• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟର ଜନସାଧାରଣଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ଆମେ ଏକ ସମୟରେ ଦୁଇଟି ବଡ ବିପଦର ସାମନା କରୁଛୁ

Proprietor Abhimanyu Maharana by Proprietor Abhimanyu Maharana
May 24, 2021
in ଓଡ଼ିଶା, କରୋନା, ଦେଶ, ମହାନଗର, ହୋମ୍
0
ରାଜ୍ୟର ଜନସାଧାରଣଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ଆମେ ଏକ ସମୟରେ ଦୁଇଟି ବଡ ବିପଦର ସାମନା କରୁଛୁ
Share on FacebookShare on TwitterWhatsapp

ରାଜ୍ୟର ଜନସାଧାରଣଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ଆମେ ଏକ ସମୟରେ ଦୁଇଟି ବଡ ବିପଦର ସାମନା କରୁଛୁ , ସ୍ଥାନାନ୍ତର ପାଇଁ ପ୍ରଶାସନକୁ ପୁରା ସହଯୋଗ କରନ୍ତୁ, ଡବଲ ମାସ୍କ ପିନ୍ଧନ୍ତୁ ସୁରଷିତ ରୁହନ୍ତୁ । ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦୁଇଟି ଯାକ ଲଢ଼େଇ ଆମେ ନିଶ୍ଚୟ ଜିତିବା ।

ଓଡ଼ିଶା ତାଜା ନ୍ୟୁଜ (୨୪ ମଇ ସୋମବାର ) ଭୁବନେଶ୍ୱର :- ବାତ୍ୟା ୟଶକୁ ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର । ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମେ ଏକା ସମୟରେ ଦୁଇଟି ବଡ ବିପଦର ସାମ୍‌ନା କରୁଛୁ – କୋଭିଡ ଓ ବାତ୍ୟା ୟଶ । ତେଣୁ ସମସ୍ତେ ପ୍ରଶାସନକୁ ସ୍ଥାନାନ୍ତରରେ ସହଯୋଗ କରନ୍ତୁ ଓ ଡବଲ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ଲୋକଙ୍କୁ ନିରାପଦ ସ୍ଥାନରେ ପହଞ୍ଚାଇବା ଆମର ଲକ୍ଷ୍ୟ । ତେଣୁ ସମସ୍ତେ ବାତ୍ୟା ଆଶ୍ରୟସ୍ଥଳ ତଥା ପକ୍କା ଘର ଆଦି ନିରାପଦ ସ୍ଥାନକୁ ଚାଲି ଆସିବା ପାଇଁ ସେ ଅନୁରୋଧ କରିଛନ୍ତି । କୋଭିଡ ପାଇଁ ପ୍ରଶାସନ ଗତ ଦୁଇ ମାସ ଧରି ଚାପରେ ଅଛି । ତେଣୁ ବାତ୍ୟାର ମୁକାବିଲା ପାଇଁ ଜନସାଧାରଣ ସ୍ଥାନାନ୍ତରରେ ପ୍ରଶାସନକୁ ପୁରା ସହଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି । ଯେହେତୁ ଏବେ କୋଭିଡ ସମୟ, ତେଣୁ ଆମକୁ ଅଧିକ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି ।

