ଓଡ଼ିଶା ତାଜା ନ୍ୟୁଜ (୧୮ ମେ ମଙ୍ଗଳବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ରେ୨୪୧ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଜଣେ ମୃତ୍ୟୁ ଓ ୮୩୧ ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ କରାଯାଇଛି । ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୬୯ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୩୭ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୧୩ ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ ୨ ଜଣ ଙ୍କ ରିପୋର୍ଟ ପଜେଟିଭ ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ୩୭ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ।
ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ୧୦ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୭୫ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ବାଙ୍କୀ ଉପଖଣ୍ଡର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରରେ ୮୩୧ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । ବାଙ୍କୀ ଉପଖଣ୍ଡ ଚିକିତ୍ସାଲୟ ରେ ଟୀକା କରଣ ରେ ପ୍ରବଳ ଭିଡ ଯୋଗୁଁ ପ୍ରଶାସନ ପକ୍ଷରୁ ବାଙ୍କୀ ମହାବିଦ୍ୟାଳୟ ରେ ଟୀକା କରଣ କେନ୍ଦ୍ର ଆଜି ଠାରୁ ଆରମ୍ଭ ହୋଇ ଥିଲା ଆଜି କେନ୍ଦ୍ରରେ ୨୭୬ଜଣଙ୍କୁ ଟିକା ପ୍ରଦାନ
କରାଯାଇଥିବା ବେଳେ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୨୫୦ଜଣ ଏବଂ ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ତାଳବସ୍ତ ଓ ତୁଳସୀପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୩୦୫ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ପାଥପୁର ଗ୍ରାମର ସୁକାନ୍ତ ସାହୁ (୩୮) ବର୍ଷ କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ଆଠଗଡ଼ ମାଧପୁର କୋଭିଡ ସେଣ୍ଟରେ ଚିକିତ୍ସିତ ହେଉଥିଲେ । ଅବସ୍ଥା ଗୁରୁତର ହେବାରୁ କଟକର ନର୍ସିଂହୋମକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଆଜି ତାଙ୍କର ମୃତ୍ୟୁ ଘଟିଛି । କଟକ ସତୀଚଉରା ଶ୍ମଶାନରେ ତାଙ୍କର ଶବସତ୍କାର କରାଯାଇଛି (ରିପୋର୍ଟ ଗୌତମ ମିଶ୍ର)