• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଙ୍ଗୋପସାଗରରୁ ମାଡ଼ି ଆସୁଛି ‘ୟାସ୍‌’

Proprietor Abhimanyu Maharana by Proprietor Abhimanyu Maharana
May 24, 2021
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ବଙ୍ଗୋପସାଗରରୁ ମାଡ଼ି ଆସୁଛି ‘ୟାସ୍‌’
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ମଇ ସୋମବାର ) ବାଲେଶ୍ୱର :-  ପ୍ରଥମେ ଲଘୁଚାପରୁ ଓ ଅବପାତ ଗଭୀର ଅବପାତର ରୂପ ଏବେ ବାତ୍ୟାରେ ପରିଣତ ‘ୟାସ୍‌। ପାରାଦୀପ ଠାରୁ ୫୪୦ ଓ ବାଲେଶ୍ୱରଠାରୁ ୬୫୦ କିମି ଦୂରରେ ବାତ୍ୟା ‘ୟାସ୍’ କେନ୍ଦ୍ରୀଭୂତ ହୋଇଛି । ଘଣ୍ଟାପ୍ରତି ୫ କିମି ବେଗରେ ଉପକୂଳ ଆଡକୁ ବାତ୍ୟା ଅଗ୍ରସର ହେଉଛି । ୨୬ରେ ପାରାଦୀପ ଓ ସାଗର ଦ୍ୱୀପ ମଝିରେ ଲ୍ୟାଣ୍ଡଫଲ କରିବ ।

ବଙ୍ଗୋପସାଗରରୁ ମାଡ଼ି ଆସୁଛି ‘ୟାସ୍‌’ । ୨୬ରେ ମାଡ଼ ହେବ ଉତ୍ତର ଓଡ଼ିଶା ଉପକୂଳରେ । ବୁଧବାର ପ୍ରାୟ ମଧ୍ୟହ୍ନରେ ଚାନ୍ଦିପୁର ପାଖାପାଖି ଅତି ଭୀଷଣ ବାତ୍ୟା ଭାବେ ସ୍ଥଳଭାଗକୁ ମାଡ଼ିଯିବ । ସେତେବେଳକୁ ପବନ ବେଗ ଘଣ୍ଟା ପ୍ରତି ୧୫୫ କିମିରୁ ୧୬୫ କିମି ଛୁଇଁପାରେ । ପବନ ଝଟ୍‌କା ୧୮୫ କିମି ହୋଇପାରେ । ସୋମବାର ସକାଳେ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଥିଲା । ଏବେ ଏହା ବାତ୍ୟାର ରୂପ ନେଇଛି । ଏହା ୨୬ ତାରିଖ ମଧ୍ୟାହ୍ନ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି ।

ୟାସ୍‌ ପ୍ରକୋପରେ ସର୍ବାଧିକ ପ୍ରଭାବିତ ହେବ ଓଡ଼ିଶାର ୫ଟି ଜିଲ୍ଲା । ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଭୀଷଣ ପବନ ମାଡ଼ ହେବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଓ ବାତ୍ୟାର ସମ୍ଭାବ୍ୟ ଗତିପଥ ଚିତ୍ରରୁ ଏଭଳି ଆଶଙ୍କା କରାଯାଉଛି ।

ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ରାତି ଦିନ ଏକ୍‌ କରି ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି । ଜଳ ସମ୍ପଦ, ପୂର୍ତ୍ତ, ପଞ୍ଚାୟତିରାଜ, ଶକ୍ତି, ନଗର ଉନ୍ନୟନ, ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ବିଭାଗ ପ୍ରସ୍ତୁତିରେ ଲାଗିଛନ୍ତି । ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ଆଜି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଗସ୍ତ କରି ସ୍ଥାନୀୟ ପ୍ରଶାସନ ସହ ସେଠାକାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ।

