No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୦ ମଇ ଗୁରୁବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ରେ୩୬୭ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୭୧ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୪୩ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୨୦ ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ ୬ ଜଣ ଙ୍କ ରିପୋର୍ଟ ପଜେଟିଭ ଚିହ୍ନଟ ହୋଇଛନ୍ତି ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ୨୯ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ

କଟକ ପରୀକ୍ଷା ପାଇଁ ପଠାଯାଇଛି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ୬୫ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୯୪ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଆଜି ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ବାଙ୍କୀ ବ୍ଲକ କୁମୁସର ଠାରେ ସ୍ୱାବ ସଂଗ୍ରହ କ୍ୟାମ୍ପ କରି ୪୫ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି। (ରିପୋର୍ଟ ଗୌତମ ମିଶ୍ର )
No Result
View All Result