶକ୍ତି ଗ୍ରୁପ ରୁ ସଗ୍ରହ କରିବାକୁ ପଦଷେପ ନିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଲକ୍‌ଡାଉନର ସୁଫଳକୁ ଅନୁଭବ କରି ଆଉ ଦୁଇ ସପ୍ତାହ ପାଇଁ ଏହାର ଅବଧିକୁ ବଢାଯାଇଛି ଏବଂ ଏହାକୁ କଡାକଡି ଭାବରେ କାର୍ଯ୍ୟକାରୀ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମଇ ୨୪ ତାରିଖରୁ ଘରକୁ ଘର ସର୍ଭେ ଆରମ୍ଭ କରାଯିବ । ଏଥିପାଇଁ ସଂପୃକ୍ତ ବିଭାଗକୁ ଆବଶ୍ୟକ ଗାଇଡଲାଇନ ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଜିଲ୍ଲାପାଳ ମାନେ Helf Desk ଗୁଡିକୁ ଉତ୍ତମ ରୂପେ ତଦାରଖ କରୁଛନ୍ତି ଏବଂ Oxygen Logistic ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି ବୋଲି ସେ କହିଥିଲେ ।

ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଉପସ୍ଥାପନା ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିବାରେ ଲାଗିଛି । ଭାରତରେ ମଇ ୮ ତାରିଖରେ ଏହା ସର୍ବାଧିକ (Peak) ୪,୧୪,୧୮୮ ହୋଇଥିଲା । ଆଜି ଏହା ୨,୬୩,୦୨୧ ଅଛି। ସେହିପରି ଓଡିଶାରେ ମଧ୍ୟ ସଂକ୍ରମଣ କମିବାରେ ଲାଗିଛି। ଓଡିଶାରେ ସଂକ୍ରମଣ ମଇ ୧୩ ତାରିଖରେ ସର୍ବାଧିକ ହୋଇଥିଲା ଏବଂ ତା ପରଠାରୁ ଏହା କମିବାରେ ଲାଗିଛି ବୋଲି ସେ କହିଥିଲେ । ଆମର positivity rate ଗତ ସପ୍ତାହରେ ୨୧ ପ୍ରତିଶତ ଥିବାବେଳେ ଏବେ ଏହା ୧୮ ପ୍ରତିଶତକୁ କମିଛି। ଟେଷ୍ଟ ସଂଖ୍ୟା ବୃଦ୍ଧି ପାଇବା ସତ୍ତ୍ବେ, positivity କମିବା ଏକ ଭଲ ସୂଚନା ବୋଲି ସେ କହିଥିଲେ। ଆଗାମୀ ସପ୍ତାହ ମଧ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ ବୋଲି ସେ କହିଥିଲେ । 

ଆମର ମୃତ୍ୟୁହାର ୦.୪୦ରୁ କମି ୦.୩୭ ହୋଇଛି। ଗତ ୧୫ ଦିନର ମୃତ୍ୟୁହାରକୁ ଲକ୍ଷ୍ୟ କଲେ ଏହା ୦.୧୬ ଅଛି, ଯାହାକି ସାରା ଭାରତରେ ସର୍ବନିମ୍ନ ବୋଲି ସେ କହିଥିଲେ । ରାଜ୍ୟରେ ICU ବେଡ୍‌ର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବ୍‌ଶୀଘ୍ର ଆଉ ୩୬୮ଟି ICU ବେଡ୍‌ର ବ୍ୟବସ୍ଥା କରାଯିବ। ରାଜ୍ୟରେ ଆଉ ପ୍ଲାଜମାଥେରାପି କରାଯିବ ନାହିଁ ବୋଲି ସେ ସୂଚନା ଦେଇଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ରାଜ୍ୟରେ ଲକ୍‌ଡାଉନ ଓ ବିଭିନ୍ନ କୋଭିଡ଼ ଗାଇଡଲାଇନର ଅନୁପାଳନ ପାଇଁ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଓଡିଶାରୁ ଅନ୍ୟ ରାଜ୍ୟକୁ ବର୍ତ୍ତମାନ ସୁଦ୍ଧା ୮୬୮ଟି ଟ୍ୟାଙ୍କର ଜରିଆରେ ୧୫୯୧୨ ମେଟ୍ରିକ ଟନ୍‌ ଅକ୍‌ସିଜେନ ପଠାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ଏମ୍‌. ଅକ୍ଷୟ କହିଥିଲେ ଯେ ଅଗ୍ନି ସୂରକ୍ଷା ପାଇଁ ୬୨ଟି କୋଭିଡ ହସ୍‌ପିଟାଲରେ ଅଗ୍ନିଶମ ସେବା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।

ବୈଠକରେ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଅବଜରଭର ଶ୍ରୀ ନିକୁଞ୍ଜ ବିହାରି ଧଳ, କଳାହାଣ୍ଡି-ନୂଆପଡାର ଅବଜର୍‌ଭର ଶ୍ରୀ ସତ୍ୟବ୍ରତ ସାହୁ, ଅନୁଗୁଳ-ଢେଙ୍କାନାଳର ଅବଜର୍‌ଭର ଶ୍ରୀ ବିଷ୍ଣୁପଦ ସେଠୀ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଂଜର ଜିଲ୍ଲାପାଳ, କଟକ ଓ ଭୁବନେଶ୍ବର ମ୍ୟୁନିସପାଲ କମିଶନର ମାନେ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଚାଳନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026

Recent News

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version