• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆମର ସିଦ୍ଧାନ୍ତ ହେଉଛି ‘ଜୀବନ ମୂଲ୍ୟବାନ’, ତେଣୁ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ଉପରେ ଗୁରୁତ୍ବ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
May 22, 2021
in ଓଡ଼ିଶା, ମହାନଗର, ହୋମ୍
0
ଆମର ସିଦ୍ଧାନ୍ତ ହେଉଛି   ‘ଜୀବନ ମୂଲ୍ୟବାନ’, ତେଣୁ ଲୋକଙ୍କୁ  ନିରାପଦ ସ୍ଥାନକୁ ସ୍ଥାନାନ୍ତର ଉପରେ ଗୁରୁତ୍ବ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ସମ୍ଭାବ୍ୟ ବାତ୍ୟା, ମୁକାବିଲା ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଆତଙ୍କିତ ନ ହେବା କୁ ପରାମର୍ଶ । ଆମର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’, ତେଣୁ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ଉପରେ ଗୁରୁତ୍ବ – ମୁଖ୍ୟମନ୍ତ୍ରୀ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟା ସୁନିଶ୍ଚିତ କରିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍‌ସିଜେନ ଯୋଗାଣରେ ଯେପରି କୌଣସି ଅସୁବିଧା ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ପରାମର୍ଶ

ଓଡ଼ିଶା ତାଜା ନ୍ୟୁଜ (୨୨ ମଇ , ଶନିବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସବୁ ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ଏକମାତ୍ର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆମର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ହେଉଛି ତଳିଆ ଅଞ୍ଚଳରେ ଏବଂ ବିପଦସଂକୁଳ ବାସସ୍ଥାନରେ ରହୁଥିବା ଲୋକଙ୍କ ସ୍ଥାନାନ୍ତର । ଜିଲ୍ଲାପାଳ ଓ ଏସ୍‌.ପି ମାନେ ଏହି କାର୍ଯ୍ୟକୁ ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ମୁଖ୍ୟ ଶାସନ ସଚିବ ଏହି ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମକୁ ନିୟମିତ ମନିଟରିଂ କରି ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଉ ଦୁଇ ଦିନ ମଧ୍ୟରେ ବଙ୍ଗୋପ ସାଗରରେ ବାତ୍ୟା ୟାସର ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଏହାର ଗତିପଥ ଠିକ୍‌ ଭାବରେ ନିର୍ଣ୍ଣୟ ହୋଇନାହିଁ । ତେଣୁ ଆମର ସମସ୍ତ ଉପକୂଳବର୍ତ୍ତୀ ଓ ଏହାର ଆଖପାଖ ଜିଲ୍ଲା ଗୁଡିକ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହି ପ୍ରବଳ ବର୍ଷା ଓ ପବନ ପାଇଁଁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ବିପର୍ଯ୍ୟୟ ପରିଚାଳନା ଟିମ୍‌ ଯଥା – ODRAF, NDRF, Road Clearing Machines ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକ ସମସ୍ତ ଯନ୍ତ୍ରପାତି ପ୍ରସ୍ତୁତ ରଖିବା ପାଇଁ

ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବାତ୍ୟା ପରେ ସବୁଠାରୁ କମ୍‌ ସମୟ ମଧ୍ୟରେ ରାସ୍ତାକୁ ସଫା କରିବା ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଛନ୍ତି। ସେହିପରି ବିଦ୍ୟୁତ ଯୋଗାଣ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନଃସଂଯୋଗ ପାଇଁ ସମସ୍ତ ଟିମ୍‌ ଓ ଆବଶ୍ୟକ ଯନ୍ତ୍ରପାତି ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଆବଶ୍ୟକସ୍ଥଳେ ଅନ୍ୟ ରାଜ୍ୟରୁ ଅତିରିକ୍ତ ଟିମ୍‌ ଓ ଯନ୍ତ୍ରପାତି ଆଣି ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପରିସ୍ଥିତି ଯୋଗୁ ଏହି ସମୟରେ ଅକ୍‌ସିଜେନ ଯୋଗାଣ ଉପରେ ସ୍ବତନ୍ତ୍ର ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବାତ୍ୟା ସମୟରେ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍‌ସିଜେନ ଯୋଗାଣରେ ଯେପରି କୌଣସି ସମସ୍ୟା ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଭାବରେ ଧ୍ୟାନ ଦେଇ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ଯୟ ପରିଚାଳନାରେ ଓଡିଶାର ସ୍ବତନ୍ତ୍ର ଦକ୍ଷତା (Disaster Resilient) ରହିଛି ଏବଂ ଆମେ ଏବେ ପ୍ରାୟ ପ୍ରତିବର୍ଷ ବାତ୍ୟାର ସମ୍ମୁଖୀନ ହେଉଛୁ। କୋଭିଡ ମହାମାରୀ ଯୋଗୁ ପରିସ୍ଥିତି ଆହୁରି ଜଟିଳ ହୋଇଛି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବ ଏବଂ ଏକ ତ୍ରୁଟିଶୂନ୍ୟ ପ୍ରସ୍ତୁତି ପ୍ରକ୍ରିୟାକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବାତ୍ୟାର ସମ୍ମୁଖୀନ ହେବା ପାଇଁ ରାଜ୍ୟସରକାର ପ୍ରସ୍ତୁତ ବୋଲି ପ୍ରକାଶ କରିବା ସହିତ ଜନସାଧାରଣ ଭୟଭୀତ ନ ହୋଇ କର୍ତ୍ତୃପକ୍ଷଙ୍କ ପରାମର୍ଶକୁ ମାନିବା ସହିତ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାର ମୁକାବିଲା ପାଇଁ ନିୟମିତ ଭାବେ ପ୍ରସ୍ତୁତି ବୈଠକ କରାଯାଉଛି। ସମସ୍ତ ସଂପୃକ୍ତ ବିଭାଗ ଏଥିପାଇଁ ପ୍ରସ୍ତୁତ ରହିଛନ୍ତି । ଲୋକଙ୍କ ସ୍ଥାନାନ୍ତର ପାଇଁ ଆଶ୍ରୟସ୍ଥଳ ଗୁଡିକୁ ପ୍ରସ୍ତୁତ ରଖାଯାଇଛି। ଜଳ ଓ ବିଦ୍ୟୁତ ଯୋଗାଣ ପୁନଃସ୍ଥାପନ ପାଇଁ ଆବଶ୍ୟକ ଟିମ୍‌ ଓ ଯନ୍ତ୍ରପାତି ମଧ୍ୟ ପ୍ରସ୍ତୁତ ରଖାଯାଇଛି ବୋଲି ସେ କହିଥିଲେ ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ୍ତ ଜେନା ଏକ ଉପସ୍ଥାପନା ରଖି କହିଥିଲେ ଯେ ଆସନ୍ତାକାଲି ସଂଧ୍ୟା ସୁଦ୍ଧା ବାତ୍ୟାର ଗତିପଥ ସଂପର୍କରେ ସଠିକ ସୂଚନା ମିଳିବ। ବାତ୍ୟାର ମୁକାବିଲା ପାଇଁ ସବୁପ୍ରକାର ପ୍ରସ୍ତୁତି କରାଯାଇଛି। ୨୨ଟି NDRF ଟିମ୍‌, 66ଟି ODRAF ଟିମ୍‌ (Formations), ୧୭୭ଟି ଅଗ୍ନିଶମ ସେବା ଟିମ୍‌ ଆଦି ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିଛନ୍ତି । ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳ ସହିତ ଲୋକଙ୍କ ସ୍ଥାନାନ୍ତର ପାଇଁ ଅତିରିକ୍ତ ଆଶ୍ରୟସ୍ଥଳ ମଧ୍ୟ ଚିହ୍ନଟ କରାଯାଇଛି । ସବୁ ସ୍ଥାନାନ୍ତର କ୍ଷେତ୍ରରେ କୋଭିଡ ନିୟମାବଳୀର ପାଳନ କରାଯିବ। ସେହିପରି ଟେଲିକମ୍‌ ଓ ବିଦ୍ୟୁତ ବିଭାଗକୁ ମଧ୍ୟ ତୁରନ୍ତ ପୁନଃସଂଯୋଗ ପାଇଁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜୁନ୍‌ ପ୍ରଥମ ସପ୍ତାହ ମଧ୍ୟରେ ପ୍ରସବ ସମ୍ଭାବନା ଥିବା ସମସ୍ତ ଗର୍ଭବତୀ ମହିଳାଙ୍କୁ ହସ୍‌ପିଟାଲକୁ ନେବା ପାଇଁ ଜିଲ୍ଲାଗୁଡିକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ ।

ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଅକ୍‌ସିଜେନ ଯୋଗାଣ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ପର୍ଯ୍ୟାପ୍ତ ପରିମାଣର ଅକ୍‌ସିଜେନ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ସବୁ refilling stationକୁ ଅତିରିକ୍ତ ଡିଜି ସେଟ୍‌ ଦିଆଯାଇଛି ଏବଂ ଜିଲ୍ଲାଗୁଡିକ ସବୁ ଅକ୍‌ସିଜେନ ସିଲିଣ୍ଡର ଗୁଡିକୁ ଆଗୁଆ refilling କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ । ବାତ୍ୟାର ସମ୍ଭାବନା ଥିଲେ ମଧ୍ୟ ଅନ୍ୟ ରାଜ୍ୟ ଗୁଡିକୁ ପୂର୍ବ ପରି ଅକ୍‌ସିଜେନ ଯୋଗାଣ ଜାରି ରହିବ ବୋଲି ସେ କହିଥିଲେ ।

ବୈଠକରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ମାନେ ସେମାନଙ୍କ ପ୍ରସ୍ତୁତି ବିଷୟରେ ସୂଚନା ଦେଇଥିଲେ। ବାଲେଶ୍ବରରେ ୧୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ଭଦ୍ରକରେ ୭୦୦ଟି, କେନ୍ଦ୍ରାପଡାରେ ୯୭୦ଟି ଓ ଜଗତସିଂହପୁରରେ ୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରି ରଖାଯାଇଛି ବୋଲି ସୂଚନା ଦିଆଯାଇଥିଲା । ଏହାସହିତ ଅକ୍‌ସିଜେନ ବ୍ୟବସ୍ଥା, ଉଦ୍ଧାର କାର୍ଯ୍ୟ, ଖାଦ୍ୟ, ଔଷଧ ଆଦି ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି କରାଯାଇଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ ।

ଗର୍ଭବତୀ ମହିଳା ମାନଙ୍କ ସ୍ଥାନାନ୍ତର ଓ ଚିକିତ୍ସା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି ବୋଲି ସେମାନେ କହିଥିଲେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଙ୍କ ପ୍ରମୁଖ ପରାମର୍ଶ ଦାତା , ଡିଜି ଶ୍ରୀ ଅଭୟ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର, ମହିଳା ଓ ଶିଶୁବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅଗ୍ନିଶମ ସେବା ଡିଜି ଶ୍ରୀ ଏମ୍‌. ଅକ୍ଷୟ, ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

August 25, 2026
ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

August 25, 2026
ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ

ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ

August 25, 2026
ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ

ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ

August 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

August 25, 2026
ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

August 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version