• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାତ୍ୟା ପ୍ରଭାବିତ ୧୨୮ଟି ଗାଁ ପାଇଁ , ସାଢେ ୬ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ସ୍ଥାନାନ୍ତରିତ ; ୭ ଦିନର ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
May 26, 2021
in ଓଡ଼ିଶା, ମହାନଗର, ହୋମ୍
0
ବାତ୍ୟା ପ୍ରଭାବିତ ୧୨୮ଟି ଗାଁ ପାଇଁ , ସାଢେ ୬ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ସ୍ଥାନାନ୍ତରିତ ; ୭ ଦିନର ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ବାତ୍ୟା ପରବର୍ତ୍ତୀ ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ; ୧୨୮ଟି ଜଳମଗ୍ନ ଗାଁର ସବୁ ପରିବାରକୁ ୭ ଦିନ ପାଇଁ ରିଲିଫ ଘୋଷଣା – ସାଢେ ୬ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ସ୍ଥାନାନ୍ତରିତ, ବାତ୍ୟା ସମୟରେ କୋଭିଡ ହସ୍‌ପିଟାଲ ଗୁଡିକରେ ଚିକିତ୍ସା ସ୍ବଭାବିକ ସ୍ଥାନାନ୍ତରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ନାଗରିକ ସଂଗଠନ NDRF ,ODRAFଏବଂ ପୋଲିସ ବାହିନୀକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ମଧ୍ୟ ପ୍ରଶଂସା

ଓଡ଼ିଶା ତାଜା ନ୍ୟୁଜ (୨୬ ମଇ ବୁଧବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ବାତ୍ୟା ୟାସର ପ୍ରଭାବ, ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ୧୨୮ଟି ଜଳମଗ୍ନ ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପାଇଁ ରିଲିଫ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏହି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାତ୍ୟା ୟାସ ସମୟରେ ସମସ୍ତ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ଅନ୍ୟାନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ଓ ସହଯୋଗ ପାଇଁ ସମସ୍ତ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ନାଗରିକ ସଂଗଠନ (Community Organizations) NDRF ,ODRF ଏବଂ ପୋଲିସ- ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସେହିପରି ବାତ୍ୟା ସମୟରେ ରୋଗୀ ମାନଙ୍କୁ ନିରବଚ୍ଛିନ୍ନ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ସମସ୍ତ ପ୍ରମୁଖ ରାସ୍ତା ଗୁଡିକ ଯୋଗାଯୋଗ ସ୍ବଭାବିକ କରାଯିବା ଏବଂ ୮୦ ପ୍ରତିଶତ ଅଞ୍ଚଳରେ ବିଦ୍ୟୁତ ପୁନଃସଂଯୋଗ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବାତ୍ୟା ଷୟଷତି ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟା ଯୋଗୁ ଉଚ୍ଚ ଜୁଆର ଆସି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ୧୨୮ ଗାଁ ଜଳମଗ୍ନ ହୋଇଛି । ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିବା ସହିତ ସଡକ, ବିଦ୍ୟୁତ ଓ ଟେଲି ଯୋଗାଯୋଗ ପ୍ରଭାବିତ ହୋଇଛି ।

ଏହି ସମୟରେ କୋଭିଡ ହସ୍‌ପିଟାଲ ଗୁଡିକରେ କିନ୍ତୁ ସ୍ବଭାବିକ ଭାବରେ ଚାଲିଥିଲା ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ପ୍ରଭାବିତ ଜିଲ୍ଲା ଗୁଡିକରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ଜନସାଧାରଣଙ୍କ ଜୀବନର ସୁରକ୍ଷା ପାଇଁ ସାଢେ ଛଅ ଲକ୍ଷରୁ ଅଧିକ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳ ଓ ଅନ୍ୟାନ୍ୟ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ବାତ୍ୟା ସମୟରେ ଘର ଭାଙ୍ଗିବା ଯୋଗୁ କୌଣସି ଲୋକ ମୃତାହତ ହୋଇଥିବାର ସୂଚନା ନାହିଁ ବୋଲି ସେ କହିଥିଲେ । କିନ୍ତୁ ବାଲେଶ୍ବରରେ ଆଶ୍ରୟସ୍ଥଳରୁ ବାହାରକୁ ଯାଇଥିବା ଜଣେ ବ୍ୟକ୍ତି ଏବଂ କେନ୍ଦୁଝରରେ ଘରୁ ବାହାରକୁ ଯାଇଥିବା ଜଣେ ବ୍ୟକ୍ତି ଗଛ ପଡିବା ଯୋଗୁ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି ବୋଲି ସେ କହିଥିଲେ ।

ରାସ୍ତା, ବିଜୁଳି, ପାନୀୟ ଜଳ ଓ ଟେଲି ଯୋଗାଯୋଗ ବ୍ୟବସ୍ଥାର ପୁନରୁଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଜାରି ରହିଛି ଏବଂ ଖୁବଶୀଘ୍ର ପରିସ୍ଥିତି ସ୍ବଭାବିକ ହେବ ବୋଲି ସେ କହିଥିଲେ । ଗଛ ପଡିବା ଯୋଗୁ ରାସ୍ତା ଅବରୋଧ ଦୂର କରିବା ପାଇଁ ଓଡ୍ରାଫ, ଅଗ୍ନିଶମ ଓ ବନ ବିଭାଗ ନିରନ୍ତର ଭାବେ ଗଛ କାଟିବା କାର୍ଯ୍ୟରେ ନିୟୋଜିତ ଅଛନ୍ତି ବୋଲି ସେ ସୂଚନା ଦେଇଥିଲେ । ମୟୂରଭଂଜର କୁସୁମି ବ୍ଲକ୍‌ରେ ଏହି ସମୟରେ ସର୍ବାଧିକ ୩୦୫ ମିଲିମିଟର ଓ କେନ୍ଦ୍ରାପଡା ଜିଲ୍ଲାରେ ୨୧୦ ମିଲିମିଟର ବର୍ଷା ହୋଇଥିବା ସଂପର୍କରେ ସେ ସୂଚନା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version