ପୂର୍ବତନ ବିଧାୟକ କମଳାକାନ୍ତ ନାୟକଙ୍କର ପରଲୋକ

ଓଡ଼ିଶା ତାଜା ନ୍ୟୁଜ (୧୯ ମଇ ବୁଧବାର ) ମୟୂରଭଞ୍ଜ :- ଯଶିପୁରର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କମଳାକାନ୍ତ ନାୟକଙ୍କର ପରଲୋକ । ସେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେବା ପରେ ବିଜୁ ପଟ୍ଟନାୟକଙ୍କ ଆହ୍ଵାନ କ୍ରମେ ୧୯୯୬ ମସିହାରେ ରାଜନୀତିରେ ଯୋଗ ଦେଇଥିଲେ। ଏଥିସହିତ ସେ ଜନତା ଦଳରୁ ପ୍ରାର୍ଥୀ ମଧ୍ୟ ହୋଇଥିଲେ ।

୨୦୦୪ ମସିହାରେରେ ସ୍ଵାଧୀନ ପ୍ରାର୍ଥୀ ରୂପେ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ। ଏହାପରେ ବିଜୁ ଜନତା ଦଳ ପକ୍ଷରୁ ନିର୍ବାଚନ ଲଢି ୨୦୦୯ ମସିହାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହି ଆସନରୁ ସେ ୨୦୦୯ ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ । କିଛି ଦିନ ହେବ ସେ ବିଜେଡି ଦଳ ଛାଡି ବିଜେପି ଦଳରେ ଯୋଗ ଦେଇଥିଲେ ।

ତେବେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଥିଲା । ତାଙ୍କ ମୃତ୍ୟୁର ଖବର ପ୍ରଚାରିତ ହେବା ପରେ ଗ୍ରାମ ତଥା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ଅପରପକ୍ଷରେ ତାଙ୍କ ଦେହାନ୍ତ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । (ରିପୋର୍ଟ/ଦୀପ୍ତିମାନ ପତି )