ଆପଣମାନେ ବାତ୍ୟା ଆଶ୍ରୟସ୍ଥଳ ବା ପକ୍କା ଘର, ଯେଉଁଠାରେ ବି ଥାଆନ୍ତୁ, ଦୁଇଟି ମାସ୍କ ଏକ ସମୟରେ ପିନ୍ଧନ୍ତୁ । ବର୍ତ୍ତମାନ ପରିସ୍ଥିତିରେ ଗୋଟିଏ ନୁହେଁ, ଦୁଇଟି ମାସ୍କ ପିନ୍ଧିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଜରୁରୀ । ଡବଲ ବିପଦ ପାଇଁ ଡବଲ ମାସ୍କ। ତା ସହିତ ସାବୁନ ଓ ସାନିଟାଇଜରରେ ହାତ ମଧ୍ୟ ଧୋଇବା ପାଇଁ ସେ ନିବେଦନ କରିଛନ୍ତି। ସାରା ମାନବ ଜାତି ବର୍ତ୍ତମାନ ଏକ କଷ୍ଟକର ସମୟ ଦେଇ ଗତି କରୁଛି ଏବଂ ଗତ ଏକ ବର୍ଷରୁ ଅଧିକ ସମୟ ଧରି କୋଭିଡ ବିରୁଦ୍ଧରେ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ୟଶ ବର୍ତ୍ତମାନ ଆମ ପାଇଁ ଆହୁରି ଏକ ବଡ ବିପଦ ଭାବରେ ଦେଖା ଦେଇଛି । ଏକ ସମୟରେ ଦୁଇ ଦୁଇଟି ବଡ ବିପଦ ବାତ୍ୟା ଓ କୋଭିଡ ର ମୁକାବିଲା ଆମକୁ କରିବାକୁ ହେବ ।

ଗତ ବର୍ଷ ମେ ମାସରେ ମଧ୍ୟ ଆମେ କୋଭିଡ ସହ ବାତ୍ୟା ଅମ୍ଫନର ସାମ୍ନା କରିଥିଲେ ଏବଂ ଲୋକଙ୍କ ସହଯୋଗରେ ଆମେ ସଫଳତାର ସହ ସେ ପରିସ୍ଥିତିର ମୁକାବିଲା କରିଥିଲେ ବୋଲି ସେ ମନେପକାଇ ଦେଇଥିଲେ। ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସତର୍କ ରହିବାକୁ ହେବ। ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ ବୋଲି ସେ ସତର୍କ କରିଥିଲେ। ସରକାର ବାତ୍ୟା ଓ କୋଭିଡ ଦୁଇଟି ଯାକ ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜନସାଧାରଣଙ୍କ ସହଯୋଗ ହିଁ ଆମର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ ବୋଲି ସେ ଆଶାପ୍ରକାଶ କରିଥିଲେ।

ଜନସାଧାରଣଙ୍କୁ ଆହୁରି ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ସମୟରେ ଓ ବାତ୍ୟା ପରେ ଆମେ କୋଭିଡ ପାଇଁ ଅଧିକ ସାବଧାନ ରହିବାକୁ ହେବ । ଆବଶ୍ୟକତାକୁ ଦେଖି ମିଶନ୍ ଶକ୍ତି ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ସେ କଲେକ୍ଟର ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ସବୁବେଳେ ଭଲ କାମ କରିଆସିଛି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବିପଦ ସମୟରେ ସାଧାରଣଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତ ପ୍ରତିନିଧି ବନ୍ଧୁମାନେ ଓ ନାଗରିକ ସମାଜର (Civil society) ବନ୍ଧୁମାନେ ସମସ୍ତେ ସରକାରଙ୍କୁ ପୁରା ସହଯୋଗ ଦେଇ ଆସିଛନ୍ତି । ତେଣୁ ଏଥର ମଧ୍ୟ, ଆମେ ସମସ୍ତେ ମିଶି ଏ ଦୁଇ ବିପଦ ବିରୁଦ୍ଧରେ ଏକାଠି ଲଢିବା ଓ ନିଶ୍ଚୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ପୁଣି ଥରେ ସମସ୍ତଙ୍କୁ ଦୁଇଟି ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ । ବାତ୍ୟା ଆଶ୍ରୟସ୍ଥଳରେ ଓ ଘରେ ପିନ୍ଧିବା ସହିତ ବାତ୍ୟା ଗଲା ପରେ ମଧ୍ୟ ଦୁଇଟି ମାସ୍କ ପିନ୍ଧିବା ଜାରି ରଖିବାକୁ ସେ ଅନୁରୋଧ କରିଥିଲେ । ପରିଶେଷରେ ଏହି ଦୁଇ ଲଢେଇରେ ବିଜୟ ପାଇଁ ପ୍ରଶାସନକୁ ପୁରା ସହଯୋଗ ଦେବାକୁ ସେ ନିବେଦନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version