ଆଇଏମ୍‌ଡି ଜାରି କରିଥିବା ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ପ୍ରଭାବ ଆକଳନରୁ ଅନୁମାନ କରାଯାଉଛି, ବୁଧବାର (୨୬ ତାରିଖ) ସକାଳ ପ୍ରାୟ ସାଢ଼େ ୫ଟାବେଳେ ୟାସ୍‌ ସମୁଦ୍ର ଭିତରେ ଭିତରକନିକାର ଉତ୍ତରରେ ପାଖାପାଖି ୭୦ କିମି ଦୂରରେ ଥିବ । ଅପରାହ୍ନ ସାଢ଼େ ୫ଟାବେଳେ ୟାସ୍‌ ଅତି ଭୀଷଣ ବାତ୍ୟା ଅବସ୍ଥାରେ ମୟୂରଭଞ୍ଜା ରାସଗୋବିନ୍ଦପୁର ପାଖାପାଖି ରହିବା ଅନୁମାନ କରାଯାଉଛି । ସେତେବେଳକୁ ବି ଏହା ଅତି ଭୀଷଣ ବାତ୍ୟା ଅବସ୍ଥାରେ ଥିବ । ଯଦିଓ ପବନ ବେଗ ସାମାନ୍ୟ କମି ଘଣ୍ଟା ପ୍ରତି ୧୨୦ରୁ ୧୩୦ କିମି ବହୁଥିବ । ପବନ ଧକ୍କା ଘଣ୍ଟା ପ୍ରତି ୧୪୫ କିମି ହୋଇପାରେ । ଅନୁମାନ କରାଯାଉଛି, ବୁଧବାର ମଧ୍ୟାହ୍ନ କିମ୍ବା ଅପରାହ୍ନରେ ହିଁ ୟାସ୍‌ ଅତି ଭୀଷଣ ବାତ୍ୟା ଅବସ୍ଥାରେ ବାଲେଶ୍ୱରର ଚାନ୍ଦିପୁର ପାଖାପାଖି ସ୍ଥଳଭାଗରେ ମାଡ଼ ହୋଇପାରେ । ବାତ୍ୟା  ବାଲେଶ୍ୱରରେ ମାଡ଼ ହେବା ପରେ ମୟୂରଭଞ୍ଜରେ ପଶିବ । ମୟୂରଭଞ୍ଜ ଦେଇ ଏହା ଝାଡ଼ଖଣ୍ଡର ଜାସସେଦପୁର ଏବଂ ରାଞ୍ଚି ଆଡ଼କୁ ଗତି କରିବା ସମ୍ଭାବନା ଅଛି ।

ସୋଆ ସିଇସି ନିର୍ଦ୍ଦେଶକ ତଥା ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ପୂର୍ବାନୁମାନ ହେଲା, ୨୬ ତାରିଖ (ବୁଧବାର) ମଧ୍ୟାହ୍ନ ଭିତରେ ୟାସ୍‌ ସ୍ଥଳଭାଗ ଛୁଇଁପାରେ । ବାଲେଶ୍ୱରରୁ ଦୀଘା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ଅଛି । ଭୋଗରାଇ, ବାଲିଆପାଳ, ଦୀଘା ମଧ୍ୟରେ ଏହା ଉପକୂଳକୁ ପଶିପାରେ । ସର୍ବାଧିକ ପ୍ରଭାବ (ବର୍ଷା, ପବନ) ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁରରେ ରହିପାରେ । ୨୪ ତାରିଖ ଅପରାହ୍ନରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବ । ଆଇଏମ୍‌ଡି ଜାରି କରିଥିବା ସତର୍କ ସୂଚନାରେ କୁହାଯାଇଛି, ୨୬ ତାରିଖ (ବୁଧବାର) ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଘଣ୍ଟା ପ୍ରତି ୧୩୦ କିମିରୁ ୧୪୦ କିମି ପବନ ହେବ । ମଝିରେ ମଝିରେ ୧୫୦ କିମି ବେଗରେ ଧକ୍କା ଦେଇପାରେ ପବନ । ଏଇ ୫ ଜିଲ୍ଲାକୁ ରେଡ୍‌ ଜୋନରେ ରଖାଯାଇଛି । ଅରେଞ୍ଜ ଜୋନ୍‌ରେ ଥିବା ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦୁଝରରେ ୬୦ରୁ ୭୦ କିମି ପବନ ହେବ । ଏଠାରେ ପବନ ଧକ୍କା ୮୦ କିମି ପର୍ଯ୍ୟନ୍ତ ଯାଇପାରେ ।

ବାତ୍ୟାର ସମ୍ଭାବ୍ୟ ଗତିପଥ ନେଇ ଆଇଏମ୍‌ଡି ଜାରି କରିଥିବା ଚିତ୍ରରେ ଦର୍ଶାଯାଇଛି, ବାତ୍ୟାର କେନ୍ଦ୍ର ବଳୟ ଭିତରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ରହୁଥିବାରୁ ସେଠାରେ ସବୁଠୁ ଅଧିକ ପ୍ରଭାବ ପଡ଼ିବ । ପବନ ବେଗ ୧୨୦ କିମିରୁ ଅଧିକ ରହିବ । ବାତ୍ୟାର ଦ୍ୱିତୀୟ ବଳୟରେ ଭୁବନେଶ୍ୱର ରହୁଛି । ତେଣୁ ଭୁବନେଶ୍ୱରରୁ ୯୨ରୁ ୧୧୭ କିମି ଅଧିକ ପବନ ବହିପାରେ ।

୨୪ ତାରିଖ ସନ୍ଧ୍ୟାରୁ ଓଡ଼ିଶା ଉପକୂଳରେ ପାଗ ବଦଳିବ । ୪୦-୫୦ କିମି ପବନ ହେବ । ବେଳେବେଳେ ପବନ ୬୦ କିମି ଛୁଇଁପାରେ । ୨୫ ତାରିଖ ସନ୍ଧ୍ୟାରୁ ୫୦-୬୦ କିମି ପବନ ଓ ମଝିରେ ମଝିରେ ୭୦ କିମି ବେଗରେ ପବନ ଝଟକା ଲାଗିପାରେ । ୨୬ ତାରିଖ ସକାଳୁ ୬୦-୭୦ କିମି ବେଗରେ ପବନ ହେବ । ଝଟକା ୮୦ କିମି ରହିପାରେ । ସକାଳୁ ଦିନ ୧୨ଟା ଭିତରେ ପବନ ବେଗ ବଢ଼ି ଘଣ୍ଟା ପ୍ରତି ୯୦ରୁ ୧୦୦ କିମି ହେବ । ମଝିରେ ମଝିରେ ଧକ୍କା ମାରିପାରେ ୧୧୦ କିମି ବେଗରେ ।ବର୍ଷା ନେଇ ଆଇଏମଡି ଜାରି କରିଥିବା ପୂର୍ବାନୁମାନ ଅନୁଯାୟୀ ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଗଞ୍ଜାମ ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବବନା ଅଛି ।

୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ାର ଗୋଟିଏ ଦୁଇଟି ଜାଗାରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୭ରେ ଉତ୍ତର ଓଡ଼ିଶାରେ କିଛି କିଛି ବର୍ଷା ହେବ। ୨୪ରୁ ୨୭ ଯାଏଁ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ ।

ସନ୍ଧ୍ୟା ବୁଲେଟିନରେ ଆଇଏମଡି କହିଛି, ଲଘୁଚାପ ଘନୀଭୂତ ହୋଇ ଶନିବାର ଅବପାତ ରୂପ ନେଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ କେନ୍ଦ୍ରୀଭୂତ ଅଛି । ସନ୍ଧ୍ୟା ସାଢ଼େ ୫ଟାବେଳେ ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୭୦ କିଲୋମିଟର ଓ ବାଲେଶ୍ୱରଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୬୭୦ କିମି ଏବହ ଦୀଘାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୬୫୦ କିମି ଦୂରରେ ଥିଲା । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୫ କିମି ବେଗରେ ଗତି କରୁଥିଲା ।

ସୋମବାର (୨୪ ତାରିଖ) ସକାଳ ସୁଦ୍ଧା ଏହା ବାତ୍ୟା (ୟାସ୍‌) ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଆହୁରି ବଳ ଜୁଟାଇ ଅତି ଭୀଷଣ ବାତ୍ୟା (ଭେରି ସିଭିୟର ସାଇକ୍ଲୋନ) ପାଲଟିଯିବ । ସେଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ମୁହାଁଇ ୨୬ ତାରିଖ (ବୁଧବାର) ସକାଳେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ପାଖାପାଖି ପହଞ୍ଚିବା ସମ୍ଭାବନା ଅଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଅତି ଭୀଷଣ ବାତ୍ୟା ରୂପରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ପାରାଦୀପରୁ ସାଗର ଦ୍ୱୀପପୁଞ୍ଜ ଭିତରେ ସ୍ଥଳଭାଗ ଅତିକ୍ରମ କରିପାରେ ।

ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଆଉ ୧୦ଟି ଏନଡିଆରଏଫ ଟିମ୍‌ ମାଗିଛନ୍ତି । ଆସନ୍ତାକାଲି ସକାଳ ସୁଦ୍ଧା ଏହି ୧୦ଟି ଟିମ୍‌ ଆସି ପହଞ୍ଚିଯିବେ । ରାଜ୍ୟରେ ବାତ୍ୟା ମୁକାବିଲା ପାଇଁ ନିୟୋଜିତ ଏନଡିଆରଏଫ୍‌ ଟିମ ସଂଖ୍ୟା ୩୨କୁ ବୃଦ୍ଧି ପାଇବ । ଏନଡିଆରଏଫ, ଓଡ୍ରାଫ, ଅଗ୍ନିଶମ, ବନ ବିଭାଗ ଟିମ୍‌ ଆଜିଠାରୁ ବିଭିନ୍ନ ଜିଲ୍ଲାରେ ପହଞ୍ଚିବା ଆରମ୍ଭ କରିଛନ୍ତି । ଏସଆରସି ଶ୍ରୀ ଜେନା କହିଛନ୍ତି, ଏଯାବତ୍‌ ବାତ୍ୟା ପ୍ରଭାବର ସବିଶେଷ ତଥ୍ୟ ମିଳିନଥିଲେ ମଧ୍ୟ ୧୨୦ କିମିରୁ ୧୬୫ କିମି ପବନ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୩ରୁ ୪ ଫୁଟ ସମୁଦ୍ର ଜୁଆର ଆଶଙ୍କାକୁ ଆଖି ଆଗରେ ରଖି ପ୍ରସ୍ତୁତି କରାଯାଇଛି । ଜିଲ୍ଲା ପ୍ରଶାସନ ଓ ସବୁ ବିଭାଗ ସଜାଗ ଅଛନ୍ତି । (ଦୀପ୍ତିମାନ ପତି, ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version